ପଞ୍ଜାବ ରାଜ୍ୟପାଳ କରୋନା ପଜିଟିଭ, ୨ ଘଣ୍ଟା ପର୍ଯ୍ୟନ୍ତ ରହିଥିଲେ ଶହ ଶହ ପିଲାଙ୍କ ଗହଣରେ

ଚଣ୍ଡିଗଡ଼,୬ ।୮: ପଞ୍ଜାବର ରାଜ୍ୟପାଳ ତଥା ୟୁଟିର ପ୍ରଶାସକ ବନୱାରିଲାଲ ପୁରୋହିତ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସାଢେ ୪ଟାରେ ଆସିଥିବା ଯାଞ୍ଚ ରିପୋର୍ଟରେ ସେ କରୋନା ପଜିଟିଭ ଥିବା ଜଣାପଡିଥିଲା । ପୁରୋହିତ ଶୁକ୍ରବାର ସକାଳ ୧୦ଟା ୩୦ରୁ ଦ୍ୱିପ୍ରହର ୧୨ଟା ୩୦ ପର୍ଯ୍ୟନ୍ତ ସେକ୍ଟର ୧୮ ସ୍ଥିତ ଟାଗୋର ଥିଏଟରରେ ଭବନ ବିଦ୍ୟାଳୟ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ।
ଏହି ସମୟରେ ଭାରତୀୟ ବିଦ୍ୟା ଭବନ ଚଣ୍ଡିଗଡ଼ କେନ୍ଦ୍ରର ଚେୟାରମ୍ୟାନ ଆରକେ ସାବୁ, ଭାଇସ ଚେୟାରମ୍ୟାନ ଜଗ୍ନେଶ ଖେତାନ, ସେକ୍ରେଟାରୀ ମଧୁକର ମାଲହୋତ୍ରା ଓ କେନ୍ଦ୍ର କମିଟିର ସଦସ୍ୟଙ୍କ ସହ ପୁରୋହିତ ଏକ ବୈଠକରେ ବସିଥିଲେ । ଏହାସହ କାର୍ଯ୍ୟକ୍ରମରେ ଯୋଗଦେଇଥିବା ଶହ ଶହ ଛାତ୍ରୀ ଛାତ୍ରଙ୍କ ସହ ମଧ୍ୟ ରାଜ୍ୟପାଳ ମିଶିଥିଲେ । ଏପଟେ ଡିପିଆର ଚଣ୍ଡିଗଡ଼ ପକ୍ଷରୁ ପୋରୋହିତଙ୍କ ସମ୍ପର୍କରେ ଆସିଥିବା ଲୋକଙ୍କୁ ଆଇସୋଲେଶନରେ ରହିବାକୁ ପରାମର୍ଶ ଦିଆଯାଇଛି । ଏହାସହ ଲକ୍ଷଣ ଦେଖାଦେଲେ ତୁରନ୍ତ କରୋନା ଟେଷ୍ଟ କରିଦେବାକୁ କୁହାଯାଇଛି । ତେବେ ପୁରୋହିତଙ୍କ ପାଖରେ କରୋନାର ଗମ୍ଭିର ଲକ୍ଷଣ ନ ଥିବାରୁ ସେ ଘରେ ହିଁ ଆଇସୋଲେଶନରେ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri