Posted inଜାତୀୟ

ପଞ୍ଜାବ ସରକାର ଏବଂ ରାଜ୍ୟପାଳ ବିବାଦ ମଧ୍ୟରେ ବିଧାନସଭା ଅଧିବେଶନ ସ୍ଥଗିତ, ସୁପ୍ରିମକୋର୍ଟ ଯିବେ ମୁଖ୍ୟମନ୍ତ୍ରୀ ମାନ୍

ନୂଆଦିଲ୍ଲୀ,୨୦।୧୦: ପଞ୍ଜାବରେ ଭଗବନ୍ତ ମାନ ସରକାର ଏବଂ ରାଜ୍ୟପାଳ ବନୱାରୀଲାଲଙ୍କ ବିବାଦ ପାଇଁ ବିଶେଷ ବିଧାନସଭା ଅଧିବେଶନ ସ୍ଥଗିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କ ଅନୁରୋଧ ପରେ ଅଧିବେଶନକୁ ସ୍ଥଗିତ ରଖାଯାଇଛି। ଏହା ସହିତ ୩୦ ଅକ୍ଟୋବରକୁ ରାଜ୍ୟପାଳଙ୍କ ବିପକ୍ଷରେ ପଞ୍ଜାବ ସରକାର ସୁପ୍ରିମକୋର୍ଟ ଦ୍ୱାରସ୍ତ ହେବେ ବୋଲି କହିଛନ୍ତି ମାନ।

ରାଜ୍ୟପାଳ ଏହି ସ୍ୱତନ୍ତ୍ର ଅଧିବେଶନକୁ ଆଇନ ବିରୋଧୀ ବୋଲି କହିବା ପରେ ମୁଖ୍ୟମନ୍ତ୍ରୀ ମାନ ଅଧିବେଶନକୁ ସ୍ଥଗିତ ରଖିବାକୁ କହିଥିଲେ। ଏଭଳି ସ୍ଥିତିରେ ପଞ୍ଜାବରେ ପୁଣିଥରେ ରାଜ୍ୟପାଳ ବନାମ ସରକାର ମୁହାଁମୁହିଁ ହୋଇଛନ୍ତି।

ବିଧାନସଭାରେ ମୁଖ୍ୟମନ୍ତ୍ରୀ ମାନ କହିଛନ୍ତି ଯେ, ”ଆମେ ପଞ୍ଜାବର ଲୋକମାନଙ୍କ ପାଇଁ ବିଧେୟକ ଆଣିବାକୁ ଚାହୁଁଥିଲୁ, କିନ୍ତୁ ରାଜ୍ୟପାଳ ବିଲ ପାସ୍ କରିବାକୁ ମନା କରିଦେଲେ ଏବଂ ଏହି ଅଧିବେଶନକୁ ଆଇନ ବିରୋଧୀ ବୋଲି କହିଲେ, ଏଥିପାଇଁ ଆମେ ଏହି ଅଧିବେଶନକୁ ଅନିଶ୍ଚିତକାଳ ପାଇଁ କରି ୩୦ ଅକ୍ଟୋବରକୁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ତ ହେବୁ।”

ପଞ୍ଜାବ ସରକାର ଦୁଇ ଦିନିଆ ସ୍ୱତନ୍ତ୍ର ଅଧିବେଶନ ଡାକିଥିଲେ। କିନ୍ତୁ ଏହାକୁ ରାଜ୍ୟପାଳ ବନୱାରୀଲାଲ ଆଇନ ବିରୋଧୀ କହିବା ସହିତ ଏହା ମଧ୍ୟ କହିଥିଲେ, ଯଦି ସରକାର ଅଧିବେଶନ ଆରମ୍ଭ କରନ୍ତି ସେ ରାଷ୍ଟ୍ରପତିଙ୍କ ଦ୍ୱାରସ୍ତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ବଡ଼ କଥା କହିଦେଲେ ମୋଦି; LPGକୁ ପ୍ରାଥମିକତା, ତେଲକୁ ନେଇ କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଲୋକସଭାରେ ଅଭିଭାଷଣ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ପଶ୍ଚିମ ଏସିଆରେ…

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri