Posted inଖେଳ

ମୁମ୍ବାଇକୁ ହରାଇ ପଞ୍ଜାବ ଶୀର୍ଷରେ

ଜୟପୁର,୨୬ା୫: ପ୍ରିୟାଂଶ ଆର୍ଯ୍ୟ ଓ ଜୋଶ ଇଙ୍ଗଲିସଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ୭ ଉଇକେଟରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ଏକତରଫା ଭାବେ ପରାସ୍ତ କରିଛି। ଏହି ବିଜୟ ସହ ପଞ୍ଜାବ ପଏଣ୍ଟ ଟେବୁଲ ଶୀର୍ଷକୁ ଉନ୍ନୀତ ହୋଇଛି। ଅନ୍ୟପକ୍ଷରେ ମୁମ୍ବାଇ ୧୬ ପଏଣ୍ଟ ସହ ପଏଣ୍ଟ ଟେବୁଲର ଚତୁର୍ଥ ସ୍ଥାନରେ ରହି ଲିଗ୍‌ ପର୍ଯ୍ୟାୟ ଅଭିଯାନ ଶେଷ କରିଛି।

ପାଇ ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ବାଇ ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ ହରାଇ ୧୮୪ ରନ କରିଥିଲା। ଦଳ ପକ୍ଷରୁ ସୂର୍ଯ୍ୟକୁମାର ଯାଦବ ୩୯ ବଲରେ ୫୭ (୬ ଚୌକା ଓ ୨ ଛକା), ରିୟାନ ରିକଲଟନ ୨୭ (୫ ଚୌକା), ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ୨୬ (୨ ଲେଖାଏ ଚୌକା ଓ ଛକା), ରୋହିତ ଶର୍ମା ୨୪ (୨ ଚୌକା ଓ ୧ ଛକା) ରନ କରିଥିଲେ। ପଞ୍ଜାବ ପକ୍ଷରୁ ମାର୍କୋ ଜାନସେନ, ଅର୍ଶଦୀପ ସିଂ ଓ ବିଜୟକୁମାର ବ୍ୟଶକ ଦୁଇଟି ଲେଖାଏ ଉଇକେଟ ନେଇଥିଲେ। ଜବାବରେ ପଞ୍ଜାବ ଆରମ୍ଭରୁ ପ୍ରଭସିମରନ ସିଂ (୧୩)ଙ୍କ ଉଇକେଟ ହରାଇଥିଲା। ଅନ୍ୟତମ ଓପନର ପ୍ରିୟାଂଶ ଓ ଇଙ୍ଗଲିସ ଦ୍ୱିତୀୟ ଉଇକେଟରେ ୧୦୯ ରନ ଯୋଡ଼ି ଦଳର ବିଜୟ ନିଶ୍ଚିତ କରିଥିଲେ। ପ୍ରିୟାଂଶ ୩୫ ବଲରେ ୬୨ (୯ ଚୌକା ଓ ୨ ଛକା) ଏବଂ ଇଙ୍ଗଲିସ ୪୨ ବଲରେ ୭୩ (୯ ଚୌକା ଓ ୩ ଛକା) ରନ କରି ପାଭିଲିଅନ ଫେରିଥିଲେ। ଏହା ଇଙ୍ଗଲିଶଙ୍କ ଆଇପିଏଲ୍‌ କ୍ୟାରିୟରର ପ୍ରଥମ ଅର୍ଦ୍ଧଶତକ ଥିଲା। ମିଚେଲ ସାଣ୍ଟନର ଉଭୟ ବ୍ୟାଟରଙ୍କୁ ଆଉଟ୍‌ କରିଥିଲେ। ଶେଷ ଆଡ଼କୁ ଅଧିନାୟକ ଶ୍ରେୟସ ଆୟର ୧୬ ବଲରେ ୨୬ (୧ ଚୌକା ଓ ୨ ଛକା) ରନ କରି ଦଳକୁ ଜିତାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri