Posted inଜାତୀୟ

ପଞ୍ଜାବରେ ଲାଗିପାରେ ରାଷ୍ଟ୍ରପତି ଶାସନ! ମୁଖ୍ୟମନ୍ତ୍ରୀ ଭଗବନ୍ତଙ୍କୁ ଚେତାବନୀ ଦେଲେ ରାଜ୍ୟପାଳ ବନଓ୍ବାରିଲାଲ

ଚଣ୍ଡିଗଡ,୨୫।୮: ପଞ୍ଜାବ ରାଜ୍ୟପାଳ ବନୱାରିଲାଲ ପୁରୋହିତ ଏବଂ ମୁଖ୍ୟମନ୍ତ୍ରୀ ଭଗବନ୍ତ ମନଙ୍କ ମଧ୍ୟରେ ଚାଲିଥିବା ବିବାଦ ଥମିବାର ନାଁ ନେଉନାହିଁ। ରାଜ୍ୟପାଳ ବନୱାରିଲାଲ ପୁରୋହିତ ଶୁକ୍ରବାର ଭଗବନ୍ତ ସରକାରଙ୍କୁ ସମ୍ବିଧାନ ବିରୋଧରେ କାର୍ଯ୍ୟ କରିଛନ୍ତି ଏବଂ ତାଙ୍କ ଚିଠିର ଉତ୍ତର ଦେଇ ନାହାଁନ୍ତି ବୋଲି ଅଭିଯୋଗ ଆଣିଛନ୍ତି। ବନୱାରିଲାଲ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି କହିଛନ୍ତି ଯେ, ଯଦି ସେ ତାଙ୍କ ଚିଠିର ଉତ୍ତର ନ ଦିଅନ୍ତି ତେବେ ସେ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁଙ୍କୁ ଚିଠି ଲେଖି ରାଜ୍ୟରେ ରାଷ୍ଟ୍ରପତିଙ୍କ ଶାସନ ଲାଗୁ କରିବେ। ରାଜ୍ୟରେ ସାମ୍ବିଧାନିକ ତନ୍ତ୍ରର ବିଫଳତା ପାଇଁ ସେ ଆପରାଧିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ପୁରୋହିତ ଚେତାବନୀ ଦେଇଛନ୍ତି।

ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ପୁରୋହିତ ପଞ୍ଜାବର ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ତାଙ୍କ ଚିଠିର ଉତ୍ତର ମାଗିଥିଲେ। ଏଥିସହ ସେ ରାଜ୍ୟରେ ବ୍ୟାପକ ନିଶା କାରବାର ଉପରେ ନିଆଯାଇଥିବା କାର୍ଯ୍ୟାନୁଷ୍ଠାନ ରିପୋର୍ଟ ମଧ୍ୟ ମାଗିଛନ୍ତି।

ସୂଚନାଯୋଗ୍ୟ, ଲୁଧିଆନାରେ ନିଶା କାରବାର କରୁଥିବା ୬୬ ଟି ମଦ ଦୋକାନକୁ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ଏବଂ ଚଣ୍ଡିଗଡ଼ ପୋଲିସ ନିକଟରେ ସିଜ୍‌ କରିଥିଲା। ସଂସଦୀୟ ଷ୍ଟାଣ୍ଡିଂ କମିଟିର ନିକଟରେ ପ୍ରକାଶିତ ରିପୋର୍ଟରୁ ଜଣାପଡିଛି ଯେ ପଞ୍ଜାବର ପ୍ରତି ପାଞ୍ଚ ଜଣଙ୍କ ମଧ୍ୟରୁ ଜଣେ ନିଶା ସେବନ କରୁଛନ୍ତି। ରାଜ୍ୟପାଳ କହିଛନ୍ତି ଯେ, ଏହି ତଥ୍ୟ ପଞ୍ଜାବରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନଷ୍ଟ କରିଛି। ନିଶା କାରବାର ବିରୋଧରେ ନିଆଯାଇଥିବା କାର୍ଯ୍ୟନୁଷ୍ଠାନ ରିପୋର୍ଟ ତୁରନ୍ତ ରାଜ୍ୟପାଳଙ୍କ କାର୍ଯ୍ୟାଳୟକୁ ପଠାଇବାକୁ ସେ ମୁଖ୍ୟମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?