Posted inଜାତୀୟ

ପଞ୍ଜାବ ରାଜ୍ୟ ସଭା ଆସନ ପାଇଁ ଏଏପିକୁ କ୍ଲିନ୍‌ ସ୍ବିପ୍‌

ଚଣ୍ଡିଗଡ଼,୨୪।୩: ପଞ୍ଜାବ ବିଧାନସଭା ନିର୍ବାଚନରେ ବହୁମତରେ ବିଜୟ ହାସଲ କରିବା ପରେ ପୁଣି ଥରେ ଆମ ଆଦମୀ ପାର୍ଟି (ଏଏପି)କୁ ଆଉ ଏକ ସଫଳତା ମିଳିଛି। ରାଜ୍ୟରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ ସଭା ନିର୍ବାଚନରେ ଏଏପି ସରକାରଙ୍କ ସମସ୍ତ ୫ଜଣ ପ୍ରାର୍ଥୀ ନିର୍ବାଚନ ଜିତିଛନ୍ତି। ସୂଚନାଯୋଗ୍ୟ, ଗୁରୁବାର ଅପରାହ୍ନ ୩ଟା ପର୍ଯ୍ୟନ୍ତ ପଞ୍ଜାବ ରାଜ୍ୟ ସଭା ପାଇଁ ନାମାଙ୍କନ ପ୍ରତ୍ୟାହାର କରିବାର ସମୟ ରହିଥିଲା। କିନ୍ତୁ ଏହି ନିର୍ବାଚନରେ ଏଏପି ବିଧାୟକ ରାଘବ ଚଡ୍ଡା, କ୍ରିକେଟର ହରଭଜନ ସିଂ, ସନ୍ଦୀପ ପାଠକ, ସଞ୍ଜୀବ ଆରୋରା ଏବଂ ଅଶୋକ ମିତ୍ତଲଙ୍କୁ ଆଶାୟୀ ପ୍ରାର୍ଥୀ କରିଥିଲା। ଅନ୍ୟପଟେ ଅନ୍ୟ କୌଣସି ରାଜନୈତିକ ଦଳ ଏହି ଆସନ ପାଇଁ ପ୍ରାର୍ଥୀ ଦେଇନାହାଁନ୍ତି। ଏଭଳି ପରିସ୍ଥିତିରେ ବୈଷୟିକ ଦୃଷ୍ଟିରୁ ଏଏପି ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ଜିତିଛନ୍ତି। ତେବେ ମାର୍ଚ୍ଚ ୩୧ରେ ଏହାର ଆନୁଷ୍ଠାନିକ ଘୋଷଣା କରାଯିବ। ସୂଚନା ମୁତାବକ ଚଳିତ ବର୍ଷ ପଞ୍ଜାବ ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟି ୧୧୭ଟି ମଧ୍ୟରୁ ୯୨ଟି ଆସନ ହାତେଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

ମାଛଧରା ବନ୍ଦର ପୋତାଶ୍ରୟରେ ଅଘଟଣ: ନିଆଁ ଲାଗି ପୋଡ଼ିଗଲା ମାଛଧରା ଟ୍ରଲର

ପାରାଦୀପ, ୨୮।୮ (ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ଥିବା ଏକ ମାଛଧରା ଟ୍ରଲରରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଟ୍ରଲରଟି ସମ୍ପୂର୍ଣ୍ଣ…

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri