ଏବେ ବି ଚୁଆପାଣି ଭରସା

ଚିତ୍ରକୋଣ୍ଡା,୧୨।୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଅନ୍ତର୍ଗତ ଅଣ୍ଡିରାପାଲି ପଞ୍ଚାୟତ ଅନ୍ତର୍ଭୁକ୍ତ କୋଡ଼ିଗନ୍ଧି ଗାଁରେ ୧୨୦ଟି ଆସିବାସୀ ବସବାସ କରନ୍ତି। ଏହି ଗାଁର ବାସିନ୍ଦା ପାଣି ପିଇବା ପାଇଁ ନାଳ ପାଣି ଓ ଚୁଆ ପାଣି ଉପରେ ନିର୍ଭର କରିଆସୁଛନ୍ତି। କିଛି ବର୍ଷ ତଳେ ଉକ୍ତ ଗ୍ରାମ ରେ ଗୋଟିଏ କୂଅ ଓ ଗୋଟିଏ ନଳକୂଅ ନିର୍ମାଣ କରାଯାଇଥିଲା। ହେଲେ ଏବେ ନଳକୂଅଟି ଅଚଳ ହୋଇ ଯାଇଥିବା ବେଳେ କୂଅଟି ପୋତି ହୋଇ ଯାଇଛି। ଫଳରେ କୋଡ଼ିଗନ୍ଧି ଗ୍ରାମର ଲୋକେ ଆଗଭଳି ଯେମିତି ନାଳ ପାଣି ଓ ଚୁଆ ପାଣି ଉପରେ ନିର୍ଭର କରି ଚଳୁଥିଲେ ସେଭଳି କରୁଛନ୍ତି। ପ୍ରତିଦିନ ଗାଁ ର ମହିଳା ମାନେ ଗାଁ ଠାରୁ ଅଧା କିଲୋମିଟର ଦୂରରେ ଥିବା ନାଳ ଉପରେ ପଡ଼ିଥିବା କାଠଗଣ୍ଡି ଡେଇଁ ଚୁଆରୁ ପାଣି ଆଣିଥାନ୍ତି। ନାଳର ଅପରିଷ୍କାର ପାଣି ପିଇ ବହୁ ସମୟରେ ଗାଁ ଲୋକେ ତରଳଝାଡା ଓ ପେଟ ରୋଗରେ ଆକ୍ରାନ୍ତ ହେଉଥିବା ଗାଁ ଲୋକେ ଅଭିଯୋଗ କରିଛନ୍ତି। ଅବିଳମ୍ବେ ଜିଲା ପ୍ରଶାସନ ଉଭୟ ଗ୍ରାମର ଜଳ ସମସ୍ୟା କୁ ଅନୁଧ୍ୟାନ କରି ପାନୀୟ ଜଳ ବ୍ୟବସ୍ଥା ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

ବିଜୁଳି ଖୁଣ୍ଟରେ ପିଟିହେଲା ଟ୍ରାକ୍ଟର, ଆଉ ତା’ପରେ…

ବାଲିଶଙ୍କରା,୩ା୪(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ସାକୁଶପାନୀ ଗ୍ରାମରେ ଶୁକ୍ରବାର ବିଜୁଳି ଖୁଣ୍ଟରେ ଏକ ଟ୍ରାକ୍ଟର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri