ବାହୁଡ଼ିଲେ ମହାପ୍ରଭୁ

ପୁରୀ,୧୬ା୭(ଅଜିତ୍‌ କୁମାର ମହାନ୍ତି): ଜନ୍ମବେଦିରେ ନବଦିନାତ୍ମକ ଲୀଳାଖେଳା ସାରି ପବିତ୍ର ଆଷାଢ ଶୁକ୍ଳପକ୍ଷ ଦଶମୀ ତିଥି ଅବସରରେ ବିଶ୍ୱନିୟନ୍ତା ମହାପ୍ରଭୁ ଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ମା’ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିଛନ୍ତି। ଲକ୍ଷ ଲକ୍ଷ ଭକ୍ତଙ୍କ ଗହଣରେ ଗଡ଼ିଛି ଦାରୁବିଗ୍ରହଙ୍କ ତିନି ରଥ। ସିଂହଦ୍ୱାରରେ ପହଞ୍ଚତ୍ଛି ୩ ରଥ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିର୍ଦ୍ଧାରିତ କରାଯାଇଥିବା ନୀତିକାନ୍ତିର ଯଥେଷ୍ଟ ପୂର୍ବରୁ ରଥଟଣା ଆରମ୍ଭ ହୋଇଥିଲା। ଘଣ୍ଟ ଘଣ୍ଟା, ନୃତ୍ୟ ସଙ୍ଗୀତ ମଧ୍ୟରେ ଭକ୍ତଙ୍କ ହରିବୋଲ, ହୁଳହୁଳି ଧ୍ୱନିରେ ପ୍ରକମ୍ପିତ ହୋଇଥିଲା ଶରଧାବାଲି। ଭକ୍ତମାନେ ଜୟ ଜଗନ୍ନାଥ ଧ୍ୱନୀ ଦେଇ ଭକ୍ତିର ସହ ରଥକୁ ଭିଡ଼ି ନେଇଥିଲେ।

ପାଗ ଅନୁକୂଳ ଥିବା ହେତୁ ୧୦ଲକ୍ଷ ଲୋକଙ୍କ ସମାଗମ ଶ୍ରୀକ୍ଷେତ୍ରରେ ହୋଇଥିଲା। ମହାପ୍ରଭୁଙ୍କ ବାହୁଡା ଯାତ୍ରା ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରରେ ବିଶେଷ ନୀତି ଅନୁଷ୍ଠିତ ହୋଇଥିଲା। ରବିବାର ରାତି ୯ଟା ୨୫ରେ ପହୁଡ଼ ଆଳତି ଅନୁଷ୍ଠିତ ହୋଇଥିଲା। ସୋମବାର ସକାଳ ୭ଟା ୫୫ରେ ମଙ୍ଗଳ ଆଳତି, ୮ଟାରେ ମଇଲମ, ତଡ଼ପ ଲାଗି ୮ଟା ୫, ଅବକାଶ ପୂଜା ୮ଟା ୩୦, ସୂର୍ଯ୍ୟପୂଜା ୮ଟା ୫୦, ଦ୍ୱାରପାଳ ପୂଜା ୯ଟା ୫, ଗୋପାଳ ବଲ୍ଲଭ ଓ ସକାଳ ଧୂପ ୯ଟା ୫୫, ମଙ୍ଗଳାର୍ପଣ ୧୦ଟା ୩୫, ମଙ୍ଗଳାର୍ପଣ ପରେ ପୁଷ୍ପଞ୍ଜଳି ଓ ଡୋର ଲାଗି ହୋଇ ପୂର୍ବାହ୍ନ ୧୦ଟା ୪୫ରେ ବାହୁଡ଼ା ପହଣ୍ଡି ଆରମ୍ଭ ହୋଇଥିଲା। ପର୍ଯ୍ୟାୟ କ୍ରମେ ଶ୍ରୀବିଗ୍ରହମାନଙ୍କ ଧାଡ଼ି ପହଣ୍ଡି ଆରମ୍ଭ ହୋଇଥିଲା। ପ୍ରଥମେ ୧୦ଟା ୪୫ ରେ ଚକ୍ରରାଜ ସୁଦର୍ଶନ, ପରେ ବଡ଼ଠାକୁର ବଳଭଦ୍ରଙ୍କ ୧୦ଟା ୫୨, ମା’ ସୁଭଦ୍ରାଙ୍କ ୧୧ଟା ୧୫ରେ ପହଣ୍ଡି ହୋଇଥିବାବେଳେ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ୧୧ଟା ୩୫ରେ ଆରମ୍ଭ ହୋଇଥିଲା। ୧୨ଟା ୫୫ରେ ଶ୍ରୀବିଗ୍ରହମାନଙ୍କ ପହଣ୍ଡି ଶେଷ ହୋଇଥିଲା।

ପରେ ଚଳନ୍ତି ପ୍ରତିମା ରାମକୃଷ୍ଣ ଏବଂ ଶ୍ରୀମଦନମୋହନ ପହଣ୍ଡି ହୋଇ ୧ଟା ୫୦ ରେ ରଥାରୂଢ଼ ହୋଇଥିଲେ। ଏହାପରେ ଗଜପତି ମହାରାଜା ଛେରାପହଁରା ପାଇଁ ତିନିରଥକୁ ତାମଜାନରେ ବିଜେ କରିଥିଲେ। ପରମ୍ପରା ଅନୁଯାୟୀ, ଗଜପତି ମହାରାଜା ପ୍ରଥମେ ବଳଭଦ୍ରଙ୍କ ତାଳଧ୍ୱଜ ରଥରେ ଛେରାପହଁରା କରିଥିଲେ। ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥରେ ରୀତିନୀତି ସହ ଛେରାପହଁରା କରିଥିଲେ। ଶେଷରେ ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥରେ ରୀତିନୀତି ଓ ଛେରାପହଁରା କରିଥିଲେ। ୩ଟା ୧୦ରେ ତିନି ରଥର ଛେରାପହଁରା ସରିବା ପରେ ଚାରମାଳ ଫିଟା ଓ ଘୋଡ଼ା ଲାଗିଥିଲା। ଏହାପରେ ଅପରାହ୍ନ ୩ଟା ୨୫ରେ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଟଣା ଆରମ୍ଭ ହୋଇଥିଲା। ଭକ୍ତମାନେ ଭକ୍ତି ଓ ଉତ୍ସାହର ସହିତ ବଡ ଠାକୁରଙ୍କ ରଥକୁ ଟାଣିଥିଲେ। ପରେ ମା’ ସୁଭଦ୍ରାଙ୍କ ରଥ ଅପରାହ୍ନ ୪ଟାରେ ଟଣା ହୋଇଥିଲା। ଶେଷରେ ମହାପ୍ରଭୁଙ୍କ ରଥ ୪ ଟା ୧୫ରେ ଟଣା ଆରମ୍ଭ ହୋଇଥିଲା। ଜୟ ଜଗନ୍ନାଥ ଧ୍ୱନିରେ ଭକ୍ତମାନେ ରଥକୁ ଶ୍ରୀମନ୍ଦିର ଅଭିମୁଖେ ଟାଣି ନେଇଥିଲେ। ତେବେ ରଥତ୍ରୟ ମାଉସୀ ମା’ ମନ୍ଦିର ନିକଟରେ ପହଞ୍ଚତ୍ବା ପରେ ଠାକୁରମାନଙ୍କୁ ପୋଡ଼ପିଠା ଭୋଗ କରାଯାଇଥିଲା। ପୋଡ଼ପିଠା ଭୋଗ ଖାଇ ଠାକୁରମାନେ ଶ୍ରୀମନ୍ଦିର ଆଡ଼କୁ ପୁଣିଥରେ ଯାତ୍ରା ଆରମ୍ଭ କରିଥିଲେ। ପ୍ରଥମେ ସନ୍ଧ୍ୟା ୭ଟା ୧୨ ମିନିଟ୍‌ରେ ବଡ଼ ଠାକୁରଙ୍କ ତାଳଧ୍ୱଜ ରଥ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଲାଗିଥିଲା। ପରେ ୭ଟା ୪୧ରେ ମା’ ସୁଭଦ୍ରାଙ୍କ ଦେବଦଳନ ରଥ ପହଞ୍ଚତ୍ଥିଲା। ତେବେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ରାଜନଅର ନିକଟରେ କିଛି ସମୟ ପାଇଁ ଅଟକି ରହିଥିଲା।

ଚାହାଣିମଣ୍ଡପକୁ ଆସି ମା’ ଲକ୍ଷ୍ମୀ ରଥ ଉପରେ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ପରେ ପାଲିଙ୍କିରେ ଘଣ୍ଟ, ଛତା, କାହାଳୀ ସହ ଶ୍ରୀନଅରଠାରେ ଅଟକିଥିବା ନନ୍ଦିଘୋଷ ନିକଟକୁ ଆସିଥିଲେ। ସେଠାରେ ଗଜପତି ମହାରାଜା ଲକ୍ଷ୍ମୀ ନାରାୟଣ ଭେଟ ନୀତି ସମ୍ପନ୍ନ କରିଥିଲେ। ନୀତି ସମ୍ପନ୍ନ କରି ମା’ ମହାଲକ୍ଷ୍ମୀ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିବା ପରେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ଶ୍ରୀମନ୍ଦିର ଅଭିମୁଖେ ପୁଣି ଗଡିଥିଲା। ବଡ଼ଠାକୁର ଏବଂ ମା’ ସୁଭଦ୍ରାଙ୍କ ରଥ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଲାଗିବା ପରେ ଶେଷରେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପହଞ୍ଚତ୍ଥିଲା। ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ୧୮୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିଥିଲେ। ଗରମ ଓ ଖରାକୁ ଦେଖି ପ୍ରଶାସନ ପକ୍ଷରୁ ପାଣି ସିଞ୍ଚନ କରାଯାଇଥିଲା। ତେବେ ଖୁବ୍‌ ଶୃଙ୍ଖଳିତ ଭାବେ ଚଳିତ ବର୍ଷର ବାହୁଡ଼ାଯାତ୍ରା ସମ୍ପନ୍ନ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri