Posted inଜାତୀୟ

୩୫ହଜାର ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ସ୍ଥାୟୀ କରିବେ ପଞ୍ଜାବ ସରକାର

ଚଣ୍ଡିଗଡ଼,୨୨।୩: ପଞ୍ଜାବରେ ଶାସନ କ୍ଷମତା ସମ୍ଭାଳିବା ପରେ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ ଆକ୍ସନ ମୁଡ୍‌ରେ ଆସିଯାଇଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ରାଜ୍ୟର ହିତ ପାଇଁ ସେ ଗୋଟିଏ ପରେ ଗୋଟିଏ ବଡ଼ ନିଷ୍ପତ୍ତି ନେଉଛନ୍ତି। ଇତିମଧ୍ୟରେ ପଞ୍ଜାବର ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ ସେ ଏକ ବଡ଼ ଖୁସି ଖବର ଆଣିଦେଇଛନ୍ତି। ପଞ୍ଜାବରେ ୩୫ହଜାର ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ସ୍ଥାୟୀ କରାଯିବ ବୋଲି ଭଗଓ୍ବନ୍ତ ମାନ ମଙ୍ଗଳବାର ଘୋଷଣା କରିଛନ୍ତି। ରାଜ୍ୟର ଚୁକ୍ତିନାମା ଅନୁଯାୟୀ ଚାଲୁଥିବା ଗ୍ରୁପ ସି ଏବଂ ଗ୍ରୁପ ଡିର ଅସ୍ଥାୟୀ କର୍ମଚାରୀମାନେ ଏହାଦ୍ୱାରା ଉପକୃତ ହୋଇପାରିବେ। ତେବେ ଚୁକ୍ତିନାମା ଏବଂ ଆଉଟସୋର୍ସିଂ ନିଯୁକ୍ତିକୁ ବନ୍ଦ କରିବାପାଇଁ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପଟେ ପଞ୍ଜାବର ନୂତନ ମୁଖ୍ୟମନ୍ତ୍ରୀ ଖୁବ୍‌ଶୀଘ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିବେ। ସାକ୍ଷାତ ପାଇଁ ସେ ସମୟ ମଧ୍ୟ ମାଗିଛନ୍ତି। ଏନେଇ ମାନ ଟୁଇଟ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, ସାକ୍ଷାତକାର ସମୟରେ ପ୍ରଧାନମନ୍ତ୍ରୀ ଓ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ସହିତ ପଞ୍ଜାବ ସହ ଜଡିତ କିଛି ପ୍ରସଙ୍ଗ ଉପରେ ଆଲୋଚନା କରିବେ। ବିଶେଷକରି ପାକିସ୍ତାନ ସୀମାନ୍ତରେ ଡ୍ରଗ୍ସ ଏବଂ ଅସ୍ତ୍ରଶସ୍ତ୍ର ଚୋରା ଚାଲାଣର ମୁକାବିଲା ନିମନ୍ତେ ନୂତନ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଏହା ଏକ ବଡ଼ ଆହ୍ବାନ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri