Posted inଜାତୀୟ

ଏଏପିରେ ସାମିଲ ହେଲେ ପଞ୍ଜାବର ପୂର୍ବତନ ଆଇଜି କୁଓ୍ବଁର

ଅମୃତସର,୨୧।୬: ଆସନ୍ତା ବର୍ଷ ବିଭିନ୍ନ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଏବେଠାରୁ ବିଭିନ୍ନ ଦଳରେ ମିଶ୍ରଣ ପର୍ବ ଚାଲିଛି। ଇତିମଧ୍ୟରେ ପଞ୍ଜାବର ପୂର୍ବତନ ଆଇଜି କୁଓ୍ବଁର ବିଜୟ ପ୍ରତାପ ସିଂହ ସୋମବାର ଆମ ଆଦମୀ ପାର୍ଟି(ଏଏପି)ରେ ଯୋଗଦେଇଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଦଳର ସଂଯୋଜକ ଅରବିନ୍ଦ କେଜରିଓ୍ବାଲଙ୍କ ଉପସ୍ଥିତିରେ କୁଓ୍ବଁର ବିଜୟ ସାମିଲ ହୋଇଥିବା ଜଣାପଡ଼ିଛି। ଏହି ଅବସରରେ ଏଏପି ଏମ୍‌ପି ଭଗଓ୍ବନ୍ତ ମାନ ବି ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ୨୦୨୨ରେ ପଞ୍ଜାବରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ପଞ୍ଜାବରେ ନିଜ ଦଳକୁ ସୁଦୃଢ଼ କରିବା ପାଇଁ ଏଏପି ଅଣ୍ଟା ଭିଡ଼ିଛି। ମୁଖ୍ୟମନ୍ତ୍ରୀ କେଜରିଓ୍ବାଲ ସୋମବାର ଗୋଟିଏ ଦିନ ପାଇଁ ପଞ୍ଜାବ ଗସ୍ତରେ ଅଛନ୍ତି। ଏହି ସମୟରେ ପଞ୍ଜାବର ପୂର୍ବତନ ଆଇଜି କୁଓ୍ବଁର ଦଳରେ ଯୋଗଦେଇଛନ୍ତି। ଦଳରେ ସାମିଲକୁ ହେବାକୁ ନେଇ କେଜରିଓ୍ବାଲ କହିଛନ୍ତି, କୁଓ୍ବଁର ବିଜୟ କୌଣସି ନେତା ନୁହଁନ୍ତି, ତାଙ୍କୁ ସାଧାରଣ ଜନତାଙ୍କ ପୋଲିସଓ୍ବାଲା ବୋଲି କୁହାଯାଏ। ଦେଶର ସେବା କରିବାକୁ ଆମେ ପ୍ରସ୍ତୁତ ଅଛୁ। ଏହି ଭାବନା ନେଇ ଆଜି କୁଓ୍ବଁର ବିଜୟ ଦଳରେ ସାମିଲ ହୋଇଛନ୍ତି ବୋଲି କେଜରିଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri