Posted inଜାତୀୟ

ପୁରୁଣା ପେନ୍‌ସନ ଯୋଜନା ଲାଗୁକଲେ ପଞ୍ଜାବ ସରକାର

ଚଣ୍ଡିଗଡ଼,୨୨ା୧୦: ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ସରକାର ପଞ୍ଜାବର ସରକାରୀ କର୍ମଚାରୀମାନଙ୍କ ଲାଗି ଦିଓ୍ବାଲି ଭେଟି ସ୍ବରୂପ ପୁରୁଣା ପେନ୍‌ସନ ଯୋଜନା ପୁନର୍ବାର କାର୍ଯ୍ୟକାରୀ କରିବାକୁ ଶୁକ୍ରବାର ନିଷ୍ପତ୍ତି ନେଇଛନ୍ତି। ଏନେଇ ରାଜ୍ୟ କ୍ୟାବିନେଟରେ ନୀତିଗତ ନିଷ୍ପତ୍ତି ନିଆଯାଇଥିବା ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ ଘୋଷଣା କରିଛନ୍ତି। ପୁରୁଣା ପେନ୍‌ସନ ଯୋଜନା ଲାଗୁ ହେଲେ ରାଜ୍ୟର ଲକ୍ଷାଧିକ କର୍ମଚାରୀ ଉପକୃତ ହେବେ। କର୍ମଚାରୀମାନଙ୍କୁ ପୁରୁଣା ପେନ୍‌ସନ ଯୋଜନାରେ ସାମିଲ ହେବା ଲାଗି ବିକଳ୍ପ ଦିଆଯିବ। ୨୦୦୪ରୁ ବନ୍ଦ ରହିଥିବା ପୁରୁଣା ପେନ୍‌ସନ ଯୋଜନାକୁ ପୁନର୍ବାର ଲାଗୁ କରିବା ସରକାରୀ କର୍ମଚାରୀମାନଙ୍କର ବଡ଼ ଦାବି ରହିଥିଲା। ପଞ୍ଜାବରେ ଏଏପିି କ୍ଷମତାକୁ ଆସିଲେ ଉକ୍ତ ଯୋଜନା ପୁନର୍ବାର ଲାଗୁ ହେବ ବୋଲି ଗତବର୍ଷ ଅଗଷ୍ଟରେ ଦଳର ବରିଷ୍ଠ ନେତା ତଥା ବର୍ତ୍ତମାନର ଅର୍ଥମନ୍ତ୍ରୀ ହରପାଲ ସିଂ ଚିମା ପ୍ରତିଶ୍ରୁତି ଦେଇଥିଲେ। ପଞ୍ଜାବ ସରକାରଙ୍କ ନିଷ୍ପତ୍ତିକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଏଏପି ଆବାହକ ଅରବିନ୍ଦ କେଜ୍‌ରିଓ୍ବାଲ ସ୍ବାଗତ କରିଛନ୍ତି। ଗୁଜରାଟ ଓ ହିମାଚଳପ୍ରଦେଶରେ ଦଳ କ୍ଷମତାକୁ ଆସିଲେ ପୁରୁଣା ପେନ୍‌ସନ ଯୋଜନା ଲାଗୁ ହେବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri