ପଞ୍ଜାବରେ କରୋନାର ନୂଆ ଗାଇଡଲାଇନ୍‌: ବିନା ଆର୍‌ଟିପିସିଆର ଟେଷ୍ଟରେ ରାଜ୍ୟକୁ ପ୍ରବେଶ ମନା

ଚଣ୍ଡିଗଡ଼,୨ ।୯: ଦେଶରେ ବେଳକୁ ବେଳ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ତୃତୀୟ ଲହରର ସୂଚନା ଦେଉଛି । ଏହାକୁ ନେଇ ବିଭିନ୍ନ ରାଜ୍ୟ ସରକାର ଏବେଠାରୁ ସତର୍କତା ଆରମ୍ଭ କଲେଣି । ଏହାକୁ ଦୃଷ୍ଟିରେ ରଖି ପଞ୍ଜାବ ସରକାର କରୋନାର ନୂଆ ଗାଇଡଲାଇନ୍ ଜାରି କରିଛନ୍ତି । ଏହା ୧୫ସେପ୍ଟେ୍‌ମ୍ୱର ପର୍ଯ୍ୟନ୍ତ ଲାଗୁ କରାଯିବ । ଏବେ ରାଜ୍ୟକୁ ସଡ଼କ ପଥ ଅବା ଆକାଶ ପଥରେ ଆସୁଥିବା ଯାତ୍ରୀମାନେ ଆର୍‌ଟିପିସିଆର୍ ନେଗେଟିଭ ରିପୋର୍ଟ ସାଙ୍ଗରେ ଧରିବା ବାଧ୍ୟତାମୂଳକ କରାଯାଇଛି । ୭୨ ଘଣ୍ଟା ମଧ୍ୟରେ ଏହି ଟେଷ୍ଟ କରାଯାଇଥିବ ନଚେତ୍ କରୋନା ଭ୍ୟାକ୍ସିନର ଦୁଇଟି ଯାକ ଡୋଜ ନେଇଥିବାର ସାର୍ଟିଫିକେଟ ସାଙ୍ଗରେ ଥିବା ଜରୁରୀ । ଏହି ଗାଇଡଲାଇନ ଜାରି କରି ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ କହିଛନ୍ତି ବିନା କରୋନା ନେଗେଟିଭ ରିପୋର୍ଟରେ ରାଜ୍ୟକୁ ପ୍ରବେଶ ନିଷେଧ । ଏହାସହ ପଞ୍ଜାବରେ ଗହଳି ଉପରେ ମଧ୍ୟ ଅଙ୍କୁଶ ଲଗାଯାଇଛି । ଇନଡୋରରେ ୧୫୦ ଓ ଆଉଟଡୋରରେ ୩୦୦ରୁ ଅଧିକ ଲୋକ ଏକାଠି ହୋଇ ପାରିବେ ନାହିଁ । ଜିମ୍‌, ସିନେମା, ରେସ୍ତୋରାଁ ୫୦ପ୍ରତିଶତ କର୍ମଚାରୀରେ ଓ ଗ୍ରାହକଙ୍କୁ ନେଇ ଖୋଲାଯାଇ ପାରିବ । ଦେଶରେ ବଢୁଥିବା କରୋନା ସଂକ୍ରମଣ ପାଇଁ ଏବେ କେରଳକୁ ସମସ୍ତେ ଦାୟୀ କରୁଛନ୍ତି । କାରଣ କେରଳରେ ଏହି ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି । କେରଳରେ ଗୋଟିଏ ଦିନରେ ୩୦ ହଜାରରୁ ଊର୍ଦ୍ଧ୍ୱ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏବେ ଦେଶରେ ଗତ ୨୪ ଘଣ୍ଟାରେ ୪୭ ହଜାରରୁ ଊର୍ଦ୍ଧ୍ୱ ନୂଆ ସଂକ୍ରମିତ ଚିନ୍ତାର କାରଣ ପାଲଟିଛନ୍ତି । ଏହାସହ ୫ଶହରୁ ଅଧିକଙ୍କର ମୃତ୍ୟୁ ବି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri