Posted inଜାତୀୟ

୨୭ ସେଲିବ୍ରିଟିଙ୍କୁ ସୁରକ୍ଷା ଦେବେ ପଞ୍ଜାବ ସରକାର, ସମୀକ୍ଷା ଜାରି…

ଚଣ୍ଡିଗଡ଼, ୧।୬ : ପଞ୍ଜାବରେ ପ୍ରସିଦ୍ଧ ଗାୟକ ସିଦ୍ଧୁ ମୁସୱାଲାଙ୍କ ହତ୍ୟା ପରେ ଭିଭିଆଇପି ସୁରକ୍ଷା ପ୍ରସଙ୍ଗରେ ରାଜ୍ୟ ସରକାର ନିଜର ଭୁଲକୁ ସୁଧାରିବାକୁ ଚେଷ୍ଟା କରୁଛନ୍ତି। ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନଙ୍କ ସରକାର ପୁଣିଥରେ ଭିଆଇପି ସୁରକ୍ଷା ସମୀକ୍ଷା କରିବା ଆରମ୍ଭ କରିଛନ୍ତି ଏବଂ ଅନେକ ଲୋକଙ୍କୁ ସୁରକ୍ଷା ପ୍ରଦାନ କରିବାକୁ ଯୋଜନା କରିଛନ୍ତି। ମୋସେୱାଲାଙ୍କ ହତ୍ୟାକାଣ୍ଡ ପରେ ବହୁ ଲୋକ ସୁରକ୍ଷା ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। କିଛି ଲୋକ ସରକାରଙ୍କୁ ମଧ୍ୟ ସିଧାସଳଖ ଆବେଦନ କରିଛନ୍ତି।

ସୂଚନା ଅନୁଯାୟୀ, ଏହା ଅନ୍ତର୍ଗତ ୨୭ ଜଣ ସେଲିବ୍ରିଟିଙ୍କୁ ସୁରକ୍ଷା ଦେବା ପାଇଁ ସରକାର ପ୍ରସ୍ତୁତ ହେଉଛନ୍ତି। ସୁରକ୍ଷା ସମ୍ପର୍କରେ ସରକାରଙ୍କୁ ବୁଧବାର ହାଇକୋର୍ଟରେ ଜବାବ ଦେବାକୁ ପଡିବ ଏବଂ ଭିଭିଆଇପି ସୁରକ୍ଷା ହଟାଇବା ବିଜ୍ଞପ୍ତି କିପରି ଜନସାଧାରଣଙ୍କ ନିକଟରେ ଲିକ ହୋଇଛି ତାହା ମଧ୍ୟ ଜଣାଇବାକୁ ପଡିବ। ସେଲିବ୍ରିଟିଙ୍କ ସୁରକ୍ଷା ପାଇଁ ସରକାର ଏକ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିସାରିଛନ୍ତି। ଏହି ଯୋଜନା ଅନ୍ତର୍ଗତ ପ୍ରତ୍ୟେକ ସେଲିବ୍ରିଟିଙ୍କୁ ୨୪ ଘଣ୍ଟା ପାଇଁ ୪ ରୁ ୬ ସୁରକ୍ଷା କର୍ମୀ ଯୋଗାଇ ଦିଆଯିବ।

ଏକ ରିପୋର୍ଟ ଅନୁଯାୟୀ, ଫିଲ୍ମ ଏବଂ ମ୍ୟୁଜିକ ଇଣ୍ଡଷ୍ଟ୍ରି ସହ ଜଡିତ କଳାକାରଙ୍କ ନାମ ସୁରକ୍ଷା ଦୃଷ୍ଟିରୁ ପୋଲିସ ବିଭାଗ ପ୍ରକାଶ କରିନାହାନ୍ତି। ଯଦିଓ ଏହା କୁହାଯାଉଛି ଯେ ଏହ୨୭ ଜଣ ସେଲିବ୍ରିଟି ମୋହାଲି, ଲୁଧିଆନା, ଜଲନ୍ଧର, ଫେରୋଜପୁର, ଭଟିଣ୍ଡା, ଫରିଦକୋଟ, ମୁକସର, ପଟିଆଲା, ଅମୃତସର ଜିଲାର ଅଟନ୍ତି ।

ଅପରପକ୍ଷରେ, ସିଦ୍ଧୁ ମୁସୱାଲା ହତ୍ୟା ହେବାର ଦୁଇ ଦିନ ପରେ ଗ୍ୟାଙ୍ଗଷ୍ଟରଙ୍କ ଦ୍ୱାରା ହତ୍ୟା କରାଯାଇଥିବା ଅକାଲୀ ଦଳର ନେତା ବିକି ମିଡୁଖେଡାଙ୍କ ଭାଇ ଅଜୟ ପାଲ ସିଂ ମିଡୁଖେଡା ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରେ ସୁରକ୍ଷା ଲୋଡିଛନ୍ତି।ତ୍‌ ଜଷ୍ଟିସ କରମଜିତ ସିଂଙ୍କ ଏକ ବେଞ୍ଚରେ ହାଜର ହୋଇଥିବା ଅଜୟ ପାଲ କହିଛନ୍ତି ଯେ ଦିଲ୍ଲୀ ପୋଲିସ ୧୭ ଜଣ ଗ୍ୟାଙ୍ଗଷ୍ଟରଙ୍କୁ ଗିରଫ କରିଛି। ପୋଲିସର ସୂଚନାନୁସାରେ, ଏହି ଗ୍ୟାଙ୍ଗଷ୍ଟରମାନଙ୍କ ମଧ୍ୟରୁ କେତେକ ବିକିଙ୍କ ହତ୍ୟାକାଣ୍ଡରେ ସାମିଲ ଥିବା ସ୍ବୀକାର କରିଛନ୍ତି। ତେଣୁ ତାଙ୍କ ଜୀବନ ପ୍ରତି ବିପଦରେ ଅଛି ଏବଂ ତାଙ୍କୁ ସୁରକ୍ଷା ଯୋଗାଇ ଦିଆଯିବା ଉଚିତ୍‌। ଏହା ଉପରେ ଜଷ୍ଟିସ କରମଜିତ ସିଂ ଉତ୍ତରଦାତାଙ୍କୁ ନୋଟିସ ଜାରି କରିଛନ୍ତି। ଅଗଷ୍ଟ ୧୮ରେ ଏହାର ପରବର୍ତ୍ତୀ ଶୁଣାଣି ପାଇଁ ବେଞ୍ଚ ସ୍ଥିର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri