ସିଲ ହେଲା ପଞ୍ଜାବୀ ଗାୟକ ଦିଲେର ମେହନ୍ଦିଙ୍କ ଗୁରୁଗ୍ରାମ ସ୍ଥିତ ଫାର୍ମ ହାଉସ

ଗୁରୁଗ୍ରାମ,୩୦ ।୧୧: ଜଣାଶୁଣା ପଞ୍ଜାବୀ ସିଙ୍ଗର ଦିଲେର ମେହନ୍ଦି ଆସିଛନ୍ତି ଚର୍ଚ୍ଚାକୁ । ହେଲେ ଏଥର ସେ କୌଣସି ଗୀତକୁ ନେଇ ଚର୍ଚ୍ଚାକୁ ଆସି ନାହାନ୍ତି ବରଂ ହରିୟାଣର ଗୁରୁଗ୍ରାମରେ ଥିବା ତାଙ୍କ ଫାର୍ମ ହାଉସକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି । ଗୁରୁଗ୍ରାମ ଜିଲା ପ୍ରଶାସନର ଅଧିକରୀମାନେ ମଙ୍ଗଳବାର ରୋହନାରେ ଦମଦମା ହ୍ରଦ ନିକଟରେ ଥିବା ଗାୟକ ଦିଲେର ମେହନ୍ଦିଙ୍କ ସମେତ ଅନ୍ୟ ୩ ଜଣଙ୍କ ଫାର୍ମ ହାଉସକୁ ସିଲ କରି ଦେଇଛନ୍ତି । ନଗର ନିୟୋଜନ ସମ୍ପର୍କିତ ବିଭାଗର ଜଣେ ଅଧିକାରୀ ଏହି ସୂଚନା ଦେଇଛନ୍ତି ।
ଜିଲା ନଗର ନିୟୋଜକ ବା ଜିଲା ଟାଉନ ପ୍ଲାନର(ଡିଟିପି) ଅମିତ ମଧୋଲିୟା କହିଛନ୍ତି, ଏମାନେ ହ୍ରଦର ଜଳଗ୍ରହଣ ଅଞ୍ଚଳରେ ଅନଧିକୃତ ଭାବେ ଫାର୍ମ ହାଉସ ନିର୍ମାଣ କରିଥିଲେ । ତେଣୁ ଏମିତି ୩ଟି ଫାର୍ମ ହାଉସକୁ ସିଲ୍ କରି ଦିଆଯାଇଛି । ବିନା ଅନୁମତିରେ ଏଗୁଡିକ ଅରାବଳି ରେଞ୍ଜରେ ତିଆରି କରାଯାଇଥିଲା । ସୋନିଆ ଘୋଷ ବନାମ ହରିୟାଣା ରାଜ୍ୟ ମାମଲାର ନ୍ୟାସନାଲ ଗ୍ରୀନ ଟ୍ରିବ୍ୟୁନାଲ(ଏନଜିଟି)ଙ୍କ ନିର୍ଦ୍ଦେଶ ଅନୁଯାୟୀ ପୋଲିସ ସହାୟତାରେ ଉକ୍ତ ୩ଟି ଫାର୍ମ ହାଉସ ବିରୋଧରେ ଏହି ଅଭିଯାନ ଆରମ୍ଭ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

The Real Hero: ଯେତେବେଳେ ଦେଶ ପାଇଁ କାର୍ଗିଲ ଯୁଦ୍ଧ ମଇଦାନକୁ ଓହ୍ଲାଇଥିଲେ ନାନା ପାଟେକର, ଦେଖାଇଥିଲେ ଅସଲ ଦେଶପ୍ରେମ

ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କ ଅଭିନୟ ଓ ଦେଶପ୍ରେମ ବିଷୟରେ ସମସ୍ତେ ପରିଚିତ। ମାତ୍ର ବହୁତ କମ୍ ଲୋକ ଜାଣନ୍ତି ଯେ ୧୯୯୯ କାର୍ଗିଲ ଯୁଦ୍ଧ ସମୟରେ…

ପତ୍ନୀଙ୍କୁ କଡ଼ା ଜବାବ ଦେଲେ ମହମ୍ମଦ ଶାମି, ନିର୍ବାଚନ ଲଢ଼ିବାକୁ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କୁ ନେଇ ଉତ୍ତରପ୍ରଦେଶ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। କିଛି ମାସ ପୂର୍ବରୁ ଶାମି ରାଷ୍ଟ୍ରୀୟ…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ…

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

Nana Lover Story: ଏହି ଅଭିନେତ୍ରୀଙ୍କ ପ୍ରେମରେ ଦିୱାନା ଥିଲେ ନାନା!, ରାଇଟର କଲେ ଖୁଲାସା…

ମୁମ୍ୱାଇ: ବଲିଉଡର ଦିଗ୍‌ଜ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ହୃଦଘାତରେ ଦେହାନ୍ତ ହୋଇଛି। ନିଜ ଦୀର୍ଘ ଅଭିନୟ କ୍ୟାରିୟରରେ ନାନା ପାଟେକରଙ୍କ ନାଁ କିଛି…

୧୩ ବର୍ଷ ବୟସରେ କମାଉଥିଲେ ୩୫ ଟଙ୍କା! ପ୍ରତିଦିନ ୮ କିମି ପାଦରେ ଚାଲି କେଉଁଠିକୁ ଯାଉଥିଲେ ନାନା ପାଟେକର?

ମୁମ୍ୱାଇ: ଦିଗ୍‌ଜ ଅଭିନେତା ବିଶ୍ୱନାଥ ପାଟେକର (ନାନା ପାଟେକର) ଆଜି ୮ ଅକ୍ଟୋବର ୨୦୨୬ରେ ୭୫ ବର୍ଷ ବୟସରେ ଦୁନିଆକୁ ଅଲବିଦା କହିଛନ୍ତି। ହୃଦଘାତ (କାର୍ଡିଆକ ଆରେଷ୍ଟ)…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ୭୦% ଶସ୍ତା ହେବ ଏହି ଔଷଧ

ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?