Posted inଖେଳ

ଟକ୍କର ଦେଇ ହାରିଲା ହାଇଦ୍ରାବାଦ୍‌

ଶାରଜା,୨୫।୯: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୩୭ତମ ମ୍ୟାଚ୍‌ରେ ଶନିବାର ଲୋକେଶ ରାହୁଲଙ୍କ ପଞ୍ଜାବ କିଙ୍ଗ୍ସ ୫ ରନରେ କେନ୍‌ ଓ୍ବିଲିୟମସନଙ୍କ ନେତୃତ୍ୱାଧୀନ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ପଞ୍ଜାବ ୨୦ ଓଭରରେ ୭ ଉଇକେଟ ହରାଇ ୧୨୫ ରନ ସଂଗ୍ରହ କରିଥିଲା। ଜବାବରେ ହାଇଦ୍ରାବାଦ ୭ ଉଇକେଟ ହରାଇ ୧୨୦ ରନରେ ସୀମିତ ରହିଥିଲା।
ପ୍ରଥମେ ବ୍ୟାଟିଂ କରି ପଞ୍ଜାବ ତରଫରୁ ଅଧିନାୟକ ଲୋକେଶ ରାହୁଲ ୨୧ ଓ ମୟଙ୍କ ଅଗ୍ରଓ୍ବାଲ ୫ ରନ କରି ଜାସନ ହୋଲ୍ଡରଙ୍କ ଦ୍ୱାରା ଆଉଟ ହୋଇଥିଲେ। ଅଭିଜ୍ଞ କ୍ରିସ୍‌ ଗେଲ୍‌ ୧୪ ରନ କରି ଆଉଟ ହୋଇଥିବା ବେଳେ ଦଳ ତରଫରୁ ଏଡେନ ମାରକ୍ରାମ ସର୍ବାଧିକ ୨୭ ରନ ସଂଗ୍ରହ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ନିକୋଲାସ ପୁରନ ୮, ଦୀପକ ହୁଦା ୧୩, ନାଥନ ଏଲିସ୍‌ ୧୨ ରନକରି ଆଉଟ ହୋଇଥିବା ବେଳେ ହରପ୍ରୀତ ବ୍ରାର ୧୮ ରନକରି ଅପରାଜିତ ରହିଥିଲେ। ବୋଲିଂରେ ହାଇଦ୍ରାବାଦ ତରଫରୁ ଜାସନ ହୋଲ୍ଡର ସର୍ବାଧିକ ୩, ସନ୍ଦୀପ ଶର୍ମା, ଭୁବନେଶ୍ୱର କୁମାର, ରସିଦ ଖାଁ ଓ ଅବଦୁଲ ସମାଦ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ। ଅପରପକ୍ଷରେ ହାଇଦ୍ରାବାଦ ତରଫରୁ ଜାସନ ହୋଲ୍ଡର ୨୯ ବଲରୁ ୫ ଛକା ସହ ୪୭ ରନ କରି ଅପରାଜିତ ରହିଥିଲେ ମଧ୍ୟ ଦଳକୁ ଜିତାଇପାରି ନ ଥିଲେ। ରିଦ୍ଧିମାନ ଶାହା ୩୧ ରନ କରିଥିବା ବେଳେ ଅନ୍ୟମାନେ ବିଫଳ ହୋଇଥିଲେ। ପଞ୍ଜାବ ତରଫରୁ ବୋଲିଂରେ ରବି ବିଷ୍ନୋଇ ୩, ମହମ୍ମଦ ସାମି ୨, ଅର୍ଶଦୀପ ସିଂ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ହ୍ବାଟ୍ସଆପ୍ ହ୍ୟାକ୍

ଭୁବନେଶ୍ବର,୪।୯: ବିରୋଧୀ ଦଳ ଉପନେତା ତଥା ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଫୋନ୍ / ହ୍ୱାଟ୍ସଆପ୍ ହ୍ୟାକ୍ ହୋଇଯାଇଛି। ସୋସିଆଲ ମିଡିଆରେ ଆଚାର୍ଯ୍ୟ ଏ ନେଇ ଜଣାଇଛନ୍ତି।…

ଭକ୍ତିରେ ବୁଡିଲେ ବିରାଟ କୋହଲି, ଜନ୍ମାଷ୍ଟମୀରେ…

ନୂଆଦିଲ୍ଲୀ,୪।୯: ଜନ୍ମାଷ୍ଟମୀ ଅବସରରେ, ବିରାଟ କୋହଲିଙ୍କୁ ମଧ୍ୟ ଭକ୍ତିର ଭାବନାରେ ବୁଡ଼ ପକାଇଥିବାର ଦେଖାଯାଇଥିଲା। ସେ ପ୍ରଶଂସକମାନଙ୍କୁ ତାଙ୍କର ଶୁଭେଚ୍ଛା ଜଣାଇଥିଲେ। ଏହି ସମୟରେ, ‘କିଙ୍ଗ କୋହଲି’…

ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସରେ ହିନ୍ଦୁଧର୍ମର ଉଦାରତା ଉପରେ ଆଲୋକପାତ

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶୁକ୍ରବାର କୃଷ୍ଣ ଜନ୍ମାଷ୍ଟମୀ, ବିଶ୍ୱ ହିନ୍ଦୁ ପରିଷଦ ପ୍ରତିଷ୍ଠା ଦିବସ ଓ ଲକ୍ଷ୍ମଣାନନ୍ଦ…

‘ବସ-ଉଠ’ ହେଲେ ଅଭିଷେକ ଶର୍ମା, ଜନ୍ମଦିନରେ ସ୍ବତନ୍ତ୍ର ଭିଡିଓ ଶେୟାର କରି…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟର ଅଭିଷେକ ଶର୍ମା ଆଜି ତାଙ୍କର ୨୬ତମ ଜନ୍ମଦିନ ପାଳନ କରୁଛନ୍ତି। ୪ ସେପ୍ଟେମ୍ବର ୨୦୦୦ରେ ଜନ୍ମଗ୍ରହଣ କରିଥିବା ଅଭିଷେକ ଟି-୨୦ ଦଳର ଜଣେ…

ଦଶ’ରା, ଦୀପାବଳିରେ ଘରକୁ ଯିବାକୁ ଚାହୁଁଥିଲେ ଖୁସିଖବର, ସ୍ପେଶାଲ ଟ୍ରେନ୍‌କୁ ନେଇ ରେଲେଓ଼୍ବର ବଡ଼ ଘୋଷଣା

ନୂଆଦିଲ୍‌ଲୀ,୪।୯: ନିଜ ଘରଠାରୁ ଦୂରରେ ଦିଲ୍ଲୀ, ମୁମ୍ୱାଇ, ଚଣ୍ଡିଗଡ଼ ଏବଂ ଅନ୍ୟାନ୍ୟ ବଡ଼ ବଡ଼ ସହରରେ ରହୁଥିବା ଲୋକଙ୍କ ପାଇଁ ଖୁସି ଖବର। ଦଶହରା, ଦୀପାବଳି ଏବଂ…

ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା ଅନ୍ତର୍ଜାତୀୟ ବିମାନ ବନ୍ଦର! ଯାତ୍ରୀ ହନ୍ତସନ୍ତ

ନୂଆଦିଲ୍ଲୀ,୪।୯: ଶୁକ୍ରବାର, ସେପ୍ଟେମ୍ବର ୪ ଅପରାହ୍ନରେ ଆରମ୍ଭ ହୋଇଥିବା ବର୍ଷା ପରେ ଜାତୀୟ ରାଜଧାନୀ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର ବାହାରେ ପାଣି ଜମି ରହିବା…

ଜନ୍ମାଷ୍ଟମୀରେ ମହାସଂଯୋଗ କରିବ ମନି ମେକର୍‌, ୯ଟି ରାଶି ହେବ ଧନବାନ!

ଚଳିତ ବର୍ଷ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପର୍ୱ କେବଳ ଧାର୍ମିକ ଦୃଷ୍ଟିକୋଣରୁ ନୁହେଁ, ବରଂ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ମଧ୍ୟ ଅତ୍ୟନ୍ତ ବିରଳ ଏବଂ ଶୁଭଙ୍କର। ୪ ସେପ୍ଟେମ୍ୱର…

କାହିଁକି ସ୍ବୟଂବର କରିଥିଲେ ରାଖୀ ସାୱନ୍ତ? ଖୋଲିଦେଲେ ଅସଲ କାରଣ, କହିଲେ-ବିବାହ ପାଇଁ ନୁହେଁ ବରଂ…

ମୁମ୍ବାଇ: ବଲିଉଡର ‘ଡ୍ରାମା କ୍ୱିନ’ ଭାବେ ପରିଚିତ ରାଖୀ ସାୱନ୍ତ ପୁଣିଥରେ ଚର୍ଚ୍ଚାରେ। ୨୦୦୯ରେ ତାଙ୍କ ସ୍ବୟଂବର ରିଆଲିଟି ଶୋ’ ଟେଲିଭିଜନରେ ଖୁବ ଚର୍ଚ୍ଚିତ ହୋଇଥିଲା। ସେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri