ଟ୍ୟାପ୍‌ରୁ ମିଳିବ ଶୁଦ୍ଧ ପାଣି

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭୁବନେଶ୍ୱର ଓ ପୁରୀରେ ଟ୍ୟାପ୍‌ରୁ ପାନୀୟ ଜଳ ମିଶନ ‘ସୁଜଳ’ ଲୋକାର୍ପିତ କରିଛନ୍ତି। ଏହି ମିଶନ କାର୍ଯ୍ୟକାରୀ କରିବାରେ ଓଡ଼ିଶା ଦେଶରେ ପ୍ରଥମ ରାଜ୍ୟ। ଏହାଦ୍ୱାରା ଲୋକମାନେ ବିକଶିତ ରାଷ୍ଟ୍ରର ଲୋକଙ୍କ ଭଳି ସିଧା ଟ୍ୟାପ୍‌ରୁ ସ୍ବଚ୍ଛ ପାଣି ପିଇପାରିବେ। ମୁଖ୍ୟନ୍ତ୍ରୀଙ୍କ ୫-ଟି କାର୍ଯ୍ୟକ୍ରମ ଆଧାର ବ୍ୟବସ୍ଥାର ରୂପାନ୍ତର ଲକ୍ଷ୍ୟ ନେଇ ଏହି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ପାନୀୟ ଜଳ ମିଶନ ‘ସୁଜଳ’ ଦ୍ୱାରା ଦୁଇ ସହରରେ ପ୍ରାୟ ୧ ଲକ୍ଷ ୮୦ ହଜାରରୁ ଊର୍ଦ୍ଧ୍ୱ ଲୋକ ଉପକୃତ ହେବେ। ଏହି ମିଶନ ରାଜ୍ୟର ସବୁ ଅଞ୍ଚଳରେ ପର୍ଯ୍ୟାୟ କ୍ରମେ କାର୍ଯ୍ୟକାରୀ କରାଯିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବିକଶିତ ଦେଶଗୁଡ଼ିକରେ ଲୋକମାନେ ସିଧା ଟ୍ୟାପ୍‌ରୁ ପାଣି ପିଅନ୍ତି। ପାଣି ଗରମ କରିବା, ଫିଲ୍‌ଟର କରିବା କିମ୍ବା ଆକ୍ୱାଗାର୍ଡ ଆଦି ମେଶିନ ଦରକାର ହୁଏ ନାହିଁ। କାରଣ ସେମାନେ ଟ୍ୟାପ୍‌ରୁ ଭଲ ପିଇବା ପାଣି ପାଆନ୍ତି। ପୁରୀ ହେଉଛି ଏକ ବଡ଼ ପର୍ଯ୍ୟଟନ କେନ୍ଦ୍ର। ପ୍ରତିଦିନ ଏଠାକୁ ବହୁ ପର୍ଯ୍ୟଟକ ଆସନ୍ତି। ସେମାନେ ପାଣି ପାଇଁ ପ୍ଲାଷ୍ଟିକ ବୋତଲ ବ୍ୟବହାର କରନ୍ତି। ତେଣୁ ଟ୍ୟାପ୍‌ରୁ ପାନୀୟ ଜଳ ସୁବିଧା ଦ୍ୱାରା ପୁରୀରୁ ପ୍ଲାଷ୍ଟିକ ପ୍ରଦୂଷଣ କମିଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା କରିଛନ୍ତି। ଭୁବନେଶ୍ୱର ସହିତ ଗୋପାଳପୁର, ଦିଗପହଣ୍ଡି ଓ କାଶୀନଗରରେ ସବୁ ଘରକୁ ପାଇପ ଜଳ ସୁବିଧା ଦିଆଯାଇ ପାରିଛି। ସମସ୍ତଙ୍କୁ ଭଲ ପାଣି ଯୋଗାଇ ଦେବା ଆମର ପ୍ରାଥମିକତା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ୧୦ ଲକ୍ଷରୁ ଅଧିକ ଲୋକସଂଖ୍ୟା ଥିବା ସହରଗୁଡ଼ିକରେ ଶତପ୍ରତିଶତ ପାଇପ ପାଣି ସବୁ ଘରକୁ ସଂଯୋଗ କ୍ଷେତ୍ରରେ ଭୁବନେଶ୍ୱର ଦେଶର ପ୍ରଥମ ସହର ହୋଇ ପାରିଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତି କରିଛନ୍ତି। ୨୦୨୨ ସୁଦ୍ଧା ରାଜ୍ୟର ସବୁ ସହରାଞ୍ଚଳର ସବୁ ଘରକୁ ପାଇପ ଜଳ ସଂଯୋଗ ଯୋଗାଇ ଦିଆଯିବ। ଏହି ଅବସରରେ ରାଜ୍ୟର ଆଉ ୧୫ଟି ସହର ପାଇଁ ଟ୍ୟାପ୍‌ରୁ ପାନୀୟ ଜଳ ମିଶନ ଘୋଷଣା କରାଯାଇଛି। ଏହାଦ୍ୱାରା ୧୫ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ଉପକୃତ ହେବେ। ମିଶନ ଶକ୍ତିର ମା’ମାନେ ଜଳ ସାଥୀ ଭାବେ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇ ଯେଭିଳି ଦକ୍ଷତାର ସହ ଦାୟିତ୍ୱ ତୁଲାଉଛନ୍ତି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ଭୁବନେଶ୍ୱରର ସାଲିଆସାହି ଓ ପୁରୀ ମଶାଣିଚଣ୍ଡୀ ବସ୍ତିରେ ଏହି କାର୍ଯ୍ୟକ୍ରମର ଲୋକାର୍ପିତ ହୋଇଛି। ସାଲିଆସାହିରେ ମନ୍ତ୍ରୀ ଅଶୋକ ପଣ୍ଡା ଓ ବିଧାୟକ ସୁଶାନ୍ତ ରାଉତ ଏବଂ ପୁରୀରେ ମନ୍ତ୍ରୀ ତୁଷାରକାନ୍ତି ବେହେରା ଓ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ଲୋକାର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଭଦ୍ରକରୁ ଯୋଗ ଦେଇ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି, ଦୃଢ଼ ନେତୃତ୍ୱ ଓ ପ୍ରେରଣା ଯୋଗୁ ଓଡ଼ିଶା ଟ୍ୟାପ୍‌ରୁ ପାନୀୟ ଜଳ ମିଶନରେ ଦେଶରେ ପ୍ରଥମ ରାଜ୍ୟ ହୋଇପାରିଛି ବୋଲି କହିଥିଲେ। ଦିଲ୍ଲୀରୁ କେନ୍ଦ୍ର ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ସଚିବ ଦୁର୍ଗା ଶଙ୍କର ମିଶ୍ର ଏହି କାର୍ଯ୍ୟକ୍ରମ ପାଇଁ ଓଡ଼ିଶା ସରକାରଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସଚିବ ଭି.କେ. ପାଣ୍ଡିଆନ କହିଥିଲେ ଯେ, କାର୍ଯ୍ୟକ୍ରମ ରୂପାୟନ ବୈଠକରେ ଅଧ୍ୟକ୍ଷତା କରିବା ସମୟରେ ମୁଖ୍ୟମନ୍ତ୍ରୀ ଟ୍ୟାପ୍‌ରୁ ପାନୀୟ ଜଳ କାର୍ଯ୍ୟକ୍ରମ ସାଲିଆସାହିରୁ ଆରମ୍ଭ କରିବାକୁ ଇଚ୍ଛା ପ୍ରକାଶ କରିଥିଲେ। ଏହାଦ୍ୱାରା ସାଲିଆସାହିର ଗରିବ ଲୋକେ ଆଧୁନିକ ବୈଷୟିକ ଜ୍ଞାନର ସୁଫଳ ପାଇ ପାରିବେ ବୋଲି କହିଥିଲେ। ଆମେରିକାର ଓ୍ବାଟର ଏଡ୍‌ ମୁଖ୍ୟ କାର୍ଯ୍ୟନିର୍ବାହୀ ଟିମ୍‌ ଓ୍ବେନରାଇଟ କହିଥିଲେ, ଏହି କାର୍ଯ୍ୟକ୍ରମରେ ଜଳସାଥୀଙ୍କ ନିୟୋଜନ ଏକ ଅଭିନବ ପ୍ରୟାସ। ଏଥିରୁ ବିଶ୍ୱ ସମୁଦାୟକୁ ଶିଖିବାର ଅଛି ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି। ଏହି ଅବସରରେ ଜଳସାଥୀମାନଙ୍କୁ ଜଳର ମାନ ପରୀକ୍ଷା ଯନ୍ତ୍ର ପ୍ରଦାନ କରାଯିବା ସହ ପାଇପ ମିସ୍ତ୍ରିମାନଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri