Posted inଜାତୀୟ

ହରଭଜନଙ୍କୁ ଡବଲ୍‌ ଝଟ୍‌କା: ଘର ବାହାରେ ଲେଖାଗଲା ‘ଗଦ୍ଦାର’, ପଞ୍ଜାବ ସରକାର ହଟାଇଲେ… 

ଚଣ୍ଡିଗଡ଼,୨୬।୪: ପଞ୍ଜାବର ରାଜନୈତିକ ପାଣିପାଗ ଏବେ ବେଶ ସରଗରମ ରହିଛି। ଆମ ଆଦମୀ ପାର୍ଟି (AAP) ଛାଡ଼ି ଭାଜପାରେ ସାମିଲ ହେବାର କିଛି ଦିନ ପରେ, ପୂର୍ବତନ କ୍ରିକେଟର ତଥା ରାଜ୍ୟ ସଭା ଏମ୍‌ପି ହରଭଜନ ସିଂଙ୍କ ସୁରକ୍ଷା ବ୍ୟବସ୍ଥାକୁ ପଞ୍ଜାବ ସରକାର ପ୍ରତ୍ୟାହାର କରି ନେଇଛନ୍ତି। ରବିବାର ହରଭଜନଙ୍କ ବାସଭବନରେ ମୁତୟନ ଥିବା ସୁରକ୍ଷାକର୍ମୀଙ୍କୁ ହଟାଇ ଦିଆଯାଇଛି, ଯାହାକୁ ନେଇ ଚିନ୍ତା ପ୍ରକଟ କରାଯାଇଛି।
ନିକଟରେ ହରଭଜନ ସିଂଙ୍କ ସମେତ ‘ଆପ୍‌’ର ୭ ଜଣ ଏମ୍‌ପି ଭାଜପାରେ ଯୋଗ ଦେଇଛନ୍ତି। ଏହା ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ନେତୃତ୍ୱାଧୀନ ପାର୍ଟି ପାଇଁ ଏକ ବଡ଼ ଝଟକା ବୋଲି କୁହାଯାଉଛି। ଏହି ଦଳ ବଦଳ ପରେ ’ଆପ’ କର୍ମୀମାନେ ପ୍ରବଳ ଅସନ୍ତୋଷ ପ୍ରକାଶ କରିଛନ୍ତି।
ଶନିବାର ଦିନ ଲୁଧିଆନା ଏବଂ ଜାଲନ୍ଧରରେ ଆମ ଆଦମୀ ପାର୍ଟିର କର୍ମୀମାନେ ହରଭଜନ ସିଂ, ଅଶୋକ ମିତ୍ତଲ ଏବଂ ରାଜିନ୍ଦର ଗୁପ୍ତାଙ୍କ ବାସଭବନ ବାହାରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଉତ୍ତ୍ୟକ୍ତ କର୍ମୀମାନେ ସାଂସଦମାନଙ୍କ ଘର କାନ୍ଥରେ ସ୍ପ୍ରେ ପେଣ୍ଟରେ ’ଗଦ୍ଦାର’(ବିଶ୍ୱାସଘାତକ) ବୋଲି ଲେଖିବା ସହ ‘ପଞ୍ଜାବର ଗଦ୍ଦାର’ ସ୍ଲୋଗାନ ଦେଇଥିଲେ।
ସୂଚନା ଅନୁଯାୟୀ, ରାଘବ ଚଢ଼ା, ସନ୍ଦୀପ ପାଠକ, ଅଶୋକ ମିତ୍ତଲ, ହରଭଜନ ସିଂ, ରାଜେନ୍ଦ୍ର ଗୁପ୍ତା, ସ୍ବାତି ମାଲିୱାଲ ଏବଂ ବିକ୍ରମଜିତ ସାହନୀଙ୍କ ପରି ପ୍ରମୁଖ ନେତାମାନେ ଭାଜପାରେ ସାମିଲ ହୋଇଛନ୍ତି।
ତେସେୁରକ୍ଷା ହଟାଯିବା ଏବଂ ବାସଭବନ ବାହାରେ ବିକ୍ଷୋଭ ପ୍ରଦର୍ଶନ ପରେ ସମ୍ପୃକ୍ତ ଅଞ୍ଚଳରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। ପଞ୍ଜାବ ଜନତାଙ୍କ ସହ ଏହି ଏମ୍‌ପିମାନେ ବିଶ୍ୱାସଘାତକତା କରିଥିବା ’ଆପ’ କର୍ମୀମାନେ ଅଭିଯୋଗ କରିଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆ ବ୍ଲକ୍‌ରେ ସ୍ଥିତି ସୁଧୁରିନି, ପୁଣି ଘାରିଲା ବର୍ଷା ଭୟ

ରାଇକିଆ, ୧।୧୧ (ପ୍ରଦୀପ ବେହେରା): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ପରେ ପୁଣି ଏକ ବାତ୍ୟା ଆଶଙ୍କା ଲୋକଙ୍କ ମନରେ ଭୟ ସଞ୍ଚାର କରିଛି। ତିନି…

ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ ଗିରଫ

ବ୍ରହ୍ମପୁର, ୧/୧୧ (ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଡକ୍ରସ ପାଣ୍ଠିରୁ ୮.୬୩ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପଜିଲାପାଳଙ୍କ…

ଏହି ମ୍ୟାଚରେ ପ୍ରତ୍ୟାବର୍ତ୍ତନ କରିବେ ରୋହିତ ଶର୍ମା; ଜାଣନ୍ତୁ ସେ କେତୋଟି ମ୍ୟାଚ ଖେଳିବେ

ନୂଆଦିଲ୍ଲୀ,୧।୧୧: ରୋହିତ ଶର୍ମା ମୁମ୍ବାଇ ଦଳକୁ ଫେରିବାକୁ ପ୍ରସ୍ତୁତ ଅଛନ୍ତି। ସେ ମୁମ୍ବାଇ କ୍ରିକେଟ ଆସୋସିଏସନ (MCA) କୁ ଜଣାଇଛନ୍ତି ଯେ, ଡିସେମ୍ବରରେ ହେବାକୁ ଥିବା ‘ବିଜୟ…

ରାତି ଅଧରେ ଘରେ ପଶି ସ୍ୱାମୀ-ସ୍ତ୍ରୀଙ୍କୁ ହତ୍ୟା: ପୁଅ ଗୁରୁତର,  ପଡ଼ୋଶୀ ଅଟ ଥିବା ସୂଚନା

କୋରୁକୋଣ୍ଡା, ୧/୧୧ (ଅଶୋକ କୁମାର ପରିଡ଼ା): ଘରେ ପଶି ଏକ ଦମ୍ପତିଙ୍କୁ ନିର୍ମମ ଭାବେ ହତ୍ୟା କରିବା ସହ ସେମାନଙ୍କ ୧୨ ବର୍ଷୀୟ ପୁଅକୁ ମରଣାନ୍ତକ ଆକ୍ରମଣ…

ଆମେରିକା ନିକଟରେ ୭ଟି ସର୍ତ୍ତ ରଖିଲା ଇରାନ: ‘ଏଗୁଡ଼ିକ ପୂରଣ ହେଲେ, ଖୋଲିବ ରାସ୍ତା’

ତେହରାନ,୧।୧୧: ଇରାନ ଏବଂ ଯୁକ୍ତରାଷ୍ଟ୍ର ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଶେଷ ହେବାର କୌଣସି ଲକ୍ଷଣ ଦେଖାଯାଉନାହିଁ ଏବଂ ଉଭୟ ଦେଶ ମଧ୍ୟରେ ଉତ୍ତେଜନା କମିବାର ମଧ୍ୟ…

ମାଟିରେ ମିଶିଲା ଇନ୍ଦ୍ରଗଡ଼ ପଞ୍ଚାୟତ କାର୍ଯ୍ୟାଳୟ

ରାଇକିଆ, ୧/୧୧ (ପ୍ରଦୀପ ବେହେରା): ବାହ୍ୟ ଜଗତରୁ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇପଡ଼ିଥିବା ଇନ୍ଦ୍ରଗଡ଼ ପଞ୍ଚାୟତ ଉପରେ ଫୋକସ୍ କରିଛି କନ୍ଧମାଳ ଜିଲା ପ୍ରଶାସନ। ମାଣିକେଶ୍ୱର ପରେ ଏହି…

‘ପ୍ରତିବାଦ କରନ୍ତୁ, କିଛି କିଣାକିଣି ମଧ୍ୟ କରନ୍ତୁ, ରାଲି ପୂର୍ବରୁ ରାହୁଲ ଗାନ୍ଧୀଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧।୧୧: କଂଗ୍ରେସ ନେତୃତ୍ୱାଧୀନ ‘ଇଣ୍ଡିଆ’ (INDIA) ମେଣ୍ଟ ଦିଲ୍ଲୀର ରାମଲୀଳା ମୈଦାନରେ ଏକ ସମାବେଶ ଆୟୋଜନ କରିବାକୁ ଯାଉଛି। ଏହି କାର୍ଯ୍ୟକ୍ରମ ପାଇଁ ଦଳ ପକ୍ଷରୁ ସମସ୍ତ…

କୋଟିଆ ଭୋଟରଙ୍କୁ ଜଗିବେ ୩ ଦଳ

କୋରାପୁଟ,୧।୧୧(ଅମିତାଭ ବେହେରା): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆକୁ ନେଇ ପୁଣି ରାଜନୈତିକ ତତ୍ପରତା ଦେଖିବାକୁ ମିଳିଛି। କୋଟିଆ ଗ୍ରାମପୁଞ୍ଜରେ ଆନ୍ଧ୍ର ପକ୍ଷରୁ ହେବାକୁ ଥିବା ନିର୍ବାଚନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?