Posted inଜାତୀୟ

ଏମ୍‌ପି ପଦରୁ ଇସ୍ତଫା ଦେଲେ ଭଗଓ୍ବନ୍ତ ମାନ

ଚଣ୍ଡିଗଡ,୧୪।୩: ପଞ୍ଜାବର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବା ପୂର୍ବରୁ ଏମ୍‌ପି ଭଗଓ୍ବନ୍ତ ମାନ ସୋମବାର ଦିଲ୍ଲୀରେ ପହଞ୍ଚି ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ନିଜେ କୁ ଯୋଗେ ଏହି ସୂଚନା ଦେଇଛନ୍ତି। ଲୋକସଭାରେ ପହଞ୍ଚିଥିବା ପରେ ମାନ କହିଛନ୍ତି ଯେ, ମୁଁ ଏହି ଗୃହକୁ ମିସ୍‌ କରିବି। ପଞ୍ଜାବ ମୋତେ ଏକ ବଡ଼ ଦାୟିତ୍ୱ ଦେଇଛି। କିନ୍ତୁ ମୁଁ ସାଙ୍ଗରୁର ଲୋକଙ୍କୁ ପ୍ରତିଶୃତି ଦେଉଛି ଯେ, ଖୁବ୍‌ଶୀଘ୍ର ଆପଣଙ୍କ ସ୍ବର ଗୃହରେ ପୁଣି ଉଠିବ। ଯେଉଁମାନେ ବିଶ୍ୱାସ କରି ଭୋଟ ଦେଇଥିଲେ ମୁଁ ସେମାନଙ୍କୁ ଧନ୍ୟବାଦ ଦେଉଛି।
ମନ ସୋମବାର ସଂସଦ ଅଧିବେଶନରେ ଯୋଗ ଦେଇ ଲୋକ ସଭା ବାଚସ୍ପତି ଓମ ବିର୍ଲାଙ୍କ ନିକଟରେ ତାଙ୍କ ଇସ୍ତଫା ପତ୍ର ଦାଖଲ କରିଛନ୍ତି। ପଞ୍ଜାବରେ ନିର୍ବାଚନ ପୂର୍ବରୁ ଆମ ଆଦମୀ ପାର୍ଟି ୪୮ ବର୍ଷିୟ ଭଗଓ୍ବନ୍ତ ମାନଙ୍କୁ ରାଜ୍ୟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବରେ ଘୋଷଣା କରିଥିଲା। ସେ ମାର୍ଚ୍ଚ ୧୬ ରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ।
ସୂଚନାଯୋଗ୍ୟ,ପଞ୍ଜାବ ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟି ୧୧୭ଟି ସିଟ ମଧ୍ୟରୁ ୯୨ଟି ଜିତିଛି। ଧୁରୀ ବିଧାନସଭା ଆସନରୁ ମାନ ଜିତିବାରେ ସଫଳ ହୋଇଥିଲେ। ସେ କଂଗ୍ରେସ ପ୍ରାର୍ଥୀ ଦଲଭୀର ସିଂ ଗୋଲ୍ଡିଙ୍କୁ ୫୮,୨୯୬ ଭୋଟରେ ପରାସ୍ତ କରିଛନ୍ତି। ଭୋଟରଙ୍କୁ କୃତଜ୍ଞତା ଜଣାଇବା ପାଇଁ ଏଏପିର ସିପ୍ରିମୋ ଅରବିନ୍ଦ କେଜ୍‌ରିୱାଲ ଏବଂ ମାନ ରବିବାର ଅମୃତସରରେ ଏକ ରୋଡ ଶୋ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?