Posted inଜାତୀୟ

ପଞ୍ଜାବ ସରକାର ଶିଖ ଗୁରୁଦ୍ୱାରା ଅଧିନିୟମ ୧୯୨୫ ସଂଶୋଧନ କରିବେ, ବିଧାନସଭାରେ ଆଣିବେ ପ୍ରସ୍ତାବ…

ଚଣ୍ଡିଗଡ଼,୧୯।୬ : ପଞ୍ଜାବ ସରକାର ଶିଖ ଗୁରୁଦ୍ୱାରା ଅଧିନିୟମ ୧୯୨୫ ରେ ଏକ ନୂତନ ଧାରା ଯୋଡିବେ। ଶ୍ରୀ ହରମିନ୍ଦର ସାହିବରୁ ଗୁରୁବାଣୀର ପ୍ରସାରଣ ସମସ୍ତଙ୍କ ପାଇଁ ମାଗଣା ହେବ। ଏଥିପାଇଁ କୌଣସି ଟେଣ୍ଡର ଆବଶ୍ୟକ ହେବ ନାହିଁ। ସୋମବାର ଏହି ପ୍ରସ୍ତାବକୁ କ୍ୟାବିନେଟରେ ଅଣାଯିବ ବୋଲି ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ କହିଛନ୍ତି। ଜୁନ ୨୦ ରେ ବିଧାନସଭାରେ ଏହି ପ୍ରସ୍ତାବ ଉପସ୍ଥାପିତ ହେବ। ଏଥି ସହିତ ଏହାର ବିରୋଧ ମଧ୍ୟ ଆରମ୍ଭ ହୋଇଛି।

ମାନ୍‌ଙ୍କ ଘୋଷଣାକୁ ଶିରୋମଣି ଗୁରୁଦ୍ୱାର ପ୍ରବନ୍ଧକ କମିଟି (ଏସଜିପିସି) ସଭାପତି ଆଡଭୋକେଟ ହରଜିନ୍ଦର ସିଂ ଧାମି ଏନେଇ ଆପତ୍ତି ଜଣାଇଛନ୍ତି। ସେ କହିଛନ୍ତି ଆମ ଆଦମୀ ପାର୍ଟି ସରକାର ଶିଖମାନଙ୍କ ଧାର୍ମିକ କାର୍ଯ୍ୟରେ ସିଧାସଳଖ ହସ୍ତକ୍ଷେପ କରୁଛନ୍ତି। ଏଥିରେ ସିଧାସଳଖ ହସ୍ତକ୍ଷେପ କରିବାର ସରକାରଙ୍କର ଅଧିକାର ନାହିଁ।

ଧାମି କହିଛନ୍ତି ମାନ୍‌ ସରକାର ଜାଣନ୍ତି ନାହିଁ ପଞ୍ଜାବ ସରକାର ଶିଖ ଗୁରୁଦ୍ୱାର ଅଧିନିୟମ ୧୯୨୫ ରେ ହସ୍ତକ୍ଷେପ କରିପାରିବେ ନାହିଁ। ଏସଜିପିସିର ସୁପାରିଶ କ୍ରମେ ଏହାକୁ ସଂଶୋଧନ କରିବାରେ କେବଳ କେନ୍ଦ୍ର ସରକାରଙ୍କର ଅଧିକାର ରହିଛି। ମାନ୍‌ ନିଜର ରାଜନୈତିକ ସ୍ବାର୍ଥ ପାଇଁ ଶିଖ ସମ୍ପ୍ରଦାୟ ମଧ୍ୟରେ ଦ୍ୱନ୍ଦ୍ୱ ସୃଷ୍ଟି କରିବା ବନ୍ଦ କରିବା ଉଚିତ। ଗୁରୁବାଣୀ ପ୍ରସାରଣ ସାଧାରଣ ପ୍ରସାରଣ ନୁହେଁ। ଏହାର ପବିତ୍ରତା ଏବଂ ସମ୍ମାନକୁ ଅଣଦେଖା କରାଯାଇପାରିବ ନାହିଁ ବୋଲି ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

ରାସ୍ତା ଅବସ୍ଥା ଶୋଚନୀୟ: ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ, ମନ୍ତ୍ରୀ କହିଲେ…

ଗୁଡାରି,୨୨।୯(ପ୍ରମୋଦ କୁମାର ପତି): ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥର ମରାମତି ନେଇ ମଙ୍ଗଳବାର ବିଧାନସଭାରେ ପ୍ରଶ୍ନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। UDAQ ୬୪:ରେ ବିଧାୟକ…

ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ ୯୭ ବର୍ଷୀୟ କନ୍ଦ ବାବୁ: ଅତୁଟ ରହିଛି ବ୍ଲକ ବିଜେଡି ଅଧ୍ୟକ୍ଷ

ମହାକାଳପଡ଼ା,୨୨।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କେନ୍ଦ୍ରାପଡା ଜିଲାରେ ପରିଚିତ ମହାକାଳପଡା ବ୍ଲକ ବିଜେଡି ସଭାପତି ଶ୍ରୀଧର ସାମଲ(୯୭) ଓରଫ୍‌ କନ୍ଦ ବାବୁ ।…

ପାଠପଢ଼ା ଭୟରେ ରାଇରଙ୍ଗପୁରରୁ ଚାଲିଆସିଲେ ୨ ନାବାଳକ, ରାଉରକେଲାରେ…

ରାଉରକେଲା,୨୨।୯(ସଙ୍ଗୀତା ଜେନା): ପାଠପଢା ଭୟରେ ମୟୂରଭଞ୍ଜ ରାଇରଙ୍ଗପୁରରୁ ୨ନାବାଳକ ସୋମବାର ରାଉରକେଲା ଚାଲି ଆସିଥିଲେ । ରାଉରକେଲା ରେଳ ଷ୍ଟେଶନ୍ ଓ ପରେ ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ…

ଦୀପାବଳି ପୂର୍ବରୁ ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା! ୭-୮% ମହଙ୍ଗା ହେବ…

ନୂଆଦିଲ୍ଲୀ,୨୨।୯: ଆଗକୁ ଆସୁଛି ଦଶହରା, ଛଠ ପୂଜା ଓ ଦୀପାବଳି ଭଳି ବଡ଼ ପାର୍ବଣ। ପାର୍ବଣ ପାଇଁ ଲୋକେ ପ୍ରସ୍ତୁତିରେ ବ୍ୟସ୍ତ ଥିବା ବେଳେ ବଢ଼ୁଥିବା ମହଙ୍ଗା…

ସମ୍ଭାବ୍ୟ ବାତ୍ୟାକୁ ନେଇ ନବରଙ୍ଗପୁରରେ ସତର୍କତା, ୨ ଦିନ ପାଇଁ ଛୁଟି ବାତିଲ

ନବରଙ୍ଗପୁର,୨୨।୯(ସଦାଶିବ ପ୍ରହରାଜ ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି । ଆସନ୍ତା ୨୩ ଓ ୨୪ ତାରିଖ…

ତାପସଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା: ଦଳୀୟ ସଂଗଠନକୁ ମଜଭୁତ କରିବା ଲକ୍ଷ୍ୟ

ରାଇକିଆ,୨୨।୯(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଭାଜପାର ଯୁବ ସଂଗଠକ ତାପସ ଦଳବେହେରା ଭାରତୀୟ ଜନତା ପାର୍ଟିରେ ନିଜର ଦୃଢ଼ କାର୍ଯ୍ୟଦକ୍ଷତା ଯୋଗୁ ଜିଲା ଆଇଟି…

ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ୧୦ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ଘୋଷଣା

ନୂଆଦିଲ୍ଲୀ,୨୨।୯: ଉତ୍ତର ପ୍ରଦେଶରୁ ୧୦ଟି ଏବଂ ଉତ୍ତରାଖଣ୍ଡରୁ ଗୋଟିଏ – ଏହିପରି ମୋଟ ୧୧ଟି ରାଜ୍ୟ ସଭା ଆସନ ପାଇଁ ଅକ୍ଟୋବର ୧୬ରେ ନିର୍ବାଚନ ଅନୁଷ୍ଠିତ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?