ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: ADJ କୋର୍ଟରେ ହାଜର ହେଲେ ପୁଞ୍ଜିଲାଲ

ପାଟଣାଗଡ଼,୬ା୩ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଆଉ କିଛି ଦିନ ପରେ ରାୟ ପ୍ରକାଶ ପାଇବ। ଗୁରୁବାର ଆଉ କିଛି ସମୟ ପରେ ବୟାନ ରେକର୍ଡ ପାଇଁ ପାଟଣାଗଡ଼ ଏସ୍‌ଡିଜେଏମ୍‌ କୋର୍ଟରେ ହାଜର ହୋଇଛନ୍ତି ଅଭିଯୁକ୍ତ ପୁଞ୍ଜିଲାଲ ମେହେର। ଏହି ଘଟଣାରେ ୬୩ ଜଣଙ୍କ ବୟାନ ରେକର୍ଡ ହୋଇ ସାରିଥିବା ବେଲେ ଆଜି ଅଭିଯୁକ୍ତ ପୁଞ୍ଜିଲାଲଙ୍କ କୋର୍ଟରେ ବୟାନ ରେକର୍ଡ କରାଯିବ। ବୟାନ ରେକର୍ଡ ପରେ ବିଚାପତି ଏହି ଘଟଣାର ରାୟ ପ୍ରକାଶ କରିବେ। ପୁଞ୍ଜିଲାଲଙ୍କୁ ବଲାଙ୍ଗୀର କାରାଗାରରୁ ପାଟଣାଗଡ଼ କୋର୍ଟକୁ ଅଣାଯାଇଛି। ବିଚାରପତିଙ୍କ ଆଗରେ ହାଜର ହେବେ।

ସୂଚନାଯୋଗ୍ୟ, ୨୦୧୮ ଫେବୃଆରୀ ୨୩ରେ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣା ସମଗ୍ର ଦେଶକୁ ଚହଲାଇ ଦେଇଥିଲା। ପାଟଣାଗଡ଼ ଜବାହରଲାଲ କଲେଜର ତତ୍କାଳୀନ ଅଧ୍ୟାପକ ରବୀନ୍ଦ୍ର ସାହୁ ଏବଂ ଭଇଁଷା କଲେଜର ତତ୍କାଳୀନ ଅଧ୍ୟକ୍ଷା ସଂଯୁକ୍ତା ସାହୁଙ୍କ ଏକମାତ୍ର ପୁତ୍ର ସୌମ୍ୟଶେଖର ସାହୁଙ୍କ ବିବାହ ଉପହାର ଭାବେ ଆସିଥିବା ଏକ ପାର୍ସଲକୁ ଖୋଲିବାବେଳେ ଭୟଙ୍କର ବିସ୍ଫୋରଣ ହୋଇଥିଲା। ଏଥିରେ ନବବିବାହିତ ସୌମ୍ୟଶେଖର ଓ ତାଙ୍କ ଜେଜେମା’ ଜେମାମଣି ସାହୁଙ୍କ ମୃତ୍ୟୁ ଘଟିଥିଲା। ସୌମ୍ୟଶେଖରଙ୍କ ନବବିବାହିତା ସ୍ତ୍ରୀ ରିମାରାଣୀ ଗୁରୁତର ହୋଇଥିଲେ। ଏହି ମାମଲାରେ କ୍ରାଇମବ୍ରାଞ୍ଚ ଭଇଁଷା କଲେଜର ଇଂରାଜୀ ବିଭାଗ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ମୁଖ୍ୟ ଏବଂ ଏକମାତ୍ର ଅଭିଯୁକ୍ତ ଭାବେ ଗିରଫ କରିଥିଲା। ଅଭିଯୁକ୍ତ ପୁଞ୍ଜିଲାଲ ବଲାଙ୍ଗୀର ଜିଲା କାରାଗାରରେ ବିଚାରାଧୀନ କଏଦୀ ଭାବେ ଏବେ ରହିଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା, ୨୪ ତାରିଖରୁ ବର୍ଷିିବ ଧନ, ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷୀୟ ଗଣନା ଅନୁଯାୟୀ, ମଙ୍ଗଳ ଦେବ ବର୍ତ୍ତମାନ ପୁନର୍ବସୁ ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬ରେ ମଙ୍ଗଳ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ।…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?