ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାରର ୮ ସ୍ଲୁଇସ ଗେଟ୍‌

ସମ୍ବଲପୁର,୨୪।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ଏହାର ସର୍ବୋଚ୍ଚ କ୍ଷମତାର ଶୀର୍ଷରେ ରହିଛି। ଏହାସହ ଜଳଭଣ୍ଡାରର କ୍ୟାଚମେଣ୍ଟ ଅଞ୍ଚଳରେ ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁ ଅତିରିକ୍ତ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ଆଶଙ୍କା ସୃଷ୍ଟି ହୋଇଛି। ଫଳରେ ବୁଧବାର ଜଳଭଣ୍ଡାରର ପୁଣି ୮ଟି ସ୍ଲୁଇସ ଗେଟ ଖୋଲାଯାଇଛି। ଫଳରେ ଜଳଭଣ୍ଡାରର ବାମପାଶ୍ୱର୍ର୍ସ୍ଥ ୮ଟି ଓ ଦକ୍ଷିଣ ପାର୍ଶସ୍ଥ ୪ଟି ମିଶି ମୋଟ ୧୨ଟି ସ୍ଲୁଇସ ଗେଟରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ ଜାରି ରହିଛି। ବୁଧବାର ପୂର୍ବାହ୍ନ ସାଢ଼େ ୯ଟାରେ ମିଳିଥିବା ସୂଚନା ଅନୁସାରେ ଜଳଭଣ୍ଡାରର ଜଳ ପତ୍ତନ ୬୨୯.୯୫ ଫଟରେ ପହଞ୍ଚିଛି। ଏହି ସମୟରେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରହାରି ୧ ଲକ୍ଷ ୮୬ ହାଜର ୧୩୩ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବାବେଳେ ଜଳଭଣ୍ଡାରରୁ ପ୍ରତି ସେକେଣ୍ଡରେ ମୋଟ ହାରାହାରି ୨ ଲକ୍ଷ ୩୩ ହାଜର ୦୧୯ ଘନଫୁଟ ଅତିରିକ୍ତଯଯାଜଳ ନିଷ୍କାସନ କରାଯାଉଛି। ସେଥିମଧ୍ୟରେ ୧୨ ଟି ସ୍କୁଇସ ଗେଟ ଜରିଆରେ ମହାନଦୀକୁ ପ୍ରତି ସେକେଣ୍ଡରେ ହାରାହାରି ମୋଟ ୧ ଲକ୍ଷ ୯୭ ହାଜର ୨୩୨ ଘନଫୁଟ, ଶକ୍ତି ଉତ୍ପାଦନ ପାଇଁ ପାୱାର ଚ୍ୟାନେଲରେ ୩୧,୮୯୦ ଘନଫୁଟ, ଶିଳ୍ପସଂସ୍ଥା ପାଇଁ ୨୪୩ ଘନଫୁଟ ଏବଂ ଜଳ ସେଚନ ପାଇଁ ବରଗଡ଼ କେନାଲରେ ୩୨୭୩, ଶାସନ କେନାଲରେ ୩୦୦ ଓ ସମ୍ବଲପୁର କେନାଲରେ ୮୧ ଘନଫୁଟ ଜଳ ମିଶି ମୋଟ ୩୬୫୪ ଘନଫୁଟ ଫୁଟ ଜଳ ନିଷ୍କାସନ କରାଯାଉଛି। ଜଳଭଣ୍ଡାର ପାଣିପାଗ ନିମନ୍ତ୍ରଣ କକ୍ଷ ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ଜଳଭଣ୍ଡାର ଉପରମୁଣ୍ଡରେ ୪୧.୭୨ ମିଲିମିଟର ଓ ତଳମୁଣ୍ଡରେ ୬୬.୨୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ପରେ ମଧ୍ୟ ୪ ଟି ଗେଟ୍‌ ଖୋଲିବାକୁ ନର୍ଦ୍ଦେଶ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri