Posted inଖେଳ

ପଞ୍ଜାବର ଦମ୍‌ଦାର ବିଜୟ

ମୁମ୍ବାଇ,୨୨।୪: ମୁମ୍ବାଇସ୍ଥିତ ଓ୍ବାଖଡେ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ଆଇପିଏଲ୍‌ର ୩୧ତମ ହାଇସ୍କୋରିଂ ମ୍ୟାଚ୍‌ରେ ପଞ୍ଜାବ ୧୩ ରନ୍‌ରେ ବିଜୟୀ ହୋଇଛି। ଏହି ବିଜୟ ସହ ପଞ୍ଜାବ ୮ ପଏଣ୍ଟ ପାଇ ଟେବୁଲର ପଞ୍ଚମସ୍ଥାନକୁ ଉନ୍ନିତ ହୋଇଛି। ମୁମ୍ବାଇ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇ ପଞ୍ଜାବ କିଙ୍ଗ୍ସ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୮ ଉଇକେଟ ହରାଇ ୨୧୪ ରନ୍‌ କରିଥିଲା। ଫଳରେ ମୁମ୍ବାଇ ଆଗରେ ୨୧୫ ରନ୍‌ର ବିଶାଳ ଟାର୍ଗେଟ ରଖିଥିଲା ପଞ୍ଜାବ। ୨୧୫ ରନର୍‌ର ପିଛା କରି ମୁମ୍ବାଇ ୨୦ ଓଭରରେ ୬ ଉଇକେଟ୍‌ ହରାଇ ୨୦୧ ରନ୍‌ କରିଥିଲା।

ଅନ୍ତିମ ଓଭରରେ ମୁମ୍ବାଇକୁ ୧୫ ରନ୍‌ ଆବଶ୍ୟକ ଥିବା ବେଳେ ଅର୍ଶଦୀପ ସିଂ ତୃତୀୟ ଏବଂ ଚତୁର୍ଥ ବଲ୍‌ରେ ତିଲକ ବର୍ମା(୩) ଓ ନେହାଲ ଓ୍ବଧେରା(୦)ଙ୍କୁ କିନ୍‌ବୋଲ୍ଡ କରିଥିଲେ। ଉଭୟ ବୋଲ୍ଡରେ ସେ ଦୁଇ ଥର ମିଡିଲ ଷ୍ଟମ୍ପ ଭାଙ୍ଗି ଦେଇଥିଲେ। ଅନ୍ତିମ ଓଭରରେ ୨ ରନ୍‌ ଦେଇ ୨ ଉଇକେଟ ନେଇଥିଲେ ଅର୍ଶଦୀପ ।

୨୧୫ ରନ୍‌ ଜବାବରେ ମୁମ୍ବାଇ ଦ୍ୱିତୀୟ ଓଭରରେ ଇଶାନ କିଶନ(୧)ଙ୍କ ଉଇକେଟ ହରାଇଥିଲା। ରୋହିତ ଶର୍ମା(୪୪) ଏବଂ କାମେରନ୍‌ ଗ୍ରୀନ୍‌(୬୭) ଦ୍ୱିତୀୟ ଉଇକେଟରେ ୭୬ ରନ୍‌ ଯୋଡିଥିଲେ। ଲିଭିଙ୍ଗଷ୍ଟୋନଙ୍କ ବଲରେ ରୋହିତ ଶର୍ମା ଆଉଟ ହେବା ପରେ ଗ୍ରୀନ୍‌ ଓ ସୂର୍ଯ୍ୟକୁମାର ଯାଦବ (୫୭) ଇନିଂସ ସମ୍ଭାଳିଥିଲେ। ଗ୍ରୀନ୍‌ ୪୩ ବଲ୍‌ ଖେଳି ୬ ଚୌକା ଓ ୩ ଛକା ମାରିଥିଲେ। ଫର୍ମକୁ ଫେରିଥିବା ସୂର୍ଯ୍ୟକୁମାର ଯାଦବ ୨୬ ବଲ୍‌ ଖେଳି ୭ ଚୌକା ଓ ୩ ଛକା ମାରିଥିଲେ। ପଞ୍ଜାବ ପକ୍ଷରୁ ଅର୍ଶଦୀପ ସିଂ ୪ ଉଇକେଟ ନେଇଥିବା ବେଳେ ନାଥାନ ଏଲିସ ଓ ଲିଆମ୍‌ ଲିଭିଙ୍ଗଷ୍ଟୋନ ଗୋଟିଏ ଲେଖାଏ ଉଇକେଟ ନେବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri