Posted inଜାତୀୟ

ଶନିବାର ଶପଥ ନେବେ ମନ୍ତ୍ରୀ

ଚଣ୍ଡିଗଡ଼,୧୮।୩: ପଞ୍ଜାବରେ ଭଗଓ୍ବନ୍ତ ମାନଙ୍କ ନେତୃତ୍ୱାଧିନ ସରକାର ଗଠନ ହେବା ପରେ ଏବେ ଶପଥ ଗ୍ରହଣ କରିବେ ମନ୍ତ୍ରୀ। ଶନିବାର ଦିନ ୧୧ଟାରେ ପଞ୍ଜାବ ରାଜଭବନରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ରାଜ୍ୟ କ୍ୟାବିନେଟରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟତିତ ୧୮ ବର୍ଥ ଥିବା ବେଳେ ଏଥିରେ ୮ରୁ ୧୦ ବିଧାୟକ ମନ୍ତ୍ରୀ ଭାବେ ଶପଥ ନେଇପାରନ୍ତି ବୋଲି କୁହାଯାଉଛି। ଶପଥ ଗ୍ରହଣ କରିବା ପରେ ନବନିଯୁକ୍ତ ମନ୍ତ୍ରୀମାନେ ରାଜ୍ୟ ସଚିବାଳୟରେ ଦାୟିତ୍ୱ ଗ୍ରହଣ କରିବେ। ଏହାଛଡ଼ା ଏଏପି ସରକାରର ପ୍ରଥମ କ୍ୟାବିନେଟ ବୈଠକ ମଧ୍ୟ ଅନୁଷ୍ଠିତ ହେବ।

ପ୍ରକାଶ ଯେ, ୧୧୭ ସଦସ୍ୟ ବିଶିଷ୍ଟ ପଞ୍ଜାବ ବିଧାନସଭାରେ ଆମ୍‌ ଆଦମୀ ପାର୍ଟି(ଏଏପି) ୯୨ ସିଟ୍‌ ଜିତି ସଂଖ୍ୟାଗରିଷ୍ଠତା ହାସଲ କରିଥିଲା। ମାର୍ଚ୍ଚ ୧୬ରେ ମୁଖ୍ୟମନ୍ତ୍ରୀ ଭାବେ ଭଗଓ୍ବନ୍ତ ମାନ ଶପଥ ଗ୍ରହଣ କରିଥିଲେ। ଏହାପରେ ରାଜ୍ୟ ବିଧାନସଭାର ପ୍ରଥମ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

ବହୁ ଚର୍ଚ୍ଚିତ ସୁଧୀର ପାତ୍ର ଅପହରଣ, ହତ୍ୟା ମାମଲା: ଅଭିଯୁକ୍ତ ତୁଷାରଙ୍କ ଜାମିନ ଖାରଜ

ବ୍ରହ୍ମପୁର,୨୯୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ସତ୍ୟ ନାରାୟଣପୁର ମୁଖ୍ୟ ରାସ୍ତାରେ ପ୍ଲଟ ବ୍ୟବସାୟୀ ସୁଧୀର କୁମାର୍‌ ପାତ୍ରଙ୍କୁ ଗତ ଏପ୍ରିଲ ୧୫…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି…

ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri