ପଞ୍ଜାବ ଘିଅ, ମହାରାଷ୍ଟ୍ର ଗୁଡ଼, ଗୁଜରାଟ ଲୁଣ: ବାଇଡେନଙ୍କୁ ଉପହାର ଦେଲେ ମୋଦି…

ଓ୍ବାଶିଂଟନ,୨୨।୬ : ହ୍ବାଇଟ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ପ୍ରଥମ ଲେଡି ଜିଲ ବାଇଡେନଙ୍କ ସହ ବିଶେଷ ଉପହାର ବିନିମୟ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଆମେରିକାର ପ୍ରଥମ ଲେଡି ଜିଲ ବାଇଡେନଙ୍କୁ ୭.୫ କ୍ୟାରେଟ ଲ୍ୟାବରେ ବିକଶିତ ହୋଇଥିବା ସବୁଜ ହୀରା ଉପହାର ଦେଇଛନ୍ତି।

ଏହା ସହିତ ପିଏମ ମୋଦି ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଏକ ସ୍ବତନ୍ତ୍ର ଚନ୍ଦନ ବାକ୍ସ ଉପହାର ଦେଇଛନ୍ତି। ଏହା ଜୟପୁରର କାରିଗରଙ୍କ ଦ୍ୱାରା ନିର୍ମିତ। ଏହା ମହୀଶୂରର ଚନ୍ଦନ କାଠରେ ନିର୍ମିତ।

ଏହି ବାକ୍ସରେ ଭଗବାନ ଗଣେଶଙ୍କର ଏକ ପ୍ରତିମା ଅଛି। ଏହି ପ୍ରତିମାକୁ କୋଲକାତାର ରୁପା କାରିଗରଙ୍କ ପରିବାର ତିଆରି କରିଛନ୍ତି। ବାକ୍ସରେ ଏକ ରୁପା ଦୀପ ମଧ୍ୟ ଅଛି ।

ପ୍ରଧାନମନ୍ତ୍ରୀ ମୋଦି ଲଣ୍ଡନର ଫାବର ଆଣ୍ଡ ଫାବର ଲିମିଟେଡ ଦ୍ୱାରା ପ୍ରକାଶିତ ତଥା ବିଶ୍ୱବିଦ୍ୟାଳୟ ପ୍ରେସ ଗ୍ଲାସଗୋରେ ମୁଦ୍ରିତ ‘ ଦ ଟେନ ପ୍ରିନ୍ସିପାଲ ଉପନିଷଦ’ ପୁସ୍ତକର ପ୍ରଥମ ସଂସ୍କରଣର ଏକ ନକଲ ମଧ୍ୟ ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ପ୍ରଦାନ କରିଛନ୍ତି।

ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ପିଏମ ମୋଦି ଦେଇଥିବା ଉପହାରରେ ପଶ୍ଚିମବଙ୍ଗର କୁଶଳୀ କାରିଗରମାନଙ୍କ ଦ୍ୱାରା ନିର୍ମିତ ଏକ ସୱତନ୍ତ୍ର ରୁପା ନଡ଼ିଆ ରହିଛି। ଏହା ସହିତ ପଞ୍ଜାବ ଘିଅ, ମହାରାଷ୍ଟ୍ର ଗୁଡ଼, ଗୁଜରାଟ ଲୁଣ ଆଦି ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri