ଟ୍ୟାପ୍‌ରୁ ମିଳିବ ଶୁଦ୍ଧ ପାଣି

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭୁବନେଶ୍ୱର ଓ ପୁରୀରେ ଟ୍ୟାପ୍‌ରୁ ପାନୀୟ ଜଳ ମିଶନ ‘ସୁଜଳ’ ଲୋକାର୍ପିତ କରିଛନ୍ତି। ଏହି ମିଶନ କାର୍ଯ୍ୟକାରୀ କରିବାରେ ଓଡ଼ିଶା ଦେଶରେ ପ୍ରଥମ ରାଜ୍ୟ। ଏହାଦ୍ୱାରା ଲୋକମାନେ ବିକଶିତ ରାଷ୍ଟ୍ରର ଲୋକଙ୍କ ଭଳି ସିଧା ଟ୍ୟାପ୍‌ରୁ ସ୍ବଚ୍ଛ ପାଣି ପିଇପାରିବେ। ମୁଖ୍ୟନ୍ତ୍ରୀଙ୍କ ୫-ଟି କାର୍ଯ୍ୟକ୍ରମ ଆଧାର ବ୍ୟବସ୍ଥାର ରୂପାନ୍ତର ଲକ୍ଷ୍ୟ ନେଇ ଏହି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ପାନୀୟ ଜଳ ମିଶନ ‘ସୁଜଳ’ ଦ୍ୱାରା ଦୁଇ ସହରରେ ପ୍ରାୟ ୧ ଲକ୍ଷ ୮୦ ହଜାରରୁ ଊର୍ଦ୍ଧ୍ୱ ଲୋକ ଉପକୃତ ହେବେ। ଏହି ମିଶନ ରାଜ୍ୟର ସବୁ ଅଞ୍ଚଳରେ ପର୍ଯ୍ୟାୟ କ୍ରମେ କାର୍ଯ୍ୟକାରୀ କରାଯିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବିକଶିତ ଦେଶଗୁଡ଼ିକରେ ଲୋକମାନେ ସିଧା ଟ୍ୟାପ୍‌ରୁ ପାଣି ପିଅନ୍ତି। ପାଣି ଗରମ କରିବା, ଫିଲ୍‌ଟର କରିବା କିମ୍ବା ଆକ୍ୱାଗାର୍ଡ ଆଦି ମେଶିନ ଦରକାର ହୁଏ ନାହିଁ। କାରଣ ସେମାନେ ଟ୍ୟାପ୍‌ରୁ ଭଲ ପିଇବା ପାଣି ପାଆନ୍ତି। ପୁରୀ ହେଉଛି ଏକ ବଡ଼ ପର୍ଯ୍ୟଟନ କେନ୍ଦ୍ର। ପ୍ରତିଦିନ ଏଠାକୁ ବହୁ ପର୍ଯ୍ୟଟକ ଆସନ୍ତି। ସେମାନେ ପାଣି ପାଇଁ ପ୍ଲାଷ୍ଟିକ ବୋତଲ ବ୍ୟବହାର କରନ୍ତି। ତେଣୁ ଟ୍ୟାପ୍‌ରୁ ପାନୀୟ ଜଳ ସୁବିଧା ଦ୍ୱାରା ପୁରୀରୁ ପ୍ଲାଷ୍ଟିକ ପ୍ରଦୂଷଣ କମିଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା କରିଛନ୍ତି। ଭୁବନେଶ୍ୱର ସହିତ ଗୋପାଳପୁର, ଦିଗପହଣ୍ଡି ଓ କାଶୀନଗରରେ ସବୁ ଘରକୁ ପାଇପ ଜଳ ସୁବିଧା ଦିଆଯାଇ ପାରିଛି। ସମସ୍ତଙ୍କୁ ଭଲ ପାଣି ଯୋଗାଇ ଦେବା ଆମର ପ୍ରାଥମିକତା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ୧୦ ଲକ୍ଷରୁ ଅଧିକ ଲୋକସଂଖ୍ୟା ଥିବା ସହରଗୁଡ଼ିକରେ ଶତପ୍ରତିଶତ ପାଇପ ପାଣି ସବୁ ଘରକୁ ସଂଯୋଗ କ୍ଷେତ୍ରରେ ଭୁବନେଶ୍ୱର ଦେଶର ପ୍ରଥମ ସହର ହୋଇ ପାରିଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତି କରିଛନ୍ତି। ୨୦୨୨ ସୁଦ୍ଧା ରାଜ୍ୟର ସବୁ ସହରାଞ୍ଚଳର ସବୁ ଘରକୁ ପାଇପ ଜଳ ସଂଯୋଗ ଯୋଗାଇ ଦିଆଯିବ। ଏହି ଅବସରରେ ରାଜ୍ୟର ଆଉ ୧୫ଟି ସହର ପାଇଁ ଟ୍ୟାପ୍‌ରୁ ପାନୀୟ ଜଳ ମିଶନ ଘୋଷଣା କରାଯାଇଛି। ଏହାଦ୍ୱାରା ୧୫ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ଉପକୃତ ହେବେ। ମିଶନ ଶକ୍ତିର ମା’ମାନେ ଜଳ ସାଥୀ ଭାବେ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇ ଯେଭିଳି ଦକ୍ଷତାର ସହ ଦାୟିତ୍ୱ ତୁଲାଉଛନ୍ତି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ଭୁବନେଶ୍ୱରର ସାଲିଆସାହି ଓ ପୁରୀ ମଶାଣିଚଣ୍ଡୀ ବସ୍ତିରେ ଏହି କାର୍ଯ୍ୟକ୍ରମର ଲୋକାର୍ପିତ ହୋଇଛି। ସାଲିଆସାହିରେ ମନ୍ତ୍ରୀ ଅଶୋକ ପଣ୍ଡା ଓ ବିଧାୟକ ସୁଶାନ୍ତ ରାଉତ ଏବଂ ପୁରୀରେ ମନ୍ତ୍ରୀ ତୁଷାରକାନ୍ତି ବେହେରା ଓ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ଲୋକାର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଭଦ୍ରକରୁ ଯୋଗ ଦେଇ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି, ଦୃଢ଼ ନେତୃତ୍ୱ ଓ ପ୍ରେରଣା ଯୋଗୁ ଓଡ଼ିଶା ଟ୍ୟାପ୍‌ରୁ ପାନୀୟ ଜଳ ମିଶନରେ ଦେଶରେ ପ୍ରଥମ ରାଜ୍ୟ ହୋଇପାରିଛି ବୋଲି କହିଥିଲେ। ଦିଲ୍ଲୀରୁ କେନ୍ଦ୍ର ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ସଚିବ ଦୁର୍ଗା ଶଙ୍କର ମିଶ୍ର ଏହି କାର୍ଯ୍ୟକ୍ରମ ପାଇଁ ଓଡ଼ିଶା ସରକାରଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସଚିବ ଭି.କେ. ପାଣ୍ଡିଆନ କହିଥିଲେ ଯେ, କାର୍ଯ୍ୟକ୍ରମ ରୂପାୟନ ବୈଠକରେ ଅଧ୍ୟକ୍ଷତା କରିବା ସମୟରେ ମୁଖ୍ୟମନ୍ତ୍ରୀ ଟ୍ୟାପ୍‌ରୁ ପାନୀୟ ଜଳ କାର୍ଯ୍ୟକ୍ରମ ସାଲିଆସାହିରୁ ଆରମ୍ଭ କରିବାକୁ ଇଚ୍ଛା ପ୍ରକାଶ କରିଥିଲେ। ଏହାଦ୍ୱାରା ସାଲିଆସାହିର ଗରିବ ଲୋକେ ଆଧୁନିକ ବୈଷୟିକ ଜ୍ଞାନର ସୁଫଳ ପାଇ ପାରିବେ ବୋଲି କହିଥିଲେ। ଆମେରିକାର ଓ୍ବାଟର ଏଡ୍‌ ମୁଖ୍ୟ କାର୍ଯ୍ୟନିର୍ବାହୀ ଟିମ୍‌ ଓ୍ବେନରାଇଟ କହିଥିଲେ, ଏହି କାର୍ଯ୍ୟକ୍ରମରେ ଜଳସାଥୀଙ୍କ ନିୟୋଜନ ଏକ ଅଭିନବ ପ୍ରୟାସ। ଏଥିରୁ ବିଶ୍ୱ ସମୁଦାୟକୁ ଶିଖିବାର ଅଛି ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି। ଏହି ଅବସରରେ ଜଳସାଥୀମାନଙ୍କୁ ଜଳର ମାନ ପରୀକ୍ଷା ଯନ୍ତ୍ର ପ୍ରଦାନ କରାଯିବା ସହ ପାଇପ ମିସ୍ତ୍ରିମାନଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନକାରୀ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ପୋଲିସ ଅଫିସରଙ୍କ ବଦଳି

ନୂଆଦିଲ୍ଲୀ,୨୭ା୭:ଗତ ୨୦ ତାରିଖରେ ସିଜେପିର ‘ଚଲୋ ସଂସଦ’ ଅଭିଯାନ ବେଳେ ଆନ୍ଦୋଳନରତ ଜଣେ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ଦିଲ୍ଲୀର ଜଣେ ବରିଷ୍ଠ ପୋଲିସ ଅଫିସରଙ୍କୁ ଯନ୍ତରମନ୍ତର ବିକ୍ଷୋଭ…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ନଇଁଲେ ସମ୍ରାଟ ସରକାର: ଛାତ୍ରଙ୍କ ବିରୋଧରେ ହୋଇଥିବା ମାମଲା ପ୍ରତ୍ୟାହାର

ପାଟନା,୨୭।୭: NEET ପେପର୍‌ ଲିକ ନେଇ ହୋଇଥିବା ପ୍ରତିବାଦ ପରେ ବିହାର ସରକାର ସମସ୍ତ ସମ୍ପର୍କିତ ମାମଲା ପ୍ରତ୍ୟାହାର କରିବାକୁ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ସୋମବାର…

CJP ଅଲ୍ଟିମେଟମ୍‌ରେ ସରକାର ଛାନିଆ: ନେଲେ ବଡ଼ ଆକ୍ସନ

ନୂଆଦିଲ୍ଲୀ,୨୭।୭: ନିଟ୍‌ ପ୍ରତିବାଦକାରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଦାଖଲ କରାଯାଇଥିବା ଅଭିଯୋଗର ସରକାର ବିଚାର କରିଛନ୍ତି। ସରକାର ସେହି…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri