ପୁଞ୍ଜିଲାଲ ମେହେର ଜାମିନ୍‌ ଆବେଦନ ମାମଲା: ସରକାରଙ୍କୁ ରିପୋର୍ଟ ମାଗିଲେ ହାଇକୋର୍ଟ

କଟକ ଅଫିସ,୧୪ା୪: ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ସୂତ୍ରଧର ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କ ଜାମିନ ଆବେଦନର ଶୁଣାଣି ଗୁରୁବାର ହୋଇଛି। ପୁଞ୍ଜିଲାଲ ପିଏଚ୍‌ଡି ଥେସିସ ଦାଖଲ କରିବା ନିମନ୍ତେ ୩ ମାସ ଜାମିନରେ ଯିବା ପାଇଁ ହାଇକୋର୍ଟରେ ଆବେଦନ କରିଥିଲେ। ହାଇକୋର୍ଟର ବିଚାରପତି ସଙ୍ଗମ କୁମାର ସାହୁ ଏହି ଆବେଦନର ଶୁଣାଣି କରି ରାଜ୍ୟ ସରକାରଙ୍କୁ ଏ ବାବଦରେ ରିପୋର୍ଟ ତଲବ କରିଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ମେ ମାସ ପ୍ରଥମ ସପ୍ତାହକୁ ଧାର୍ଯ୍ୟ କରାଯାଇଛି। ସରକାରଙ୍କ ପକ୍ଷରୁ ପ୍ରିୟବ୍ରତ ତ୍ରିପାଠୀ ମାମଲା ପରିଚାଳନା କରୁଛନ୍ତି। ମାମଲାର ବିବରଣୀରୁ ପ୍ରକାଶ ଯେ, ୨୦୧୮ ଫେବୃୟାରୀ ୨୩ରେ ନବ ବିବାହିତ ସୌମ୍ୟଶେଖର ଓ ପତ୍ନୀ ରୀମା ବାହାଘର ଭୋଜିରେ ମିଳିଥିବା ଉପହାର ପାର୍ସଲ ଖୋଲୁଥିବା ବେଳେ ବିସ୍ଫୋରଣ ଘଟିଥିଲା। ଘଟଣାସ୍ଥଳରେ ସୌମ୍ୟଶେଖରଙ୍କ ଜେଜେ ମା’ଙ୍କ ମୃତ୍ୟୁ ହୋଇଥିଲା। ଗୁରୁତର ଅବସ୍ଥାରେ ସୌମ୍ୟଶେଖର ଓ ରୀମାଙ୍କୁ ବଲାଙ୍ଗୀର ଜିଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ସୌମ୍ୟଶେଖରଙ୍କ ମୃତ୍ୟୁ ହୋଇଥିବାବେଳେ ଗୁରୁତର ଅବସ୍ଥାରେ ରୀମାଙ୍କୁ କଟକ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏହାକୁ ନେଇ ପ୍ରଥମେ ପାଟଣାଗଡ଼ ଥାନା ପୋଲିସ ଫେବୃୟାରୀ ୨୩ ତାରିଖରେ ଏକ ମାମଲା ରୁଜୁ କରିଥିଲା। ମାମଲାକୁ ମାର୍ଚ୍ଚ ୨୩ରେ କ୍ରାଇମ୍‌ବ୍ରାଞ୍ଚର ଏସ୍‌ଆଇଟିକୁ ହସ୍ତାନ୍ତର କରାଯାଇଥିଲା। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ଭଇଁସା କଲେଜର ଇଂଲିଶ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ୨୦୧୮ ଏପ୍ରିଲ ୨୫ରେ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା। ହାଇକୋର୍ଟରେ ସେ ନିୟମିତ ଜାମିନ ଆବେଦନ କରିଥିଲେ। ପୁଞ୍ଜିଲାଲଙ୍କ ଜାମିନ ଆବେଦନ ୨୦୧୯ ମାର୍ଚ୍ଚ ୨୫ ଓ ୨୦୨୨ ଜୁଲାଇ ୨୨ରେ ଖାରଜ ହୋଇଥିଲା। ପୁଣି ସେ ମଧ୍ୟବର୍ତ୍ତୀକାଳୀନ ଜାମିନ ଲୋଡ଼ି ଏକ ଅନ୍ତରୀଣ ଆବେଦନ ହାଇକୋର୍ଟରେ ଦାଖଲ କରିଥିବା ବେଳେ ଶୁଣାଣି ହୋଇ ପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ: ବରିଷ୍ଠ ଆଇନଜୀବୀ ବ୍ରଜସୁନ୍ଦର ସଭାପତି, ସମ୍ପାଦକ ହେଲେ…

ରାୟଗଡ଼ା,୨୮।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସମାପ୍ତ ହୋଇଛି । ଏଥିରେ ବରିଷ୍ଠ ଆଇନଜୀବୀ ବ୍ରଜ ସୁନ୍ଦର ନାୟକ ୧୦୬ଖଣ୍ଡ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ମୋହନା ଥାନାରେ ‘ଶିଶୁ ସୁରକ୍ଷା ଓ ଭୟମୁକ୍ତ କେନ୍ଦ୍ର’ ଉଦଘାଟିତ: ଶିଶୁଙ୍କ ପାଇଁ ପୋଲିସ ସାଜିବ ବନ୍ଧୁ

ମୋହନା ୨୮।୩(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ପରିସରରେ ଏକ ନିଆରା ପ୍ରୟାସ ଦେଖିବାକୁ ମିଳିଛି। ଶିଶୁମାନଙ୍କୁ ପୋଲିସ ପ୍ରତି ଥିବା ଭୟ ଦୂର କରିବା…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

ଭଞ୍ଜନଗର ବାର୍‌ ଆସୋସିଏଶନ ନିର୍ବାଚନ: ସଭାପତି ଭାବେ ନିର୍ବାଚିତ ହେଲେ ସନ୍ତୋଷ ନାୟକ, ଧୀରେନ ସ୍ବାଇଁ…

ଭଞ୍ଜନଗର,୨୮।୩(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏସନ ନିର୍ବାଚନ ଶନିବାର ସରିଛି। ଏଥିରେ ସଭାପତି ଭାବେ ସନ୍ତୋଷ ନାୟକ ନିର୍ବାଚିତ ହୋଇଛନ୍ତି । ଏଥିସହ ସାଧାରଣ ସମ୍ପାଦକ…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ବରଗଡ଼ ଜିଲା ଓକିଲ ସଂଘ ନିର୍ବାଚନ: ଭୀଷ୍ମଦେବ ପୁଣି ସଭାପତି, ସମ୍ପାଦକ ଭାବେ ନିର୍ବାଚିତ ହେଲେ…

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲା ଓକିଲ ସଂଘ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି । ଏଥିରେ ଭୀଷ୍ମଦେବ ସରାଫ ପୁଣିଥରେ ସଭାପତି ନିର୍ବାଚିତ ହୋଇଛନ୍ତି। ସେହିପରି…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri