Posted inଜାତୀୟ

ମୋଦିଙ୍କୁ ଚିଠି ଲେଖିଲେ ଅମରିନ୍ଦର: କୃଷକ ଆନ୍ଦୋଳନର ସମାଧାନ ବାହାର କରନ୍ତୁ

ଚଣ୍ଡିଗଡ,୨୦।୨: ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପ୍ଟଟେନ୍‌ ଅମରିନ୍ଦର ସିଂ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। କୃଷକ ଆନ୍ଦୋଳନର ସମାଧାନର ବାଟ ବାହାର କରିବାକୁ ସେ ଚିଠିରେ ଉଲ୍ଲେଖ କରିଛନ୍ତି। ଶନିବାର ସେ ଅପିଲ କରି କହିଛନ୍ତି ଯେ, କୃଷକଙ୍କ ଯାହା ଦାବି ରହିଛି, ତା’ର ସନ୍ତୋଷଜନକ ସମାଧାନ ବାହାର କରାଯାଉ। ଗତ ୩ ମାସ ହେବ କୃଷକଙ୍କ ଆନ୍ଦୋଳନ ଚାଲିଛି। ଏବେ କେନ୍ଦ୍ର ଆଗକୁ ଆସି ଏହାର ସାମାଧାନ କରୁ ବୋଲି ସେ କହିଛନ୍ତି। ପଞ୍ଜାବ ଦେଶ ପାଇଁ ଫୁଡ୍‌ ସିକ୍ୟୁରିଟୀ ସୁନିଶ୍ଚିତ କରେ, ତେଣୁ କୃଷକଙ୍କ କଥାକୁ ସରକାର ଶୁଣିବା ଉଚିତ୍‌ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, କୃଷକ ମାନେ ଦୀର୍ଘ ୩ ମାସ ହେବ ଦିଲ୍ଲୀ ସୀମାରେ ୩ କୃଷି ଆଇନକୁ ବିରୋଦ କରି ଆନ୍ଦୋଳନ କରୁଛନ୍ତି। ସରକାରଙ୍କ ସହ ବୈଠକ ବସିଥିଲେ ମଧ୍ୟ କୌଣସି ସମାଧାନ ବାହାରିପାରୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନକଲ ପାଇଁ ଅକଲ ଦରକାର

ମଣିଷ ଏକ ସାମାଜିକ ପ୍ରାଣୀ ଏବଂ ଅନୁକରଣ କରିବା ତା’ର ଜନ୍ମଗତ ପ୍ରବୃତ୍ତି। ଶିଶୁଟିଏ ଜନ୍ମ ହେବା ପରେ ନିଜ ପରିବାର ଓ ଆଖପାଖର ଲୋକଙ୍କୁ ଦେଖି…

ନିଷ୍ପ୍ରୟୋଜନ ପ୍ରୟାସ

ଅନେକ ପୁରାତନ ପୁସ୍ତକ, ପୁରାଣ ସାହିତ୍ୟ ତଥା ବହୁ ବରେଣ୍ୟ ସାଧକଙ୍କ କୃତିକୁ ସମ୍ପାଦନା, ଗବେଷଣା, ତ୍ରୁଟି ସଂଶୋଧନ, ଭ୍ରମ ଦୂରୀକରଣ ନାମରେ ନୂତନ ରୂପ ଦେଇ…

ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ BCCI ଗ୍ରହଣ କଲା ବଡ଼ କାର୍ଯ୍ୟାନୁଷ୍ଠାନ!

ନୂଆଦିଲ୍ଲୀ,୩।୮: ଆସାମ ଏବଂ ରେଳବାଇର ପୂର୍ବତନ କ୍ରିକେଟର ଶୁଭଦୀପ ଘୋଷଙ୍କୁ ଭାରତୀୟ ପୁରୁଷ କ୍ରିକେଟ ଦଳର ଫିଲ୍ଡିଂ ପ୍ରଶିକ୍ଷକ ଭାବରେ ନିଯୁକ୍ତ କରାଯିବାକୁ ସ୍ଥିର ହୋଇଛି। ଜିମ୍ବାୱେ…

ମହାନଦୀରେ ବନ୍ୟାଜଳ: ପ୍ରଭାବିତ ହେଉଛନ୍ତି ମତ୍ସ୍ୟଜୀବୀ

ମହାକାଳପଡ଼ା,୩ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ବାହାକୁଦ ପିତାପାଟ ଗ୍ରାମ ସଂଲଗ୍ନ ମହାନଦୀରେ ବନ୍ୟା ଜଳ ପ୍ରବାହିତ ହେଉଛି। ଫଳରେ…

ସମ୍ମାନିତ ହେଲେ ଓଡ଼ିଆ ପୁଅ ଯୁବ କବି ସୁନୀଲ, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ,୩।୮(ବିଦ୍ୟାଧର ସାହୁ ): ସାହିତ୍ୟ ସଂସଦ , ମାଲକାନଗିରି ଓଡ଼ିଶାର ସପ୍ତମ ପ୍ରତିଷ୍ଠା ଦିବସ ବ୍ରହ୍ମପୁର ସ୍ଥିତ ଗୋପାଳ କୃଷ୍ଣ ରଙ୍ଗ ମଞ୍ଚ, ଗୋସାଣୀ ନୂଆଁ ଗାଁ…

କରେଣ୍ଟ କଟିଲେ ଠପ ହୋଇଯାଉଛି ମୋବାଇଲ ସେବା

କେସିଙ୍ଗା,୩।୮,(ତୁମେଶ୍ୱର ସାହୁ): କଳାହାଣ୍ଡି ଜ଼ିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ସିରଜାପାଲି ଗ୍ରାମରେ ଥିବା ଜିଓ ଟାୱାର ବିଦ୍ୟୁତ ଚାଲିଗଲେ ଠପ ହୋଇଯାଉଛି । ଯାହାଦ୍ୱାରା ମୋବାଇଲ ସେବା…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ଫାର୍ମାସିଷ୍ଟଙ୍କ ସାହସକୁ ଚାରିଆଡୁ ପ୍ରଶଂସା

ଗୁଣପୁର,୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯଶୋବନ୍ତ ନାୟକ ମହାନତା ଦେଖାଇ ଜଣେ ପ୍ରସୂତିଙ୍କ ସହ ଶିଶୁକନ୍ୟାର ଜୀବନ ବଞ୍ଚାଇଛନ୍ତି।…

ଶୌଚ ହେବାକୁ ଯାଇଥିଲେ ମହିଳା, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

କେନ୍ଦ୍ରାପଡ଼ା,୩ା୮: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବ୍ରାହ୍ମଣୀ ନଦୀକୁ ଶୌଚ ହେବାକୁ ଯାଇଥିବାବେଳେ ଜଣେ ମହିଳାଙ୍କୁ କୁମ୍ଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri