Posted inଜାତୀୟ

ପଞ୍ଜାବ ପୋଲିସକୁ ବଡ ସଫଳତା: ତରନତାରନରୁ ଗିରଫ ହେଲେ ୩ ଆତଙ୍କବାଦୀ

ଚଣ୍ଡିଗଡ଼,୨୩ ।୯: ପଞ୍ଜାବ ପୋଲିସ ତରନତାରନ ଜିଲାରେ ୩ ଜଣ ଆତଙ୍କବାଦୀଙ୍କୁ ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ସହ ଗିରଫ କରିଥିବା ସୂଚନା ମିଳିଛି । ପଞ୍ଜାବକୁ ଦୋହଲାଇବା ଭଳି ଯୋଜନା କରୁଥିଲେ ଏହି ଆତଙ୍କବାଦୀ । ପୋଲିସ ସମ୍ପୂର୍ଣ୍ଣ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରଖିଛି । ମିଳିଥିବା ସୂଚନା ଅନୁଯାୟୀ, ୩ ଜଣ ଯାକ ଆତଙ୍କବାଦୀ ପଞ୍ଜାର ମୋଗା ଅଞ୍ଚଳର ବୋଲି ଜଣାପଡିଛି । ତରନତାରନର ଏସ୍‌ଏସ୍‌ପି ଉପିନ୍ଦରଜିତ ସିଂହ ଘୁମ୍ମଣ କହିଛନ୍ତି ଭିଖିଭିଣ୍ଡ ଥାନା ପ୍ରଭାରୀ ଇନସପେକ୍ଟର ନବଦୀପ ସିଂହ ଭଟ୍ଟି ନିଜ ଟିମ୍ ସହ ରାତିରେ ଗସ୍ତ କରୁଥିଲେ । ଜିଲାର ଭାଗବାନପୁରା ଗାଁ ନିକଟରେ ପୋଲିସକୁ ସନ୍ଦେହ ହେବାରୁ ସେ ଏକ କାର୍‌କୁ ଅଟକାଇଥିଲା । ଯେଉଁଥିରେ ୩ ଜଣ ଯାତ୍ରା କରୁଥିଲେ । ଯାଞ୍ଚ କରିବା ପରେ କାରରୁ ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ ହୋଇଥିଲା । ଏହି ସମୟରେ ସେମାନଙ୍କଠାରୁ ପିସ୍ତଲ ୯ ଏମ୍‌ଏମ୍‌, ୧୧ ରାଉଣ୍ଡ ଗୁଳି ଆଦି ଜବତ କରାଯାଇଛି । ଏମାନେ ପଞ୍ଜାବରେ ବଡ ଧରଣର ଆତଙ୍କବାଦୀ ଆକ୍ରମଣ ଯୋଜନାରେ ଥିବା ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri