Posted inଜାତୀୟ

ଅଫିସରଙ୍କୁ ପ୍ରଧାନମନ୍ତ୍ରୀ କହିଲେ, ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ କହିବ, ମୁଁ ବଞ୍ଚିକି ଫେରିଛି

ଚଣ୍ଡିଗଡ,୫।୧: ପଞ୍ଜାବର ଫିରୋଜପୁରରେ ରାଲି କରିବାକୁ ଆସୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା କ୍ଷେତ୍ରରେ ଏକ ବଡ଼ ଧରଣର ଢିଲା ଦେଖିବାକୁ ମିଳିଛି। ଏହି ଘଟଣା ପରେ ଭଟିଣ୍ଡା ବିମାନ ବନ୍ଦରରେ ପ୍ରଧାନମନ୍ତ୍ରୀ ଉପସ୍ଥିତ ଅଫିସରଙ୍କୁ କହିଥିଲେ, ଆପଣଙ୍କ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ କହିଦେବ ମୁଁ ଜୀବନ୍ତ ଫେରି ଆସିପାରିଛି। ସୂଚନାନୁସାରେ, ପ୍ରଧାନମନ୍ତ୍ରୀଙ୍କୁ ପଞ୍ଜାବର ଫିରୋଜପୁରରେ ଏକ ବଡ ସମାବେଶ କରିବାର ଥିଲା। କିନ୍ତୁ ବିକ୍ଷୋଭକାରୀ କୃଷକମାନେ ରାସ୍ତାରେ ପ୍ରଧାନମନ୍ତ୍ରୀଙ୍କର ଗାଡିକୁ ଅଟକାଇଥିଲେ। ଏହାପରେ ପ୍ରଧାନମନ୍ତ୍ରୀ ସେଠାରୁ ଫେରିଆସିଥିଲେ। ଏହି ପ୍ରସଙ୍ଗରେ ଗୃହ ମନ୍ତ୍ରଣାଳୟ ପଞ୍ଜାବ ସରକାରଙ୍କଠାରୁ ରିପୋର୍ଟ ମାଗିଛି। ଏହା ବ୍ୟତୀତ ଭାଜପା ସଭାପତି ଜେପି ନଡ୍ଡା ଟୁଇଟ୍‌ କରି ପଞ୍ଜାବ ସରକାରଙ୍କ ଉପରେ ବଡ ପ୍ରଶ୍ନ ଉଠାଇଛନ୍ତି। ନଡ୍ଡା କହିଛନ୍ତି ଯେ, ଏହା ଏକ ଦୁଃଖର ବିଷୟ ଯେ ପଞ୍ଜାବ ପାଇଁ ହଜାରେ କୋଟି ଟଙ୍କାର ବିକାଶମୂଳକ ପ୍ରକଳ୍ପ ଆରମ୍ଭ କରିବାକୁ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ରଦ୍ଦ ହୋଇଛି। ରାଜ୍ୟ ପୋଲିସ ଲୋକଙ୍କୁ ରାଲିରେ ଯୋଗ ନ ଦେବାକୁ ରାଜ୍ୟ ପୋଲିସକୁ ନିର୍ଦ୍ଦେଶ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ସିଂ ଚନ୍ନି ଫୋନରେ କଥା ହେବାକୁ କିମ୍ବା ଏହାର ସମାଧାନ କରିବାକୁ ମନା କରି ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲା ସରକାର, ବଦଳିଲେ ବିଧାୟକ, ହେଲେ ବଦଳିଲାନି ହିରାପାଲି ଗ୍ରାମବାସୀଙ୍କ ଦୁର୍ଦ୍ଦଶା, ଆଜି ବି…

ଅମରପାଲି,୨୪ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତର ହିରାପାଲି ଗ୍ରାମରେ ସରକାର ଓ ବିଧାୟକ ବଦଳିଥିଲେ ବି ଗ୍ରାମବାସୀଙ୍କ ଦୁର୍ଦ୍ଦଶା ବଦଳିନାହିଁ। ବଳିପାଲିରୁ ହିରାପାଲି…

ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ଯୋଜନା

ଭୁବନେଶ୍ୱର,୨୪ା୮(ବନ୍ଦନା ସେଠୀ): ଦେଶରେ ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ବା ଏକ ଦେଶ, ଏକ ସ୍ବାସ୍ଥ୍ୟ ଯୋଜନା। ଏଥିସହ ଡାକ୍ତରମାନେ କିଭଳି ଡିଜିଟାଲ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ପ୍ରତିବର୍ଷ ଯୋଗାଇ ଦିଆଯିବ ୩ଟି ମାଗଣା ଗ୍ୟାସ ସିଲିଣ୍ଡର

ଚେନ୍ନାଇ,୨୪।୮: ବିଧାନସଭାରେ ଏକ ବଡ଼ ଘୋଷଣା କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ କହିଛନ୍ତି ଯେ ‘ଅନ୍ନପୂର୍ଣ୍ଣି ସୁପର ସିକ୍ସ’ ଯୋଜନା ଅଧୀନରେ ପ୍ରତିବର୍ଷ ତିନୋଟି ମାଗଣା…

ଗୁପଚୁପ ଖାଇବା ପରେ ଆସିଲା ନିଦ; ବାକ୍ସ ଉପରେ ଶୋଇପଡ଼ିଲା ହନୁ ମାଙ୍କଡ଼, ଭାଇରାଲ ହେଉଛି Video

ପାଟଣା,୨୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଷ୍ଟେଟବ୍ୟାଙ୍କ ସମ୍ମୁଖରେ ରବିବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବଜାର ଅଞ୍ଚଳର ବିଭିନ୍ନ ଦୋକାନରୁ ଖାଦ୍ୟ ମାଗି…

ହୀରାକୁଦ ଡ୍ୟାମର ଖୋଲିଲା ଆଉ ୩ ଗେଟ୍‌, ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ

​ସମ୍ବଲପୁର,୨୪।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁଁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ବୃଦ୍ଧି ପାଇଛି । ଫଳରେ…

ବିନା ଲାଇସେନ୍ସରେ ବିଭିନ୍ନ ବ୍ରାଣ୍ଡ୍‌ର ମଦ ବିକ୍ରି, ୩ ବ୍ୟବସାୟୀଙ୍କୁ ଗିରଫ କରି…

ଦିଗପହଣ୍ଡି,୨୪ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଚାନ୍ଦପୁର ଗ୍ରାମ ବଜାରରେ ଚିକିଟି ଏସ୍‌ଡିପିଓ ବିଶ୍ୱାମିତ୍ର ହରପାଲ, ଚିକିଟି ଫାଣ୍ଡି ଅଧିକାରୀ ଏସ୍‌ଆଇ…

ପରଘର ବାରଣ୍ଡାରେ ଚାଲିଛି ପାଠପଢ଼ା: ଅନ୍ଧକାରରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଜୁନାଗଡ଼,୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍‌ର ଅନେକ ପ୍ରାଥମିକ ବିଦ୍ୟାଳୟର ଭିତ୍ତିଭୂମି ଦୟନୀୟ ଅବସ୍ଥାରେ ରହିଛି। ଫଳରେ ସେଠାକାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାର ମଧ୍ୟକୁ…

ପାରାଦୀପ ଜାହାଜ ବୁଡ଼ି ଘଟଣା: ଏବେ ବି ୨୨ ନାବିକଙ୍କର ମିଳିନି ପତ୍ତା, ଚାଲିଛି ଖୋଜା

ପାରାଦୀପ/ଭୁବନେଶ୍ୱର,୨୪।୮(ଶରତ ରାଉତ/ପି.ଟି.): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଅଭିମୁଖେ ଯାଉଥିବା ପାନାମା-ପତାକାବାହୀ ଜାହାଜ ‘ଏମ୍‌ଭି ଓସେନ ୱିନର୍‌’ ବଙ୍ଗୋପସାଗରରେ ବୁଡ଼ିଯାଇଛି। ପାରାଦୀପ ଉପକୂଳରୁ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri