Posted inଖେଳ

ପୁଣି PSL ଛାଡ଼ି IPLରେ ଯୋଗଦେଲେ ଖେଳାଳି; ବାବର ଆଜାମ ଟିମକୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୪ା୫: ଆଇପିଏଲ ୨୦୨୫ ପାଇଁ ପଞ୍ଜାବ କିଙ୍ଗ୍ସ ଦଳକୁ ବଡ଼ ଝଟକା ଲାଗିଛି। ଅଷ୍ଟ୍ରେଲିଆର ଷ୍ଟାର ଅଲରାଉଣ୍ଡର ଗ୍ଲେନ୍ ମ୍ୟାକ୍ସୱେଲ୍ ଆହତ କାରଣରୁ ଟୁର୍ନାମେଣ୍ଟରୁ ବାଦ ପଡ଼ିଛନ୍ତି। ତେବେ ଏହି ସ୍ଥାନ ପୂରଣ କରିବା ପାଇଁ ପଞ୍ଜାବ କିଙ୍ଗ୍ସ ନେଇଛି ଏକ ବଡ଼ ନିଷ୍ପତ୍ତି। ଦଳ ମ୍ୟାକ୍ସୱେଲ୍ଙ୍କ ବଦଳରେ ଅଷ୍ଟ୍ରେଲିଆର ବିସ୍ଫୋରକ ଅଲରାଉଣ୍ଡର ମିଚେଲ ଓଭେନଙ୍କୁ ଅଣାଯାଇଛି, ଯିଏ ପାକିସ୍ତାନ ସୁପର ଲିଗ (ପିଏସଏଲ)ରେ ବାବର ଆଜମଙ୍କ ସାଥୀ ଖେଳାଳି ଭାବେ ଚର୍ଚ୍ଚାରେ ରହିଛନ୍ତି।

ମିଚେଲ ଓଭେନ ପିଏସଏଲରେ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ଓ ଦକ୍ଷ ବୋଲିଂ ପାଇଁ ଜଣାଶୁଣା। ସେ ବାବର ଆଜମଙ୍କ ସହ ସମାନ ଦଳରେ ଖେଳି ଅନେକ ମ୍ୟାଚରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି। ତାଙ୍କର ଏହି ଅଭିଜ୍ଞତା ଓ ବିସ୍ଫୋରକ ଶୈଳୀ ପଞ୍ଜାବ କିଙ୍ଗ୍ସର ମଧ୍ୟମ କ୍ରମ ଓ ବୋଲିଂ ବିଭାଗକୁ ଶକ୍ତିଶାଳୀ କରିବ ବୋଲି ଆଶା କରାଯାଉଛି।

ପଞ୍ଜାବ କିଙ୍ଗ୍ସ ଏହି ପରିବର୍ତ୍ତନ ସମ୍ପର୍କରେ ସୋସିଆଲ ମିଡିଆ ଜରିଆରେ ସୂଚନା ଦେଇଛି। ଦଳର ଅଧିନାୟକ ଓ କୋଚିଂ ଷ୍ଟାଫ ମିଚେଲଙ୍କୁ ନେଇ ବେଶ ଉତ୍ସାହିତ। ମ୍ୟାକ୍ସୱେଲଙ୍କ ଅନୁପସ୍ଥିତି ନିଶ୍ଚିତ ଭାବେ ଏକ କ୍ଷତି, କିନ୍ତୁ “‘ମିଚେଲ ଓଭେନଙ୍କ ଆଗମନ ଦଳକୁ ନୂଆ ଶକ୍ତି ଦେବ’ ବୋଲି ଦଳ ପକ୍ଷରୁ କୁହାଯାଇଛି।

ଆଇପିଏଲ ୨୦୨୫ରେ ପଞ୍ଜାବ କିଙ୍ଗ୍ସ ଏକ ନୂଆ ରଣନୀତି ସହ ମଇଦାନକୁ ଓହ୍ଲାଇବ। ମିଚେଲ ଓଭେନଙ୍କ ପ୍ରଦର୍ଶନ ଉପରେ ସମସ୍ତଙ୍କ ନଜର ରହିବ, କାରଣ ସେ ମ୍ୟାକ୍ସୱେଲଙ୍କ ସ୍ଥାନ ପୂରଣ କରି ଦଳକୁ କେଉଁ ଦିଗରେ ନେଇପାରିବେ, ତାହା ଦେଖିବା ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri