Posted inଜାତୀୟ

କେଜରିୱାଲଙ୍କୁ ବିରୋଧିଙ୍କ ଟାର୍ଗେଟ, ବିନା ସର୍ତ୍ତରେ ମାଗନ୍ତୁ କ୍ଷମା

ନୂଆଦିଲ୍ଲୀ,୧୮ ।୧୦: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଗୋଟିଏ ଦିନ ପୂର୍ବରୁ ମନୀଷ ସିସୋଡିଆଙ୍କୁ ଭଗତ ସିଂଙ୍କ ସହ ତୁଳନା କରିଥିଲେ । ଯାହାକୁ ନେଇ ଏବେ ବିବାଦ ଉଠିଛି । ଭାରତୀୟ ଜନତା ପାର୍ଟି(ଭାଜପା)ର ମହାସଚିବ ଜୀବନ ଗୁପ୍ତା କହିଛନ୍ତି ଏଏପି ସୁପ୍ରିମୋ ଅରବିନ୍ଦ କେଜରିୱାଲ ଦିଲ୍ଲୀର ମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ଦେଶର ମହାନାୟକ ଭଗତ ସିଂଙ୍କ ସହ ତୁଳନା କରିବା ଭୁଲ । ସେ କହିଛନ୍ତି ଯାହାଙ୍କ ନାମରେ ଭ୍ରଷ୍ଟାଚାର ଅଭିଯୋଗ ରହିଛି ତାଙ୍କୁ ଦେଶର ଆଦର୍ଶ ଶହୀଦଙ୍କ ସହ ତୁଳନା କରିବା ଶହୀଦଙ୍କ ଅପମାନ ଓ ଏହା ନିନ୍ଦନୀୟ । ଜୀବନ ଗୁପ୍ତା ଆହୁରି ମଧ୍ୟ କହିଛନ୍ତି ଯେଉଁ ବ୍ୟକ୍ତି ଭ୍ରଷ୍ଟାଚାର ଓ ଅନ୍ୟ ମାମଲାରେ ସିବିଆଇ ତଥା ଅନ୍ୟ ଯାଞ୍ଚ ଏଜେନ୍ସିର ସାମ୍ନା କରୁଛନ୍ତି ତାଙ୍କର ତୁଳନା ୨୩ ବର୍ଷ ବୟସରେ ଦେଶପାଇଁ ପ୍ରାଣବଳୀ ଦେଇଥିବା ଶହୀଦ ଭଗତ ସିଂ ସହ କେମିତି କରାଯିପାରିବ ।
କେବଳ ଭାଜପା ନୁହେଁ ଅନ୍ୟ କିଛି ରାଜନୈତିକ ଦଳ ବି କେଜରିୱାଲଙ୍କୁ ବିରୋଧ କରିଛନ୍ତି । କଂଗ୍ରେସ ନେତା ସୁଖପାଲ ସିଂ ଖୈରା କେଜରିୱାଲଙ୍କୁ କ୍ଷମା ମାଗିବାକୁ କହିଛନ୍ତି । ସେ ଟୁଇଟ କରି ଲେଖିଛନ୍ତି, ଅରବିନ୍ଦ କେଜରିୱାଲ ଶହୀଦ ଭଗତ ସିଂ ଓ ଅନ୍ୟ ଶହୀଦଙ୍କ ଅପମାନ କରିଛନ୍ତି । ତେଣୁ ସେ ବିନା ସର୍ତ୍ତରେ କ୍ଷମା ମାଗନ୍ତୁ । କେଜରିୱାଲ ଭାରତକୁ ଲୁଟୁଛନ୍ତି, ହେଲେ ଭଗତ ସିଂ ଭାରତ ପାଇଁ ନିଜ ଜୀବନ ଦେଇ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କୁ କଡ୍ଡା କାଉଣ୍ଟର କଲେ ବାବୁ , ଲୋକହସା କଥା କହି…

ଭୁବନେଶ୍ୱର,୯।୨: ରାଜ୍ୟରେ କୃଷକଙ୍କ ସମସ୍ୟା ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ  ଚିଠି ଲେଖିଛନ୍ତି । ଏ ନେଇ ବାବୁ ସିଂ…

ଦିଅରଙ୍କ ବିବାହ ଠିକ୍‌ ହେବାରୁ ଜୀବନ ହାରିଦେଲେ ଭାଉଜ, ବଡ଼ ଖୁଲାସା କରି ସ୍ବାମୀ କହିଲେ…

ଲକ୍ଷ୍ନୌ,୯।୨: ଉତ୍ତର ପ୍ରଦେଶର ଇଟାୱା ଜିଲାର ଅହିଭରନପୁରା ଗାଁରେ ଜଣେ ମହିଳା ନିଜ ଦିଅରଙ୍କ ବିବାହ ଠିକ୍‌ ହେବାରୁ ଅସନ୍ତୋଷ ପ୍ରକାଶ କରିଥିଲେ। ତା’ପରେ ସେ ଆତ୍ମହତ୍ୟା…

ତାମିଲନାଡୁରେ ୩ ଓଡ଼ିଆ ଶ୍ରମିକଙ୍କୁ ଅଟକ ରଖି ନିର୍ଯାତନା, ଉଦ୍ଧାର ପାଇଁ ଗଲେ ଦିଗପହଣ୍ଡି ପୋଲିସ 

ଦିଗପହଣ୍ଡି,୯।୨(ଅଶେଷ ନାଥ ମିଶ୍ର): ଓଡ଼ିଶାର ୩ଶ୍ରମିକଙ୍କୁ ତାମିଲନାଡୁରେ ନିର୍ଯାତନା ଅଭିଯୋଗ । ୩ ଶ୍ରମିକ ହେଲେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଲକ୍ଷ୍ମୀ…

କେସିଙ୍ଗା ଗସ୍ତରେ ପ୍ରଭାତୀ ପରିଡ଼ା, ବାପାଙ୍କ ଅଧୁରା କାମକୁ ସମ୍ପୂର୍ଣ କରିବି କହି….

କେସିଙ୍ଗା,୯।୨(ତୁମେଶ୍ୱର୍ ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗସ୍ତରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  । ଭୁବନେଶ୍ବରରୁ ବିବାନ ଯୋଗେ ଉତ୍କେଲା ଏୟାର ଷ୍ଟିପରେ ସୋମବାର ପୂର୍ବାହ୍ନ ୧୦.୩୦…

ଉକୁଣୀ ନେଲା କୁନି ଝିଅର ଜୀବନ, ଖପୁରୀକୁ ଆକ୍ରାନ୍ତ କରି…

ପୁରୀ,୯।୨: ପୁରୀ ଜିଲା ବଳଙ୍ଗା ଥାନା ଅନ୍ତର୍ଗତ ଚମ୍ପାଗଡ଼ ସାହିରେ ଏକ ଅଜବ ଘଟଣା ଘଟିଛି। ଉକୁଣୀ ପାଇଁ ୧୨ ବର୍ଷିୟା କୁନି ଝିଅର ମୃତ୍ୟୁ ହୋଇଛି।…

ପଞ୍ଜାବରେ ଆଇନ ଛାତ୍ରୀଙ୍କୁ ଗୁଳି କରି ହତ୍ୟା

ଚଣ୍ଡିଗଡ଼,୯।୨: ପଞ୍ଜାବର ‘ଉସ୍ମା ଲ’ କଲେଜରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କଲେଜ ଭିତରେ ସମସ୍ତଙ୍କ ସମ୍ମୁଖରେ ଜଣେ ଆଇନ ଛାତ୍ରୀଙ୍କୁ ଗୁଳି କରି ହତ୍ୟା…

ହଠାତ୍‌ ବିଗିଡିଲା ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା, ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୯।୨:ଏନସିପି ମୁଖ୍ୟ ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ଚିକିତ୍ସା ପାଇଁ ପୁଣେର ରୁବି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅଜିତ ପାୱାରଙ୍କ ମୃତ୍ୟୁ ପରେ, ଶରଦ ପାୱାର…

ଭୂତଳ ଜଳରେ ୟୁରାନିୟମ

ଦ୍ରୁତ ସହରୀକରଣ, ଶିଳ୍ପାୟନ ତଥା ସଘନ କୃଷି ସହିତ ତାଳଦେଇ ବଢ଼ି ଚାଲିଛି ସମଗ୍ର ପୃଥିବୀରେ ଜଳ ପ୍ରଦୂଷଣ, ବିଶେଷ କରି ନଦୀ ଜଳ। ଏଣୁ ଅଧିକରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri