ଚିହ୍ନଟକାରୀଙ୍କ ତଣ୍ଟି କାଟିଲେ ଅଭିଯୁକ୍ତ

ଗୋପାଳପୁର, ୨୨ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ସୋରଳ ଗ୍ରାମରେ ଗତ ୧୭ ତାରିଖ ରାତିରେ ହାସ୍ୟ ଅଭିନେତା ପପୁ ପମ୍‌ପମ୍‌ଙ୍କ ଷ୍ଟେଜ ଶୋ’ ଉପରକୁ ଟେକା, ପଥର ମାଡ଼ ହୋଇଥିଲା। ଟେକାମାଡ଼ କରିଥିବା ଅଭିଯୁକ୍ତଙ୍କୁ ସେହି ଗ୍ରାମର ଜଣେ ଯୁବକ ଚିହ୍ନଟ କରିଥିଲେ। ଏହି ଘଟଣାରେ ଦଣ୍ଡବିଧାନ ନିମନ୍ତେ ମଙ୍ଗଳବାର ଗ୍ରାମସଭା କରାଯିବାକୁ ନିଷ୍ପତ୍ତି ହୋଇଥିଲା। କିନ୍ତୁ ସୋମବାର ରାତିରେ ଅଭିଯୁକ୍ତଜଣଙ୍କ ଚିହ୍ନଟକାରୀଙ୍କ ତଣ୍ଟି କାଟି ଏକ କୂଅକୁ ଫିଙ୍ଗିଦେଇଥିଲେ ବୋଲି ଥାନାରେ ଅଭିଯୋଗ ହୋଇଛି। ଅଭିଯୁକ୍ତ ଜଣଙ୍କ ଫେରାର ହୋଇଯାଇଥିବା ବେଳେ ପୋଲିସ ନଂ୧୦୭/୨୩ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।
ସୂଚନାନୁସାରେ, ସୋରଳ ଗ୍ରାମରେ ହାସ୍ୟ ଅଭିନେତା ପପୁ ପମ୍‌ପମ୍‌ ଷ୍ଟେଜ ଶୋ’ କରୁଥିବା ବେଳେ ଗ୍ରାମର ଟୁନା ବେହେରା ତାଙ୍କୁ ଟେକା ମାଡ଼ କରିଥିଲେ ବୋଲି ଗୋପାଳଙ୍କ ପରିବାର ପକ୍ଷରୁ ଦିଆଯାଇଥିବା ଏତଲାରେ ଦର୍ଶାଯାଇଛି। ଏହି ଘଟଣା ନେଇ ଅଭିଯୁକ୍ତଙ୍କ ବିରୋଧରେ ଦଣ୍ଡବିଧାନ ନିମନ୍ତେ ମଙ୍ଗଳବାର ଗ୍ରାମସଭା କରାଯିବାକୁ ନିଷ୍ପତ୍ତି ହୋଇଥିଲା। ତେବେ ସୋମବାର ରାତିରେ ଟୁନାଙ୍କ ସହିତ ଗୋପାଳଙ୍କର ଯୁକ୍ତିତର୍କ ହୋଇଥିଲା। ଟୁନା ଉତକ୍ଷିପ୍ତ ହୋଇ ଏକ ଛୁରିରେ ଗୋପାଳଙ୍କ ତଣ୍ଟି କାଟିଦେବା ସହିତ ନିକଟସ୍ଥ ଏକ କୂଅକୁ ଠେଲି ଦେଇଥିଲେ। ଗୋପାଳଙ୍କ ଚିକତ୍ାର ଶୁଣି ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ମେଡ଼ିକାଲରେ ଭର୍ତ୍ତି କରିଥିଲେ। ତାଙ୍କର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ମେଡ଼ିକାଲରୁ ସ୍ଥାନାନ୍ତର କରାଯାଇଛି। ଏ ନେଇ ଗୋଳନ୍ଥରା ଥାନାରେ ଗୋପାଳଙ୍କ ପରିବାର ପକ୍ଷରୁ ଲିଖିତ ଅଭିଯୋଗ କରାଯାଇଛି। ଅଭିଯୁକ୍ତ ଟୁନା ଫେରାର ହୋଇଯାଇଥିଲେ ମଧ୍ୟ ଖୁବଶୀଘ୍ର ଗିରଫ କରାଯିବ ବୋଲି ଥାନା ଅଧିକାରୀ ବିବେକାନନ୍ଦ ମହନ୍ତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri