ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: ADJ କୋର୍ଟରେ ହାଜର ହେଲେ ପୁଞ୍ଜିଲାଲ

ପାଟଣାଗଡ଼,୬ା୩ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଆଉ କିଛି ଦିନ ପରେ ରାୟ ପ୍ରକାଶ ପାଇବ। ଗୁରୁବାର ଆଉ କିଛି ସମୟ ପରେ ବୟାନ ରେକର୍ଡ ପାଇଁ ପାଟଣାଗଡ଼ ଏସ୍‌ଡିଜେଏମ୍‌ କୋର୍ଟରେ ହାଜର ହୋଇଛନ୍ତି ଅଭିଯୁକ୍ତ ପୁଞ୍ଜିଲାଲ ମେହେର। ଏହି ଘଟଣାରେ ୬୩ ଜଣଙ୍କ ବୟାନ ରେକର୍ଡ ହୋଇ ସାରିଥିବା ବେଲେ ଆଜି ଅଭିଯୁକ୍ତ ପୁଞ୍ଜିଲାଲଙ୍କ କୋର୍ଟରେ ବୟାନ ରେକର୍ଡ କରାଯିବ। ବୟାନ ରେକର୍ଡ ପରେ ବିଚାପତି ଏହି ଘଟଣାର ରାୟ ପ୍ରକାଶ କରିବେ। ପୁଞ୍ଜିଲାଲଙ୍କୁ ବଲାଙ୍ଗୀର କାରାଗାରରୁ ପାଟଣାଗଡ଼ କୋର୍ଟକୁ ଅଣାଯାଇଛି। ବିଚାରପତିଙ୍କ ଆଗରେ ହାଜର ହେବେ।

ସୂଚନାଯୋଗ୍ୟ, ୨୦୧୮ ଫେବୃଆରୀ ୨୩ରେ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣା ସମଗ୍ର ଦେଶକୁ ଚହଲାଇ ଦେଇଥିଲା। ପାଟଣାଗଡ଼ ଜବାହରଲାଲ କଲେଜର ତତ୍କାଳୀନ ଅଧ୍ୟାପକ ରବୀନ୍ଦ୍ର ସାହୁ ଏବଂ ଭଇଁଷା କଲେଜର ତତ୍କାଳୀନ ଅଧ୍ୟକ୍ଷା ସଂଯୁକ୍ତା ସାହୁଙ୍କ ଏକମାତ୍ର ପୁତ୍ର ସୌମ୍ୟଶେଖର ସାହୁଙ୍କ ବିବାହ ଉପହାର ଭାବେ ଆସିଥିବା ଏକ ପାର୍ସଲକୁ ଖୋଲିବାବେଳେ ଭୟଙ୍କର ବିସ୍ଫୋରଣ ହୋଇଥିଲା। ଏଥିରେ ନବବିବାହିତ ସୌମ୍ୟଶେଖର ଓ ତାଙ୍କ ଜେଜେମା’ ଜେମାମଣି ସାହୁଙ୍କ ମୃତ୍ୟୁ ଘଟିଥିଲା। ସୌମ୍ୟଶେଖରଙ୍କ ନବବିବାହିତା ସ୍ତ୍ରୀ ରିମାରାଣୀ ଗୁରୁତର ହୋଇଥିଲେ। ଏହି ମାମଲାରେ କ୍ରାଇମବ୍ରାଞ୍ଚ ଭଇଁଷା କଲେଜର ଇଂରାଜୀ ବିଭାଗ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ମୁଖ୍ୟ ଏବଂ ଏକମାତ୍ର ଅଭିଯୁକ୍ତ ଭାବେ ଗିରଫ କରିଥିଲା। ଅଭିଯୁକ୍ତ ପୁଞ୍ଜିଲାଲ ବଲାଙ୍ଗୀର ଜିଲା କାରାଗାରରେ ବିଚାରାଧୀନ କଏଦୀ ଭାବେ ଏବେ ରହିଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

ରାୟପୁର-ଭାଇଜାଗ୍‌ କରିଡର: ଓଡ଼ିଶା ସମେତ ୩ ରାଜ୍ୟରେ ଆଣିବ ବିକାଶର ଧାରା

ଭୁବନେଶ୍ୱର,୭ା୧୨: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଦ୍ୱାରା ନିର୍ମାଣାଧୀନ ୬-ଲେନ୍ ବିଶିଷ୍ଟ ରାୟପୁର–ବିଶାଖାପାଟଣା ଅର୍ଥନୈତିକ କରିଡର ଆଗାମୀ ଦିନରେ ଓଡ଼ିଶା ସମେତ ତିନୋଟି...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

ବାରବାଟୀ T20: ମ୍ୟାଚ୍ ଦେଖବାକୁ ଆସୁଥିଲେ ଏସବୁ ସ୍ଥାନରେ କରନ୍ତୁ ପାର୍କିଂ

କଟକ,୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା କ୍ରିକେଟ ଟିମ୍ ବାରବାଟୀରେ ଆୟୋଜିତ ହେବାକୁ ଥିବା T20 ମ୍ୟାଚ୍ ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଉଭୟ ଦଳକୁ କଡ଼ା...

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri