ଆଖି ବୁଜିଲେ ବଳଙ୍ଗା ପୀଡିତା, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା!

ଭୁବନେଶ୍ୱର,୨।୮: ଜୀବନ ଯୁଦ୍ଧରେ ହାରିଗଲେ ବଳଙ୍ଗା ପୀଡିତା। ଏତେଦିନର ସଂଘର୍ଷ ପରେ ଜୀବନ ହାରିଛନ୍ତି ପୀଡିତା। ଆଖିବୁଜିଲେ ବଳଙ୍ଗା ପୀଡ଼ିତା । ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ସୂଚନା । ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରୁ ଦିଲ୍ଲୀ ଏମ୍ସକୁ ହୋଇଥିଲେ ଏୟାରଲିଫ୍ଟ ।

ବଳଙ୍ଗା ପୀଡିତାଙ୍କ ମୃତ୍ୟୁ ପରେ X ଯୋଗେ ସୂଚନା ଦେବା ସହିତ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । X ହ୍ୟାଣ୍ଡେଲରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ‘ବଳଙ୍ଗା ଘଟଣାରେ ପୀଡ଼ିତା ଝିଅଟିର ମୃତ୍ୟୁ ଖବର ଶୁଣି ମୁଁ ଗଭୀର ଭାବେ ମର୍ମାହତ। ସରକାରଙ୍କ ସମସ୍ତ ପ୍ରୟାସ ଏବଂ ଏମ୍ସ ଦିଲ୍ଲୀରେ ବିଶେଷଜ୍ଞ ଡାକ୍ତରୀ ଦଳଙ୍କ ଅହୋରାତ୍ର ଚେଷ୍ଟା ସତ୍ତ୍ୱେ ତାଙ୍କ ଜୀବନ ରକ୍ଷା କରାଯାଇ ପାରିଲା ନାହିଁ। ମୁଁ ଝିଅଟିର ଅମର ଆତ୍ମାର ସଦଗତି କାମନା କରୁଛି ଏବଂ ଏହି ଅପୂରଣୀୟ କ୍ଷତିକୁ ସହିବା ପାଇଁ ତାଙ୍କ ପରିବାରକୁ ଶକ୍ତି ମିଳୁ ବୋଲି ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁଛି।’

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମଧ୍ୟ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ସେ ଲେଖିଛନ୍ତି, ‘ଏକ ଅଭାବନୀୟ ତଥା ଦୁର୍ଭାଗ୍ୟଜନକ ଅଘଟଣ ପରେ ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଥିବା ବଳଙ୍ଗା ପୀଡ଼ିତାଙ୍କର ପରଲୋକ ଘଟିଛି। ଅମର ଆତ୍ମାର ସଦଗତି କାମନା କରିବା ସହ ଏ ଦୁଖଃଦ ପରିସ୍ଥିତିରେ ତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି। ଡାକ୍ତରୀ ଦଳ ଏବଂ ସରକାରଙ୍କ ସମସ୍ତ ପ୍ରକାର ଚେଷ୍ଟା ସତ୍ତ୍ଵେ ବଞ୍ଚାଇ ପାରିନଥିବାରୁ ଆମେ ଅତ୍ୟନ୍ତ ଦୁଃଖିତ।’


Enter your email to get our daily news in your inbox.

All Right Reserved By Dharitri.Com

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ମାଳତୀଙ୍କୁ ଆଜି ବି ମନେପକାନ୍ତି ସିମନବାଡି ପଞ୍ଚାୟତବାସୀ: ଲୋକଙ୍କ ପାଇଁ କାମ କରି ଚର୍ଚ୍ଚାରେ…

ଦାରିଙ୍ଗବାଡି,୨୦।୧(ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ମାଳତୀ ସାହୁଙ୍କୁ ଆଜିବି ମନେପକାନ୍ତି ପଞ୍ଚାୟତବାସୀ। ମଙ୍ଗଳବାର ପଞ୍ଚାୟତରେ  ତାଙ୍କର...

ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା

ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri