Posted inଜାତୀୟ

କୁମାର ବିଶ୍ୱାସଙ୍କ ପରେ ଅଳକା ଲାମ୍ବାଙ୍କ ଘରେ ପଞ୍ଜାବ ପୋଲିସ

ଅମୃତସର,୨୦।୪: ପଞ୍ଜାବ ପୋଲିସ ଏବେ ଆକ୍ସନ୍‌ ମୋଡ୍‌ରେ ଅଛି। ଆମ ଆଦମୀ ପାର୍ଟି(ଆପ)ର ପୂର୍ବତନ ସଦସ୍ୟ ତଥା ଜଣାଶୁଣା ଯୁବ କବି କୁମାର ବିଶ୍ୱାସଙ୍କ ପରେ ଏବେ ପଞ୍ଜାବ ପୋଲିସ ପୂର୍ବତନ ଏଏପି ବିଧାୟିକା ତଥା କଂଗ୍ରେସ ନେତ୍ରୀ ଅଲକା ଲାମ୍ବାଙ୍କ ଘରେ ଆଜି ପୁଲିସ ପଇଁତରା ମାରିଛି। ଏ ସମ୍ପର୍କରେ ପୋଲିସ କର୍ମୀଙ୍କ ଫଟୋ ସହ ଲାମ୍ବା ଟୁଇଟ୍‌ କରିଛନ୍ତି। ତାଙ୍କ ଘର ସମ୍ମୁଖରେ ପଞ୍ଜାବ ପୋଲିସ ଜମା ହୋଇଛନ୍ତି। ଲାମ୍ବା କହିଛନ୍ତି,ଭାଜପା ଭଳି ଏଏପି ମଧ୍ୟ ଲୋକଙ୍କୁ ଭୟଭୀତ କରିବାକୁ ଚେଷ୍ଟା କରୁଛି।
ଏହା ପୂର୍ବରୁ କୁମାର ବିଶ୍ୱାସଙ୍କ ଘର ଆଗରେ ମଧ୍ୟ ପୋଲିସ ପଇଁତରା ମାରୁଥିବାର ଦେଖାଯାଇଛି। ଏଥିପାଇଁ ବିଶ୍ୱାସ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନଙ୍କୁ ଦାୟୀ କରିଛନ୍ତି। ବୁଧବାର ସକାଳ ୭ଟା ସମୟରେ ପଞ୍ଜାବ ପୋଲିସର ଇନ୍ସପେକ୍ଟରଙ୍କ ସମେତ ୬ଜଣ ପୋଲିସ ଗାଜିଆବାଦର ବସୁନ୍ଧରା ସେକ୍ଟର-୩ରେ କବି କୁମାର ବିଶ୍ୱାସଙ୍କ ବାସଭବନରେ ପହଞ୍ଚିଥିଲେ। ପୋଲିସ ଇନ୍ସପେକ୍ଟର ତାଙ୍କୁ ଏକ ମାମଲାରେ ନୋଟିସ ପ୍ରଦାନ କରିଥିଲେ। ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ କେଜ୍‌ରିୱାଲଙ୍କ ବିରୋଧରେ କୁମାର ବିଶ୍ୱାସଙ୍କ ଦ୍ୱାରା ପ୍ରକାଶିତ ଭିଡିଓ ଆଧାରରେ ପୋଲିସ ଏହି ମାମଲା ରୁଜୁ କରିଛି। ଭିଡିଓ ଜରିଆରେ ବିଶ୍ୱ କେଜ୍‌ରିଓ୍ବାଲଙ୍କୁ ଖଲିସ୍ତାନୀଙ୍କ ସହ ଲିଙ୍କ ଥିବା ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭…

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

ଶିକ୍ଷା ବୋଝ ନୁହେଁ, ଆବିଷ୍କାର ଭଳି ଅନୁଭବ ହେବା ଉଚିତ

ପ୍ର- ଶିକ୍ଷା ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଭାବେ ଦେଶରେ ଶିକ୍ଷା କ୍ଷେତ୍ର କେଉଁ ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି ବୋଲି ଆପଣ ଭାବନ୍ତି? ଉ- ଛାତ୍ରୀଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri