Posted inଜାତୀୟ

‘ପଞ୍ଜାବରେ ଭାଜପା ସହ ମିଶି ସରକାର କରିବୁ’

ଚଣ୍ଡିଗଡ଼, ୨୯।୧୧: ଭାଜପା ଏବଂ ଅକାଳୀ ଦଳର ଗୋଟିଏ ଗୋଷ୍ଠୀ ସହ ମିଶି ପଞ୍ଜାବରେ ପରବର୍ତ୍ତୀ ସରକାର ଗଢ଼ିବୁ। ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟାରଙ୍କ ସହ ହଠାତ୍‌ ବୈଠକରେ ଏଭଳି ଦୃଢ଼ୋକ୍ତି ଦେଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ।

ଏହା ଏକ ସୌହାର୍ଦ୍ଦ୍ୟପୂର୍ଣ୍ଣ ସାକ୍ଷାତ୍‌ ଥିଲା। ଏହା ପଛରେ କୌଣସି ରାଜନୈତିକ ଉଦ୍ଦେଶ୍ୟ ନାହିଁ ବୋଲି ଅମରିନ୍ଦର କହିଛନ୍ତି। ବିଧାନସଭା ନିର୍ବାଚନ ପୂର୍ବରୁ ତାଙ୍କ ଦଳ ପଞ୍ଜାବ ଲୋକ କଂଗ୍ରେସରେ କୌଣସି ବଡ଼ ନେତା ଯୋଗଦେବେ କି ବୋଲି ପ୍ରଶ୍ନର ଉତ୍ତରରେ ଅମରିନ୍ଦର କହିଥିଲେ, ଅପେକ୍ଷା କର। ସବୁ ଠିକ୍‌ଠାକ୍‌ ଚାଲିଛି ଓ ଦଳର ସଭ୍ୟସଂଗ୍ରହ ଅଭିଯାନ ଜାରି ରହିଛି ବୋଲି ସେ ସୂଚନା ଦେଇଥିଲେ।

ସୂଚନାଯୋଗ୍ୟ, ପ୍ରଦେଶ କଂଗ୍ରେସ କମିଟି ସଭାପତି ନବଜ୍ୟୋତ ସିଂ ସିଦ୍ଧୁଙ୍କ ସହ କ୍ଷମତା କନ୍ଦଳ କାରଣରୁ ଅମରିନ୍ଦର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ସହ ଦଳ ଛାଡ଼ିଥିଲେ। କୃଷି ଆଇନ ପ୍ରତ୍ୟାହାର ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ ହେବା ଦିନ ସେ ଖଟ୍ଟାରଙ୍କୁ ଭେଟିଥିବାରୁ ଏହାକୁ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଉଛି। ଅମରିନ୍ଦର ଦିଲ୍ଲୀ ଯାଇ ଭାଜପାର କେନ୍ଦ୍ରୀୟ ନେତୃତ୍ୱଙ୍କୁ ଭେଟିବେ ବୋଲି ସୂଚନା ଦେଇଛନ୍ତି। କୃଷି ଆଇନ ରଦ୍ଦ ଲାଗି ବିଲ୍‌ ଗୃହୀତ ହୋଇଯାଇଛି। ଚାଷୀମାନଙ୍କର ଆଉ ୬/୭ଟି ଦାବି ସମ୍ପର୍କରେ ବିଚାର କରିବାକୁ ସରକାର ରାଜି ହୋଇଛନ୍ତି। ତେଣୁ ସେମାନଙ୍କର ଆଉ କୌଣସି ପ୍ରସଙ୍ଗ ନାହିଁ ବୋଲି ଅମରିନ୍ଦର କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri