ଟସ୍‌ ଜିତିବା ପରେ ବି ବଦଳିଲା ନାହିଁ ସିଏସ୍‌କେ ଭାଗ୍ୟ

ମୁମ୍ବାଇ,୩।୪: ଚଳିତ ଆଇପିଏଲ୍‌ରେ ଲଗାତାର ତୃତୀୟ ପରାଜୟ ବରଣ କରିଛି ଡିଫେଣ୍ଡିଂ ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)। ଇଣ୍ଡିଆନ ପ୍ରମିୟର ଲିଗ୍‌ ଇତିହାସରେ ପ୍ରଥମ ଥର ପାଇଁ ଏଭଳି ଘଟଣା ଘଟିଛି। ପୂର୍ବ ଦୁଇ ମ୍ୟାଚ୍‌ ଭଳି ଏଥର ଟସ୍‌ ଦଳ ବିପକ୍ଷରେ ନୁହେଁ ସପକ୍ଷରେ ଯାଇଥିଲା। କିନ୍ତୁ ଦଳର ବ୍ୟାଟିଂ ଅର୍ଡର ଫେଲ ମାରିବାରୁ ସିଏସ୍‌କେକୁ ୫୪ ରନ୍‌ରେ ହରାଇ ଦେଇଛି ପଞ୍ଜାବ କିଙ୍ଗ୍ସ।

ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରୁଥିବା ପଞ୍ଜାବ ଆରମ୍ଭରୁ ପ୍ରଥମ ଦୁଇ ଓଭରରେ ମୟଙ୍କ ଅଗ୍ରଓ୍ବାଲ (୪) ଏବଂ ଭାନୁକା ରାଜପକ୍ଷେ (୯)ଙ୍କ ଉଇକେଟ ହରାଇଥିଲା। ତା’ ପରେ ଲିଆମ ଲିଭିଂଷ୍ଟୋନ ୩୨ ବଲରେ ୬୦ ରନ (୫ ଲେଖାଏ ଚୌକା ଓ ଛକା) କରିବା ସହ ଶିଖର ଧାଓ୍ବନ (୩୩)ଙ୍କ ସହ ମିଶି ତୃତୀୟ ଉଇକେଟ ପାଇଁ ଯୋଡ଼ିଥିଲେ ୮୫ ରନ୍‌। ଏହି ଦୁଇ ବ୍ୟାଟର ଆଉଟ୍‌ ହେବା ପରେ ବି ବାଉଣ୍ଡ୍ରି ଭାର ସମ୍ଭାଳିଥିଲେ ଜୀତେଶ ଶର୍ମା(୨୬ ରନ୍‌, ୩ ଛକା)। ସେ ଆଉଟ୍‌ ହେଲା ବେଳକୁ ପଞ୍ଜାବ ୧୫ ଓଭରରେ ୫ ଉଇକେଟ ହରାଇ ୧୪୭ କରିଥିଲା। କିନ୍ତୁ ଅନ୍ତିମ ୫ ଓଭରରେ ସିଏସ୍‌କେ ବୋଲରମାନେ ଲଗାତାର ଉଇକେଟ ନେବାରୁ ୧୮୦/୮ରେ ଅଟକି ଯାଇଥିଲା ପଞ୍ଜାବ।

ଜବାବରେ ଆରମ୍ଭରୁ ବ୍ୟାଟିଂ ବିପର୍ଯ୍ୟର ସମ୍ମୁଖୀନ ହୋଇଥିଲା ଚେନ୍ନାଇ। କେବଳ ଶିବମ ଦୁବେ(୫୭ ରନ୍‌, ୬ ଚୌକା ଓ ୩ ଛକା)ଙ୍କୁ ଛାଡ଼ି ଦେଲେ ଅନ୍ୟ କେହି କ୍ରିଜ୍‌ରେ ଛିଡ଼ା ହୋଇପାରି ନ ଥିଲେ। ଫଳରେ ସିଏସ୍‌କେ ୧୮ ଓଭରରେ ୧୨୬ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ୨୦୧୮ ପରେ କେବଳ ଦ୍ୱିତୀୟ ଥର ଲାଗି ଚେନ୍ନାଇ ଅଲଆଉଟ୍‌ ହୋଇଛି। ବିଜୟୀ ଦଳ ପାଇଁ ରାହୁଲ ଚହର ୩ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ

କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?