ଖତ ଖାଉଛି ପୂର୍ତ୍ତ ବିଭାଗ ଗାଡି: ନୂଆଁ ପ୍ରଭାବରେ ପୁରୁଣା ଅଲୋଡ଼ା

ଭଞ୍ଜନଗର,୨୮।୯(ବାବୁଲା ପ୍ରଧାନ): ସମୟ ବଦଳିବା ସହ ଗାଡ଼ି ମଧ୍ୟ ବଦଳୁଛି। ସରକାରୀ ବାବୁ ମାନେ ଦିନେ ବିନା ଏସି ଗାଡିରେ କର୍ମକ୍ଷେତ୍ରରେ ବ୍ୟବହାର କରୁଥିଲେ। ବର୍ତ୍ତମାନ ଅଧିକାଂଶ ବିଭାଗରେ ଅତ୍ୟାଧୁନିକ ଏସି ଗାଡ଼ି ବ୍ୟବହାର ହେଉଛି। ଏଥିପାଇଁ ରାଜକୋଷରୁ ବିପୁଳ ପରିମାଣର ଅର୍ଥ ବ୍ୟୟ ହେଉଛି। ବିଭିନ୍ନ ସମୟରେ ବର୍ତ୍ତମାନର ଅତ୍ୟାଧୁନିକ ସରକାରୀ ଗାଡି ଗୁଡ଼ିକୁ କିଛି ଅଫିସର ଏବଂ ସେମାନଙ୍କ ତଳିଆ କର୍ମଚାରୀ ମାନେ ଘରୋଇ କାର୍ଯ୍ୟରେ ବ୍ୟବହାର କରୁଛନ୍ତି। କିନ୍ତୁ ଏଥିପ୍ରତି ଲଗାମ ଥିଲା ଭଳି ଅନୁଭବ ହେଉନାହିଁ। ଏହିଭଳି ଭଞ୍ଜନଗର ପାର୍କ ରୋଡ଼ରେ ଥିବା ପୂର୍ତ୍ତ ବିଭାଗ ନିର୍ବାହୀଯନ୍ତ୍ରୀଙ୍କ କାର୍ଯ୍ୟାଳୟର ଏକ ପୁରୁଣା ସରକାରୀ ଗାଡି ପଡ଼ି ରହି ରହି ଖତ ହୋଇଗଲାଣି। କିନ୍ତୁ ତାହାର ନିଲାମ ହେଉନାହିଁ। ଅନ୍ୟପଟେ ବାବୁ ମାନେ ନୂଆଁ ନୂଆଁ ଗାଡିରେ ବୁଲିବା ବେଳେ ପୁରୁଣା ଗାଡ଼ି କଥା ଭୁଲି ଯାଉଛନ୍ତି। ଏହିଭଳି ସହରର ଅନ୍ୟ କେତେକ ବିଭାଗରେ ମଧ୍ୟ ପୁରୁଣା ଗାଡ଼ି ପଡ଼ିପଡ଼ି ଖତ ଖାଉଛି। ତେଣୁ ପୁରୁଣା ଅବ୍ୟବହୃତ ଗାଡ଼ି ଗୁଡ଼ିକୁ ନିଲାମ କରିବା ପାଇଁ ସାଧାରଣରେ ଦାବି ହେଉଛି। ଏନେଇ ପୂର୍ତ୍ତ ବିଭାଗ ନିର୍ବାହୀଯନ୍ତ୍ରୀ ପ୍ରତାପ ନାୟକଙ୍କ ମତାମତ ନେବାପାଇଁ ଉଦ୍ୟମ କରାଯାଇଥିଲା। କିନ୍ତୁ ସେ ଫୋନ ନଉଠାଇବାରୁ ତାଙ୍କର ମତାମତ ନିଆଯାଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri