ପୁରୀ, ଯାଜପୁରରେ ହେବ ମେଡିକାଲ କଲେଜ

ଭୁବନେଶ୍ୱର,୧୪।୧୨(ବ୍ୟୁରୋ)- ରାଜ୍ୟରେ ଡାକ୍ତର ଅଭାବ ପୂରଣ କରିବା, ମେଡିକାଲ ଶିକ୍ଷାର ପ୍ରସାର ଏବଂ ଉନ୍ନତ ମାନର ସ୍ବାସ୍ଥ୍ୟସେବା ଯୋଗାଇ ଦେବା ନିମନ୍ତେ ଟର୍ନ କି ମାଧ୍ୟମରେ ଯାଜପୁର ଓ ପୁରୀଠାରେ ଦୁଇଟି ମେଡିକାଲ କଲେଜ ଓ ହସ୍ପିଟାଲ ନିର୍ମାଣ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ୬୫୧.୦୭ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ଯାଜପୁରରେ ନୂତନ ମେଡିକାଲ କଲେଜ ଓ ହସ୍ପିଟାଲ ନିର୍ମାଣ ହେବାକୁ ଥିବା ବେଳେ ପୁରୀ ଜିଲା ସରକାରୀ ହସ୍ପିଟାଲକୁ ମେଡିକାଲ କଲେଜରେ ପରିଣତ କରାଯିବ। ଉଭୟ ହସ୍ପିଟାଲର ନିର୍ମାଣ କାର୍ଯ୍ୟ ୩ ବର୍ଷ ମଧ୍ୟରେ ଶେଷ ହେବ। ଉଭୟ ହସ୍ପିଟାଲର ଟେଣ୍ଡରକୁ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଅନୁମୋଦନ କରାଯାଇଛି।
ଯାଜପୁରଠାରେ ୧୦୦ ସିଟ୍‌ ବିଶିଷ୍ଟ ଏକ ମେଡିକାଲ କଲେଜ ଏବଂ ୫୦୦ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା ନିର୍ମାଣ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ହସ୍ପିଟାଲର ନିର୍ମାଣ ପାଇଁ ୪୨୬ କୋଟି ୫୧ ଲକ୍ଷ ୩୧ ହଜାର ଟଙ୍କା ଆକଳନ କରାଯାଇଛି। ସେହିପରି ପୁରୀଠାରେ ଥିବା ସରକାରୀ ମେଡିକାଲ ହସ୍ପିଟାଲକୁ ୬୫୦ ଶଯ୍ୟା ବିଶିଷ୍ଟ ମେଡିକାଲ କଲେଜରେ ପରିଣତ ନିମନ୍ତେ ସରକାର ନୀତିଗତ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ୨୨୪ କୋଟି ୫୫ ଲକ୍ଷ ୬୯ ହଜାର ଟଙ୍କା ବ୍ୟୟ ବରାଦ କରାଯାଇଛି। ଏଥିପାଇଁ ଡକାଯାଇଥିବା ଟେଣ୍ଡରକୁ କ୍ୟାବିନେଟ୍‌ ଅନୁମୋଦନ କରିଛି। ଏହି ହସ୍ପିଟାଲ ନିର୍ମାଣ କାର୍ଯ୍ୟ ୩୬ ମାସରେ ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri