Posted inଜାତୀୟ

ପଞ୍ଜାବକୁ ମିଳିପାରେ ନୂଆ କଂଗ୍ରେସ ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୯ ।୯: ପଞ୍ଜାବ କଂଗ୍ରେସ ଅଧ୍ୟକ୍ଷ ପଦରୁ ନବଜୋତ ସିଂ ସିଦ୍ଧୁ ଇସ୍ତଫା ଦେବା ପରେ ଏବେ ଦିଲ୍ଲୀଠାରୁ ଚଣ୍ଡିଗଡ଼ ପର୍ଯ୍ୟନ୍ତ ରାଜନୀତି ହୋଇଛି ସରଗରମ । ମାତ୍ର ୭୨ ଦିନର ଅଧ୍ୟକ୍ଷ ପଦ ସମ୍ଭାଳିବା ପରେ ସିଦ୍ଧୁଙ୍କ ଏଭଳି ଇସ୍ତଫା ଦଳର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ ଦଳ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଆଦୌ ପସନ୍ଦ ଆସିନାହିଁ । ଯାହା ଫଳରେ ସିଦ୍ଧୁଙ୍କ ସ୍ଥାନରେ ଆଉ ଜଣେ ନୂଆ ଅଧ୍ୟକ୍ଷ କଥା ହାଇକମାଣ୍ଡ ଚିନ୍ତା କରୁଥିବା ବିଶେଷ ସୂତ୍ରରୁ ଜଣାପଡିଛି । ସିଦ୍ଧୁଙ୍କ ଇସ୍ତଫା ପତ୍ର ପାଇବା ପରେ ସୋନିଆ ଗାନ୍ଧୀ ହଠାତ୍ ଆଶ୍ଚର୍ଯ୍ୟ ହୋଇ ଯାଇଥିବା ବେଳେ ଏବେ ସେ କିଛି ବଡ ଧରଣର ନିଷ୍ପତ୍ତି ନେବାକୁ ଯାଉଥିବା କୁହାଯାଉଛି । ଏମିତିକି ସିଦ୍ଧୁଙ୍କୁ ମନାଇବାକୁ ଅନ୍ୟମାନେ ଚେଷ୍ଟା ଚଲାଇଥିଲେ ବି ଉଚ୍ଚସ୍ତରର କେତେକ ନେତା ସିଦ୍ଧୁଙ୍କ ସହ ଆଦୌ କଥା ହେଉ ନ ଥିବା କୁହାଯାଉଛି । ତେଣୁ ଏଥିରୁ ସ୍ପଷ୍ଟ ହେଉଛି କି ପଞ୍ଜାବ କଂଗ୍ରେସକୁ ନୂଆ ଅଧ୍ୟକ୍ଷ ମିଳି ପାରନ୍ତି । ଏବେ ୩-୪ ଜଣଙ୍କ ନାଁ ଏହି ତାଲିକାରେ ଥିଲେ ବି ଏହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ । ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନୀଙ୍କ ନେତୃତ୍ୱରେ ଯେଉଁ କେତେ ଜଣଙ୍କୁ ମନ୍ତ୍ରୀ କରାଯାଇଛି ସେଥିମଧ୍ୟରୁ କେତେ ଜଣଙ୍କୁ ନେଇ ସିଦ୍ଧୁ ଅନ୍ତୁଷ୍ଟ ଅଛନ୍ତି । ଯେଉଁଥିପାଇଁ ସେ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିବା ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri