‘ପଞ୍ଜାବୀ କ୍ୟାଟ୍ରିନା’ରୁ ଦେଶର ସ୍ପନ୍ଦନ ପାଲଟିଛନ୍ତି ଏହି ଅଭିନେତ୍ରୀ

ମୁମ୍ବାଇ: ପ୍ରଶଂସକଙ୍କ ହୃଦୟର ସ୍ପନ୍ଦନ ପାଲଟିଥିବା ଶେହନାଜ ଗିଲ୍‌ଙ୍କ ଆଜି ହେଉଛି ଜନ୍ମଦିନ। ଜାନୁୟାରୀ ୨୭ରେ ୨୯ ବର୍ଷ ତଳେ ଜନ୍ମ ହୋଇଥିଲେ ଶେହନାଜ। ଆଜିର ଏହି ସ୍ବତନ୍ତ୍ର ଦିନରେ ପ୍ରଶଂସକମାନେ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।  ତାଙ୍କ ବିଷୟରେ ଜାଣନ୍ତୁ କିଛି କଥା…

‘ପଞ୍ଜାବର କ୍ୟାଟ୍ରିନା କୈଫ୍‌’ରୁ ‘ଦେଶର ଧଡ୍‌କନ୍‌ ବା ସ୍ପନ୍ଦନ’ ପାଲଟିବା ପର୍ଯ୍ୟନ୍ତ ଶେହନାଜଙ୍କ ପାଇଁ ଆଦୌ ସହଜ ନ ଥିଲା। ସେ ତାଙ୍କର ସ୍ବପ୍ନକୁ ପୂରା କରିବାକୁ ଖୁବ୍‌ ପରିଶ୍ରମ କରିଛନ୍ତି। ନିଜର ସୁନ୍ଦର ଆଉ ଦୁଷ୍ଟାମୀ ଶୈଳୀ ସହିତ ପ୍ରଶଂସକଙ୍କ ହୃଦୟରେ ଏକ ବଡ଼ ସ୍ଥାନ ସୃଷ୍ଟି କରିଛନ୍ତି।

ଶେହନାଜ ଆଜିର ଦିନରେ ଜଣେ ମଡେଲ, ଅଭିନେତ୍ରୀ ଏବଂ ଗାୟିକା ଭାବରେ ଜଣାଶୁଣା। ୨୦୧୫ରେ ସେ ମଡେଲିଂ ଦୁନିଆରେ ପାଦ ଦେଇଥିଲେ। କ୍ୟାରିୟର ଆରମ୍ଭରେ ଗୁରବୀନ୍ଦର ବରାରଙ୍କ ସହ ଏକ ମ୍ୟୁଜିକ୍‌ ଭିଡିଓ ‘ଶିବ୍‌ ଦି କିତାବ୍‌’ ଏବଂ ୨୦୧୬ରେ ‘ମାଝେ ଦି ଜଟି’ଗୀତରେ କାମ କରିଥିଲେ। ପଞ୍ଜାବୀ ଗୀତରୁ କ୍ୟାରିୟର ଆରମ୍ଭ କରିବା ପରେ ଶେହନାଜ ପଞ୍ଜାବୀ ଫିଲ୍ମରେ ଏଣ୍ଟ୍ରି କରିଥିଲେ। ୨୦୧୭ରେ ‘ସତ୍‌ ଶ୍ରୀ ଅକାଲ ଇଂଲଣ୍ଡ’ ନାମକ ଏକ ପଞ୍ଜାବୀ ଫିଲ୍ମରେ ଡେବ୍ୟୁ କରିଥିଲେ। ସେ ପଞ୍ଜାବୀ ଇଣ୍ଡଷ୍ଟ୍ରିରେ ବେଶ୍‌ ନାଁ କମାଇବା ପରେ ବିଗ୍‌ ବସ୍‌ -୧୩ରେ ଭାଗ ନେଇଥିଲେ। ଏଥିରେ ମଧ୍ୟ ସଫଳତା ହାସଲ କରିଥିଲେ। ସେତେବେଳେ ସିଦ୍ଧାର୍ଥ ଶୁକ୍ଳାଙ୍କ ସହ ସାକ୍ଷାତ ହୋଇଥିଲା। ପରେ ଦୁହେଁ ପ୍ରେମରେ ପଡ଼ିଥିଲେ। ଦୁଇଜଣ ମିଶି ମ୍ୟୁଜିକ୍‌ ଭିଡିଓ କରିଥିଲେ। ଯାହାକି ସୁପରହିଟ୍‌ ହୋଇଥିଲା। ମାତ୍ର ସିଦ୍ଧାର୍ଥଙ୍କ ଦେହାନ୍ତ ପରେ ଶେହନାଜଙ୍କୁ ବଞ୍ଚିବା ଏକ ପ୍ରକାର କଷ୍ଟକର ହୋଇପଡ଼ିଥିଲା। ଧିରେଧିରେ ସେ ସାଧାରଣ ଅବସ୍ଥାକୁ ଫେରୁଛନ୍ତି। ଶେହନାଜଙ୍କ ମୁହଁରେ ଏବେ ହସ ଦେଖି ପ୍ରଶଂସକମାନେ ବି ଖୁସି ହୋଇଛନ୍ତି। ସମସ୍ତେ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା

ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ସାଢ଼େ ୯ ବର୍ଷ ପରେ ଶତକ ହାସଲ କରି ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୦।୧୦: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡର୍ବାନର କିଙ୍ଗସମିଡ ଷ୍ଟାଡିୟମରେ ଚାଲିଛି। ଅଷ୍ଟ୍ରେଲିଆର ମଧ୍ୟ-କ୍ରମ ବ୍ୟାଟର ମ୍ୟାଟ ରେନଶ’ ଏହି ମ୍ୟାଚରେ…

CJP ବିରୋଧ ମଧ୍ୟରେ ରାହୁଲ ଗାନ୍ଧୀଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ: ’…ଗଣତନ୍ତ୍ରର ସୁଧାର ପୁନର୍ବାର ଆରମ୍ଭ ହେବ’

ନୂଆଦିଲ୍ଲୀ,୧୦।୧୦: CJP ବିରୋଧ ପ୍ରଦର୍ଶନ ମଧ୍ୟରେ, ରାହୁଲ ଗାନ୍ଧୀ ଗତକାଲି ‘ଇଣ୍ଡିଆ’ (INDIA) ମେଣ୍ଟର ନେତାମାନଙ୍କ ସହ ଏକ ବୈଠକ କରିଥିଲେ ଏବଂ ସେଥିରେ ମୋଦି ସରକାରଙ୍କୁ…

ଉଠୁଛି ପଡୁଛି ସାରାଦେଶ: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବି ବରଗଡ଼ରେ ତୀବ୍ର ଆନ୍ଦୋଳନ

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ଭୋଟ୍‌ ଚୋରି ଅଭିଯୋଗ ନେଇ ସାରାଦେଶ ଉଠୁଛି ଓ ପଡୁଛି। ଏଭଳି ଅଭିଯୋଗ ନେଇ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନଶ କୁମାରଙ୍କ ଇସ୍ତଫା ଦାବିରେ…

‘ଅଙ୍ଗୁର ଖଟା’, CJP ବିରୋଧ ପ୍ରଦର୍ଶନ ମଧ୍ୟରେ କାହିଁକି ଏପରି କହିଲେ କଙ୍ଗନା ରାନାଓ୍ବତ? ବୟାନ ହେଲାଣି ଭାଇରାଲ

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀର ଜନ୍ତର ମନ୍ତର ଠାରେ କଂଗ୍ରେସ ଦଳ ଦ୍ୱାରା ଆୟୋଜିତ ବିକ୍ଷୋଭ ଏବଂ ତା’ପରେ ରାଷ୍ଟ୍ରପତିଙ୍କ ସହ ରାହୁଲ ଗାନ୍ଧୀଙ୍କ ସାକ୍ଷାତକୁ ନେଇ ଭାଜପା ସାଂସଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?