ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାରର ୮ ସ୍ଲୁଇସ ଗେଟ୍‌

ସମ୍ବଲପୁର,୨୪।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ଏହାର ସର୍ବୋଚ୍ଚ କ୍ଷମତାର ଶୀର୍ଷରେ ରହିଛି। ଏହାସହ ଜଳଭଣ୍ଡାରର କ୍ୟାଚମେଣ୍ଟ ଅଞ୍ଚଳରେ ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁ ଅତିରିକ୍ତ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ଆଶଙ୍କା ସୃଷ୍ଟି ହୋଇଛି। ଫଳରେ ବୁଧବାର ଜଳଭଣ୍ଡାରର ପୁଣି ୮ଟି ସ୍ଲୁଇସ ଗେଟ ଖୋଲାଯାଇଛି। ଫଳରେ ଜଳଭଣ୍ଡାରର ବାମପାଶ୍ୱର୍ର୍ସ୍ଥ ୮ଟି ଓ ଦକ୍ଷିଣ ପାର୍ଶସ୍ଥ ୪ଟି ମିଶି ମୋଟ ୧୨ଟି ସ୍ଲୁଇସ ଗେଟରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ ଜାରି ରହିଛି। ବୁଧବାର ପୂର୍ବାହ୍ନ ସାଢ଼େ ୯ଟାରେ ମିଳିଥିବା ସୂଚନା ଅନୁସାରେ ଜଳଭଣ୍ଡାରର ଜଳ ପତ୍ତନ ୬୨୯.୯୫ ଫଟରେ ପହଞ୍ଚିଛି। ଏହି ସମୟରେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରହାରି ୧ ଲକ୍ଷ ୮୬ ହାଜର ୧୩୩ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବାବେଳେ ଜଳଭଣ୍ଡାରରୁ ପ୍ରତି ସେକେଣ୍ଡରେ ମୋଟ ହାରାହାରି ୨ ଲକ୍ଷ ୩୩ ହାଜର ୦୧୯ ଘନଫୁଟ ଅତିରିକ୍ତଯଯାଜଳ ନିଷ୍କାସନ କରାଯାଉଛି। ସେଥିମଧ୍ୟରେ ୧୨ ଟି ସ୍କୁଇସ ଗେଟ ଜରିଆରେ ମହାନଦୀକୁ ପ୍ରତି ସେକେଣ୍ଡରେ ହାରାହାରି ମୋଟ ୧ ଲକ୍ଷ ୯୭ ହାଜର ୨୩୨ ଘନଫୁଟ, ଶକ୍ତି ଉତ୍ପାଦନ ପାଇଁ ପାୱାର ଚ୍ୟାନେଲରେ ୩୧,୮୯୦ ଘନଫୁଟ, ଶିଳ୍ପସଂସ୍ଥା ପାଇଁ ୨୪୩ ଘନଫୁଟ ଏବଂ ଜଳ ସେଚନ ପାଇଁ ବରଗଡ଼ କେନାଲରେ ୩୨୭୩, ଶାସନ କେନାଲରେ ୩୦୦ ଓ ସମ୍ବଲପୁର କେନାଲରେ ୮୧ ଘନଫୁଟ ଜଳ ମିଶି ମୋଟ ୩୬୫୪ ଘନଫୁଟ ଫୁଟ ଜଳ ନିଷ୍କାସନ କରାଯାଉଛି। ଜଳଭଣ୍ଡାର ପାଣିପାଗ ନିମନ୍ତ୍ରଣ କକ୍ଷ ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ଜଳଭଣ୍ଡାର ଉପରମୁଣ୍ଡରେ ୪୧.୭୨ ମିଲିମିଟର ଓ ତଳମୁଣ୍ଡରେ ୬୬.୨୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ପରେ ମଧ୍ୟ ୪ ଟି ଗେଟ୍‌ ଖୋଲିବାକୁ ନର୍ଦ୍ଦେଶ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri