ବିଧାୟକଙ୍କ ହସ୍ତକ୍ଷେପ ପରେ ବେଲଗୁଣ୍ଠାରେ ଲୋକଙ୍କୁ ମିଳିଲା ବିଶୁଦ୍ଧ ପାଣି

ବେଲଗୁଣ୍ଠା, ୪।୮ (କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍.ଏ.ସି. ଅନ୍ତର୍ଗତ ୧୨ ଏବଂ ୧୩ ନମ୍ବର ୱାର୍ଡ ଭଗବତପାଟଣା ଓ ଧନିଜାପଲ୍ଲୀରେ ବିଗତ କିଛି ଦିନ ହେବ ପାଇପ୍ ଯୋଗେ ଗୋଳିଆ ପାଣି ଆସୁଥିଲା। ଏନେଇ ସ୍ଥାନୀୟ ଲୋକେ ଭିଡିଓ ପ୍ରସ୍ତୁତ କରି ସୋସିଆଲ ମିଡିଆରେ ଭାଇରାଲ କରିଥିଲେ।

ଏହି ଘଟଣା ସାମ୍ନାକୁ ଆସିବା ପରେ ୨ ନମ୍ବର ୱାର୍ଡ କାଉନସିଲର ଦିବ୍ୟରଞ୍ଜନ ଦାଶ ଏହାକୁ ଗୁରୁତର ସହ ଗ୍ରହଣ କରି ତୁରନ୍ତ ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ, ବିଧାୟକ ପ୍ରତିନିଧି ଜିତେନ୍ଦ୍ର କୁମାର ନାୟକ ଏବଂ ଏନ୍.ଏ.ସି. ନିର୍ବାହୀ ଅଧିକାରୀ ବିଭୂତି ଭୂଷଣ ବେହେରାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଖବର ପାଇବା ପରେ ବିଧାୟକ ନୀଳମଣି ବିଷୋୟୀ ଏହାକୁ ଅତି ଗୁରୁତର ସହ ନେଇ ପ୍ରଶାସନକୁ ତୁରନ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ବିଧାୟକଙ୍କ ନିର୍ଦ୍ଦେଶକ୍ରମେ ପ୍ରଶାସନ ପକ୍ଷରୁ ତତ୍କାଳ ଟ୍ୟାଙ୍କର ଯୋଗେ ଶୁଦ୍ଧ ପାନୀୟ ଜଳ ଯୋଗାଣ କରାଯାଇଥିଲା। ଘଟଣା ପ୍ରକାଶ ପାଇବାର ମାତ୍ର ଏକ ଘଣ୍ଟା ମଧ୍ୟରେ ଉଭୟ ୱାର୍ଡରେ ଶୁଦ୍ଧ ପାଣି ପହଞ୍ଚିବା ପରେ ଜନସାଧାରଣ ବେଶ୍ ଆଶ୍ୱସ୍ତି ଅନୁଭବ କରିଥିଲେ। ବିଧାୟକଙ୍କ ଏଭଳି ତତ୍ପରତା ଓ ଦ୍ରୁତ ପଦକ୍ଷେପକୁ ସ୍ଥାନୀୟ ଅଞ୍ଚଳରେ ଭୂୟାଁସୀ ପ୍ରଶଂସା କରାଯାଇଛି। ଏହା ସହିତ ସମସ୍ୟାର ସମାଧାନ ପାଇଁ ସକ୍ରିୟ ଭୂମିକା ଗ୍ରହଣ କରିଥିବା ୨ ନମ୍ବର ୱାର୍ଡ କାଉନସିଲର  ଦାଶଙ୍କ କର୍ମତତ୍ପରତାକୁ ମଧ୍ୟ ବୁଦ୍ଧିଜୀବୀ ମହଲରେ ପ୍ରଶଂସା କରାଯାଇଛି।

ପୂର୍ବରୁ ଗୋଳିଆ ପାଣି ସମସ୍ୟା ନେଇ ଭିଡିଓ ଭାଇରାଲ କରିଥିବା ସ୍ଥାନୀୟ ଲୋକେ, ବର୍ତ୍ତମାନ ତୁରନ୍ତ ଶୁଦ୍ଧ ପାଣି ପାଇବା ପରେ ପୁନର୍ବାର ସୋସିଆଲ ମିଡିଆରେ ଖୁସି ବ୍ୟକ୍ତ କରି ଭିଡିଓ ସେୟାର କରିଛନ୍ତି ଏବଂ ମାନ୍ୟବର ବିଧାୟକ ଓ ପ୍ରଶାସନକୁ କୃତଜ୍ଞତା ଜ୍ଞାପନ କରିଥିବା ଦେଖିବାକୁ ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଡାକ୍ତର ଅଛନ୍ତି ମାତ୍ର ୧୦…ଛତ୍ରପୁର ହସ୍ପିଟାଲରେ ICU ଓ ଟ୍ରମା କେୟାର ପାଇଁ ଉଠିଲା ଦାବି

ଛତ୍ରପୁର,୬ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଉପରେ ଦୈନିକ ଶତାଧିକ ରୋଗୀ ନିର୍ଭର କରନ୍ତି । ପର୍ଯ୍ୟାପ୍ତ ସଂଖ୍ୟକ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ରାସ୍ତା ନିର୍ମାଣ କାର୍ଯ୍ୟରେ ଅନିୟମିତତା ଅଭିଯୋଗ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦାବିପତ୍ର

ଗଞ୍ଜାମ,୬।୯(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡ ୯ ବରପଲ୍ଲୀ ଗ୍ରାମକୁ ଉପଯୁକ୍ତ ରାସ୍ତା ଟିଏ ନଥିଲା । ଦୀର୍ଘ ବର୍ଷ ହେବ ମୋରମ ବିଛା…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri