ସଂଘର୍ଷ କରି ହାରିଲା ଚେନ୍ନାଇ

ମୁମ୍ବାଇ,୨୫।୪: ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ସୋମବାର ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୩୮ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସଂଘର୍ଷ କରି ୧୧ରନ୍‌ରେ ପରାସ୍ତ ହୋଇଛି। ଶେଷ ବଲ୍‌ରେ ୧୩ ରନ୍‌ ଆବଶ୍ୟକ ଥିବା ବେଳେ ଚେନ୍ନାଇ ସୁପରକିଙ୍ଗ୍ସର ଅଧିନାୟକ ରବୀନ୍ଦ୍ର ଜାଡେଜା ୨ରନ୍‌ କରିବାକୁ ସକ୍ଷମ ହୋଇଥିଲେ। ପଞ୍ଜାବ ୨୦ ଓଭରରେ ୪ ଉଇକେଟ ହରାଇ ୧୮୭ ରନ କରିଥିବା ବେଳେ ଚେନ୍ନାଇ ୨୦ ଓଭରରେ ୭ ଉଇକେଟ ହରାଇ ୧୭୬ ରନ କରି ପାରିଥିଲା। ଚେନ୍ନାଇ ପକ୍ଷରୁ ଅମ୍ବାତି ରାୟୁଡ଼ୁ ଏକାକୀ ଲଢ଼ି ୩୯ ବଲ୍‌ରୁ ୭୮ (୭ ଚୌକା, ୬ ଛକା) ରନ କରିଥିଲେ ହେଁ ଅନ୍ୟ ଖେଳାଳିଙ୍କ ବିଫଳତା ଦଳପାଇଁ ମହଙ୍ଗା ପଡ଼ିଲା। ଋତୁରାଜ ଗାଏକ୍ୱାର୍ଡ ୩୦ ରନ କରିଥିଲେ। ପଞ୍ଜାବ କିଙ୍ଗ୍ସ ୮ ମ୍ୟାଚରୁ ୪ର୍ଥ ବିଜୟ ହାସଲ କରିଛି। ଅନ୍ୟପକ୍ଷରେ ଚେନ୍ନାଇ ୮ ମ୍ୟାଚରୁ ୬ଷ୍ଠ ପରାଜୟ ବରଣ କରିଛି।
ଚଳିତ ସିଜନରେ ଚାଲି ଆସିଥିବା ଟ୍ରେଣ୍ଡକୁ ବଜାୟ ରଖି ଚେନ୍ନାଇ ଅଧିନାୟକ ରବୀନ୍ଦ୍ର ଜାଡେଜା ଟସ୍‌ଜିତି ଫିଲ୍ଡିଂ ନିଷ୍ପତ୍ତି ନେଇଥିଲେ। ପଞ୍ଜାବ ଭଲ ଆରମ୍ଭ କରିଥିଲେ ହେଁ ଅଧିନାୟକ ମୟଙ୍କ ଅଗ୍ରଓ୍ବାଲ ମାତ୍ର ୧୮ ରନକରି ପ୍ୟାଭିଲିୟନ ଫେରିବାରୁ ଦଳ ୩୭ ରନରେ ପ୍ରଥମ ଉଇକେଟ ହରାଇଥିଲା। ତେବେ ଶିଖର ଧାଓ୍ବନ ଓ ଭାନୁକା ରାଜପାକ୍ସା ଦ୍ୱିତୀୟ ଉଇକେଟରେ ଶତକୀୟ ଭାଗୀଦାରି ଗଢ଼ି ଦଳକୁ ବଡ଼ ସ୍କୋର ଦିଗରେ ଅଗ୍ରସର କରାଇଥିଲେ। ଦ୍ୱିତୀୟ ଉଇକେଟ ଯୋଡ଼ିରେ ୭୧ ବଲ୍‌ରୁ ୧୧୦ ରନ ଯୋଗ ହେବାପରେ ପାର୍ଟନରଶିପ୍‌ ଭାଙ୍ଗିଥିଲା। ରାଜପାକ୍ସା ୩୨ ବଲ୍‌ରୁ ୨ଟି ଲେଖାଏ ଚୌକା ଓ ଛକା ସହାୟତାରେ ୪୨ ରନକରି ଆଉଟ ହୋଇଥିଲେ। ଧାଓ୍ବନ ୮୮ ରନ କରି ଶେଷ ପର୍ଯ୍ୟନ୍ତ ଅପରାଜିତ ରହିଥିଲେ। ୫୯ଟି ବଲ୍‌ର ସମ୍ମୁଖୀନ ହୋଇଥିବା ଧାଓ୍ବନ ନିଜ ଇନିଂସ ମଧ୍ୟରେ ୯ ଚୌକା ଓ ୨ ଛକା ମାରିଥିଲେ।
ସଂକ୍ଷିପ୍ତ ସ୍କୋର
ପଞ୍ଜାବ କିଙ୍ଗ୍ସ ୨୦ ଓଭରରେ ୧୮୭/୪ (ଶିଖର ଧାଓ୍ବନ-୮୮*, ଭାନୁକା ରାଜପାକ୍ସା-୪୨, ଡ୍ବେନ ବ୍ରାଭୋ-୨/୪୨, ମହେଶ ଥିକସାନା-୧/୩୨)। ଚେନ୍ନାଇ ସୁପର କିଙ୍ଗ୍ସ ୨୦ ଓଭରରେ ୧୭୬/୬ (ଅମ୍ବାତି ରାୟୁଡ଼ୁ-୭୮, ଋତୁରାଜ ଗାଏକ୍ୱାଡ-୩୦, କାଗିଶୋ ରାବାଡ଼ା-୨/୨୩, ରିଷି ଧାଓ୍ବନ-୨/୩୯, ଅର୍ଶଦୀପ ସିଂ-୧/୨୩, ସନ୍ଦିପ ଶର୍ମା-୧/୪୦)।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri