ପୁରୀ ବେଳାଭୂମି ପ୍ରଦୂଷଣ ରୋକ

ପୁରୀ ଅଫିସ,୨୭ା୧୦: ପୁରୀ ବେଳାଭୂମି ପ୍ରଦୂଷଣକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଜିଲାପାଳଙ୍କୁ ରାଜ୍ୟ ଉପକୂଳ ପରିଚାଳନା ପ୍ରାଧିକରଣ ନିର୍ଦ୍ଦେଶ ଦେଇଛି। ଓଡ଼ିଶା ବେଳାଭୂମି ସୁରକ୍ଷା ପରିଷଦ ଅଭିଯୋଗର ତଦନ୍ତ କରି ପରିବେଶ ସୁରକ୍ଷା ଆଇନ ଅନୁଯାୟୀ ଯଥାଶୀଘ୍ର କାର୍ଯ୍ୟାନୁଷ୍ଠାନ ନେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ପ୍ରାଧିକରଣ ସଦସ୍ୟ ସଚିବ କେ. ମୁରୁଗେସନ ଏ ନେଇ ପୁରୀ ଜିଲାପାଳଙ୍କୁ ଚିଠି ଲେଖି କାର୍ଯ୍ୟାନୁଷ୍ଠାନ ରିପୋର୍ଟ ମାଗିଛନ୍ତି। ଆଇନ ଉଲ୍ଲଂଘନକାରୀଙ୍କ ବିରୋଧରେ ପରିବେଶ ସୁରକ୍ଷା ଆଇନର ଧାରା ୧୯ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିମନ୍ତେ ପ୍ରାଧିକରଣ ନିର୍ଦ୍ଦେଶ ଦେଇଛି। ପୁରୀ ସହରର ଅଣବିଶୋଧିତ ନର୍ଦ୍ଦମା ପାଣି ଚକ୍ରତୀର୍ଥ ବେଳାଭୂମିରେ ଜମା ହୋଇଥିବା ପରିଷଦ ଅଭିଯୋଗ କରିଥିଲା।

ଗତ ୧୩ ତାରିଖରେ ବେଳାଭୂମି ସୁରକ୍ଷା ପରିଷଦ ସଭାପତି ଜଗନ୍ନାଥ ବସ୍ତିଆ ଏ ନେଇ ପ୍ରାଧିକରଣଙ୍କ ନିକଟରେ ଅଭିଯୋଗ କରିଥିଲେ। ସେ ତାଙ୍କ ଅଭିଯୋଗରେ ଦର୍ଶାଇଥିଲେ ଯେ, ବାଙ୍କୀମୁହାଣ ପଛପାର୍ଶ୍ୱ ବେଳାଭୂମିରେ ନର୍ଦ୍ଦମା ପାଣିର ଏକ ବିରାଟ କୃତ୍ରିମ ହ୍ରଦ ସୃଷ୍ଟି ହେବା ସହ ବେଳାଭୂମି ଓ ସମୁଦ୍ର ପାଣି ପ୍ରଦୂଷିତ ହେଉଛି। ଏଥିସହ ପୁରୀ ବେଳାଭୂମିର ପ୍ରାକୃତିକ ସୌନ୍ଦର୍ଯ୍ୟ ଓ ପରିବେଶ ନଷ୍ଟ ହେଉଛି। ନର୍ଦ୍ଦମା ପାଣି ସମୁଦ୍ରରେ ମିଶୁଛି। ପୁରୀ ବୁଲିବାକୁ ଆସୁଥିବା ପର୍ଯ୍ୟଟକମାନେ ତିକ୍ତ ଅନୁଭୂତି ନେଇ ଫେରୁଛନ୍ତି। ବାଙ୍କୀ ମୁହାଣ ମଇଳା ପାଣି ବିଶୋଧନ ପ୍ରକଳ୍ପ ଅଚଳ ହୋଇପଡ଼ିଛି। ପ୍ରଦୂଷଣ ସମସ୍ୟାର ସ୍ଥାୟୀ ପ୍ରତିକାର ସମେତ ପ୍ରଦୂଷଣକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି ସେ ନିବେଦନ କରିଥିଲେ। ଏହି ଅଭିଯୋଗକୁ ପ୍ରାଧିକରଣ ଗୁରୁତ୍ୱର ସହ ନେଇଛି। ରିପୋର୍ଟରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାରେ ରାଜ୍ୟ ସରକାରଙ୍କ ପ୍ରୟାସରେ ଜିଲା କୋଷ୍ଟାଲ ଜୋନ ମନିଟରିଂ କମିଟି ରହିଛି। ଜିଲାପାଳ ଏହାର ଅଧ୍ୟକ୍ଷ ରହିଛନ୍ତି।ଏଣୁ ଏହି ପରିସୀମା ମଧ୍ୟରେ ବେଆଇନ କାର୍ଯ୍ୟକଳାପ ବିରୋଧରେ ଜିଲାପାଳ କାର୍ଯ୍ୟାନୁଷ୍ଠାନ ନେଇ ପାରିବେ। ଏହି କ୍ଷମତା ସରକାରଙ୍କ ଦ୍ୱାରା ପ୍ରଦତ୍ତ। ଏଣୁ ଜିଲାପାଳ ଏହି କ୍ଷମତାର ବ୍ୟବହାର କରି ପ୍ରଦୂଷଣ ରୋକିବା ଦିଗରେ ପଦକ୍ଷେପ ନିଅନ୍ତୁ। ଏହାବ୍ୟତୀତ କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ଏ ବିଷୟରେ ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri