କିଣା ଆଓ୍ବାର୍ଡ: ଭାଜପା

ଭୁବନେଶ୍ବର,୭।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ ମିଳିବା ପରେ ସେ ଭୁବନେଶ୍ୱର ଫେରିଛନ୍ତି। ତାଙ୍କୁ ସ୍ବାଗତ କରିବା ଲାଗି ହଜାର ହଜାର ସଂଖ୍ୟାରେ ବିଜେଡି କର୍ମୀ ଭୁବନେଶ୍ୱରରେ ଛାଉଣି ହୋଇଯାଇଛନ୍ତି। ହେଲେ ଏହାକୁ କଡ଼ା ଭାଷାରେ ବିରୋଧୀ ସମାଲୋଚନା କରିଛନ୍ତି । ନବୀନବାବୁ କିଣା ଆଓ୍ବାର୍ଡ ପାଇଛନ୍ତି। ଏହା କେତେ ଟଙ୍କାରେ କିଣିଛନ୍ତି ତାହା ଜଣାନାହିଁ ବୋଲି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଛନ୍ତି। ସେ କହିଛନ୍ତି, ଯେଉଁ ସଂସ୍ଥାକୁ ଭାରତରେ କେହି ଜାଣିନାହାନ୍ତି ସିଏ ସେବା ସାଧକ ଆଓ୍ବାର୍ଡ ଦେଇଛନ୍ତି, ଯାହା ଆମ ଓଡ଼ିଶା ପାଇଁ ବାଧକ। ନିର୍ବାଚନ ପାଖେଇ ଆସିଲେ ନବୀନବାବୁ ଏମିତି ଗୋଟେ ଗୋଟେ ଆଓ୍ବାର୍ଡ ନେଇଆସନ୍ତି। ଗତଥର ମଧ୍ୟ ଏପରି କରିଥିଲେ। ତେବେ ଏହାର କିଛି ପ୍ରଭାବ ପଡ଼ିବ ନାହିଁ। ନବୀନବାବୁଙ୍କ ଏହି ଡ୍ରାମାକୁ ଲୋକେ ବୁଝିସାରିଛନ୍ତି। ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦେବା ଏକ ପ୍ରହସନ ବୋଲି ସେ କହିଛନ୍ତି।
ବରିଷ୍ଠ ନେତା ତଥା ବିଧାୟକ ସୁରେଶ କୁମାର ରାଉତରାୟ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କୁ ଗୋଟେ ମାମୁଲି ପ୍ରାଇଜ୍‌ ମିଳିଛି। ମୁଖ୍ୟମନ୍ତ୍ରୀଙ୍କ ଲୋକପ୍ରିୟତା ହ୍ରାସ ପାଇଲାଣି। ସେହି ଲୋକପ୍ରିୟତା କମିନି ବୋଲି ଦେଖାଇହେବା ପାଇଁ ଏମିତି କାର୍ଯ୍ୟକ୍ରମ କରୁଛନ୍ତି। ପ୍ରଥମେ ଦିଲ୍ଲୀକୁ ଲୋକ ବୁହାଇକି ନେଲେ ତା’ପରେ ସାରା ଓଡ଼ିଶାରୁ ଲୋକଙ୍କୁ ବୁହାଇ ଆଣି ବିମାନବନ୍ଦରରେ ପହଞ୍ଚାଇଲେ ବୋଲି ସୁର କହିଛନ୍ତି। ବିଜେଡି ବରିଷ୍ଠ ନେତା ତଥା ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି, ମୁଖ୍ୟମନ୍ତ୍ରୀ ଓଡ଼ିଶାର ସାଢ଼େ ୪ କୋଟି ଲୋକଙ୍କ କାମ କରିବା ଉପରେ ଗୁରୁତ୍ୱ ଦେଇଆସୁଛନ୍ତି। ତେଣୁ ତାଙ୍କୁ ଓଡ଼ିଶାବାସୀଙ୍କ ତରଫରୁ ସମ୍ବର୍ଦ୍ଧିତ କରାଯାଇଛି। ଅନ୍ୟପଟେ ବିରୋଧୀଙ୍କୁ ଆକ୍ଷେପକରି ରଣେନ୍ଦ୍ର କହିଛନ୍ତି, ‘ଚୋରକୁ ସମସ୍ତେ ଚୋରଭଳି ଦେଖାଯାଆନ୍ତି’।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri