ଜେଲରେ ପୁଞ୍ଜିଲାଲଙ୍କୁ ନିର୍ଯାତନା

ବଲାଙ୍ଗୀର ଅଫିସ, ୨୪ା୧୦-ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାରେ ଗିରଫ ହୋଇ ବଲାଙ୍ଗୀର ଜେଲରେ ଥିବା ପୁଞ୍ଜିଲାଲ ମେହେରଙ୍କୁ ନିର୍ଯାତନା ଦିଆଯାଉଥିବା ତାଙ୍କ ଓକିଲ ଶନିବାର ପାଟଣାଗଡ଼ ଆଡିଶନାଲ ସେସନ୍ସ ଜଜ୍‌ (ଏଡିଜେ)ଙ୍କୁ ଲିଖିତଭାବେ ଜଣାଇଛନ୍ତି।
ଗତ ବୁଧବାର ଓ ଶୁକ୍ରବାର ଜେଲରେ ପୁଞ୍ଜିଲାଲଙ୍କୁ ମାଡ଼ ମରାଯିବା ସହ ତାଙ୍କ ମୁହଁରେ ପରିସ୍ରା କରାଯାଇଛି ବୋଲି ତାଙ୍କ ଓକିଲ ତୀର୍ଥ କୁମାର ସାହୁ କହିଛନ୍ତି ା ପୁଞ୍ଜିଲାଲଙ୍କୁ ଭେଟିବାକୁ ଚାହିଁବାରୁ ତାଙ୍କୁ କରୋନା ସଂକ୍ରମିତ ଦର୍ଶାଇ ଭେଟିବାକୁ ଦିଆଯାଉନାହିଁ ା ତାଙ୍କ ମହକିଲ ଯଦି କରୋନା ସଂକ୍ରମିତ ତେବେ ତାଙ୍କର କୌଣସି ଡକ୍ୟୁମେଣ୍ଟ ଦିଅନ୍ତୁ ବୋଲି ମାଗିଲେ ଜେଲ କର୍ତ୍ତୃପକ୍ଷ ଦେଉନାହାନ୍ତି ା ପୁଞ୍ଜିଲାଲଙ୍କୁ ନିର୍ଯାତନା ଦିଆଯିବା ଘଟଣାକୁ ଲୁଚାଇବାକୁ କରୋନା ସଂକ୍ରମଣ କଥା କହି ତାଙ୍କୁ ଭେଟିବାକୁ ଦିଆଯାଉ ନାହିଁ ବୋଲି ଓକିଲ ସାହୁ କହିଛନ୍ତି ା ଏହି ଘଟଣା ସମ୍ପର୍କରେ ପାଟଣାଗଡ଼ ଏଡିଜେଙ୍କୁ ଜଣାଇ ଜୁଡିସିଆଲ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ଘଟଣାର ତଦନ୍ତ କରାଯିବାକୁ ଅନୁରୋଧ କରିଥିବା ସେ ସୂଚନା ଦେଇଛନ୍ତି ା ଏହା ସହିତ ଜେଲ ଭିତରର ସିସିଟିଭି ଫୁଟେଜ୍‌ ଦେବାକୁ ମଧ୍ୟ ଅନୁରୋଧ କରିଥିବା କହିଛନ୍ତି ା ଏନେଇ ବଲାଙ୍ଗୀର ଜିଲା କାରାଗାରର ସୁପରିଣ୍ଟେଣ୍ଡେଣ୍ଟ ଊର୍ମିଳା ମିଞ୍ଜ ସମସ୍ତ ଅଭିଯୋଗକୁ ଖଣ୍ଡନ କରିଛନ୍ତି ା ଜେଲ ଭିତରେ ନିର୍ଯାତନା ଅଭିଯୋଗ ସମ୍ପୂର୍ଣ୍ଣ ମିଥ୍ୟା ଦର୍ଶାଇ ପୁଞ୍ଜିଲାଲ କରୋନା ସଂକ୍ରମିତ ହୋଇନାହାନ୍ତି ବୋଲି ସେ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା

ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସ୍‌ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?