ଆଉ ଜଣେ ପଞ୍ଜାବୀ ଗାୟକଙ୍କୁ ମିଳିଲା ହତ୍ୟା ଧମକ: ମୁଖ୍ୟମନ୍ତ୍ରୀ-ପୋଲିସକୁ ଚିଠି ଲେଖି ମାଗିଲେ ସୁରକ୍ଷା

ଚଣ୍ଡିଗଡ଼,୨।୮: ଲୋକପ୍ରିୟ ପଞ୍ଜାବୀ ଗାୟକ ସିଦ୍ଧୁ ମୁସେ ଓ୍ବାଲାଙ୍କୁ ହତ୍ୟା କରାଯିବାର ୨ମାସ ପରେ ଆଉ ଜଣେ ଗାୟକଙ୍କୁ ହତ୍ୟା ଧମକ ମିଳିଛି। ନିଜ ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ପଞ୍ଜାବୀ ଗାୟକ ତଥା ଗୀତିକାର ଜାନି ପୋଲିସର ସୁରକ୍ଷା ଲୋଡିଛନ୍ତି। ସେ କହିଛନ୍ତି, ତାଙ୍କୁ ଫୋନରେ ହତ୍ୟା ଧମକ ଦିଆଯାଉଛି। ବିପଦ ଭୟରେ ଏବଂ ସୁରକ୍ଷାକୁ ଦୃଷ୍ଟିରେ ରଖି ସେ ତାଙ୍କ ପରିବାରଲୋକଙ୍କୁ ବିଦେଶକୁ ପଠାଇ ଦେଇଛନ୍ତି। ଏଥିସହ ଗ୍ୟାଙ୍ଗଷ୍ଟରମାନେ ଜାନିଙ୍କ ମ୍ୟାନେଜରଙ୍କୁ ମଧ୍ୟ ଧମକ ଦେଇଥିବା ଜଣାପଡ଼ିଛି। ତେବେ ଜୀବନ ପ୍ରତି ଥିବା ବିପଦକୁ ଦୃଷ୍ଟିରେ ରଖି ଜାନି ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ, ପଞ୍ଜାବ ପୋଲିସ, ଏଡିଜିପି (ସିକ୍ୟୁରିଟି) ଏବଂ ମୋହାଲି ଏସ୍‌ଏସ୍‌ପିଙ୍କୁ ଏକ ଚିଠି ଲେଖି ସୁରକ୍ଷା ମାଗିଛନ୍ତି। ଜାନି ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ସେ ଗତ କିଛି ବର୍ଷରୁ ପଞ୍ଜାବୀ ଚଳଚ୍ଚିତ୍ର ଏବଂ ସଙ୍ଗୀତ ଜଗତ ପାଇଁ କାମ କରିଆସୁଛନ୍ତି। କାମ ହେଉ କି ଶୁଟିଂ ପାଇଁ ଅନେକ ସମୟରେ ଆଉଟଡୋର ଯିବାକୁ ପଡ଼ୁଛି। ତେବେ ଧମକ ମିଳିବା ପରେ କାମରେ ଅନେକ ବାଧା ଉପୁଜିଛି ବୋଲି ଜାନି କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଡ୍ୟୁଟି ଲାଗିବା ମାତ୍ରେ କର୍ମଚାରୀ ଅସୁସ୍ଥ ହେବା ସଂଖ୍ୟା ବୃଦ୍ଧି, ମିଛ ହେଲେ କାର୍ଯ୍ୟାନୁଷ୍ଠାନ

ଭୋଜପୁର,୨୫।୪: ବିହାରର ଭୋଜପୁରରେ ଲୋକ ସଭା ଓ ବିଧାନସଭା ଉପ ନିର୍ବାଚନ ପାଇଁ ଡ୍ୟୁଟି ଲାଗିବା ମାତ୍ରେ ସରକାରୀ କର୍ମଚାରୀ ବହୁ ସଂଖ୍ୟାରେ ଅସୁସ୍ଥ ହୋଇପଡିଛନ୍ତି।...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ଆସିଲା JEE Mains ରେଜଲ୍ଟ: କେମିତି ଜାଣିବେ ମେରିଟ ଲିଷ୍ଟ ତାଲିକା

ନୂଆଦିଲ୍ଲୀ,୨୫।୪: ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ମିଳିତ ପ୍ରବେଶିକା ପରୀକ୍ଷା (JEE Mains) ସେସନ-୨ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ଜାନୁଆରୀ ଏବଂ...

ନିର୍ବାଚନ ପୂର୍ବରୁ ଜେଡିୟୁ ନେତାଙ୍କୁ ହତ୍ୟା

ପାଟନା,୨୫।୪: ବିହାରରେ ଶାସକ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦଳର ଜଣେ ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ରାଜଧାନୀ ପାଟନା ଅଞ୍ଚଳରେ ଏହି ହତ୍ୟାକାଣ୍ଡ ପରେ...

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri