Posted inଜାତୀୟ

୩୫ହଜାର ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ସ୍ଥାୟୀ କରିବେ ପଞ୍ଜାବ ସରକାର

ଚଣ୍ଡିଗଡ଼,୨୨।୩: ପଞ୍ଜାବରେ ଶାସନ କ୍ଷମତା ସମ୍ଭାଳିବା ପରେ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ ଆକ୍ସନ ମୁଡ୍‌ରେ ଆସିଯାଇଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ରାଜ୍ୟର ହିତ ପାଇଁ ସେ ଗୋଟିଏ ପରେ ଗୋଟିଏ ବଡ଼ ନିଷ୍ପତ୍ତି ନେଉଛନ୍ତି। ଇତିମଧ୍ୟରେ ପଞ୍ଜାବର ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ ସେ ଏକ ବଡ଼ ଖୁସି ଖବର ଆଣିଦେଇଛନ୍ତି। ପଞ୍ଜାବରେ ୩୫ହଜାର ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ସ୍ଥାୟୀ କରାଯିବ ବୋଲି ଭଗଓ୍ବନ୍ତ ମାନ ମଙ୍ଗଳବାର ଘୋଷଣା କରିଛନ୍ତି। ରାଜ୍ୟର ଚୁକ୍ତିନାମା ଅନୁଯାୟୀ ଚାଲୁଥିବା ଗ୍ରୁପ ସି ଏବଂ ଗ୍ରୁପ ଡିର ଅସ୍ଥାୟୀ କର୍ମଚାରୀମାନେ ଏହାଦ୍ୱାରା ଉପକୃତ ହୋଇପାରିବେ। ତେବେ ଚୁକ୍ତିନାମା ଏବଂ ଆଉଟସୋର୍ସିଂ ନିଯୁକ୍ତିକୁ ବନ୍ଦ କରିବାପାଇଁ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପଟେ ପଞ୍ଜାବର ନୂତନ ମୁଖ୍ୟମନ୍ତ୍ରୀ ଖୁବ୍‌ଶୀଘ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିବେ। ସାକ୍ଷାତ ପାଇଁ ସେ ସମୟ ମଧ୍ୟ ମାଗିଛନ୍ତି। ଏନେଇ ମାନ ଟୁଇଟ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, ସାକ୍ଷାତକାର ସମୟରେ ପ୍ରଧାନମନ୍ତ୍ରୀ ଓ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ସହିତ ପଞ୍ଜାବ ସହ ଜଡିତ କିଛି ପ୍ରସଙ୍ଗ ଉପରେ ଆଲୋଚନା କରିବେ। ବିଶେଷକରି ପାକିସ୍ତାନ ସୀମାନ୍ତରେ ଡ୍ରଗ୍ସ ଏବଂ ଅସ୍ତ୍ରଶସ୍ତ୍ର ଚୋରା ଚାଲାଣର ମୁକାବିଲା ନିମନ୍ତେ ନୂତନ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଏହା ଏକ ବଡ଼ ଆହ୍ବାନ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri