ନୂଆ ରୂପ ପାଇବ ପୁରୀ ବେଳାଭୂମି

ପୁରୀ,୧୭ା୭(ଅଜିତ ମହାନ୍ତି): ରାଜ୍ୟର ପ୍ରମୁଖ ପର୍ଯ୍ୟଟନସ୍ଥଳ ମଧ୍ୟରୁ ଶ୍ରୀକ୍ଷେତ୍ର ଅନ୍ୟତମ। ପ୍ରତିିଦିନ ଲକ୍ଷାଧିକ ପର୍ଯ୍ୟଟକ ଦେଶବିଦେଶରୁ ପୁରୀ ବୁଲିବାକୁ ଆସିଥାନ୍ତି। ସେମାନେ ପୁରୀର ସ୍ବର୍ଣ୍ଣାଭ ବେଳାଭୂମିରେ କିଛି ସମୟ ବିତାଇଥାନ୍ତି। ଯେପରି ଅଧିକରୁ ଅଧିକ ପର୍ଯ୍ୟଟକ ପୁରୀ ଆସିବେ ଓ ସୁଖଦ ଅନୁଭବ ନେଇ ଫେରିବେ ସେଥିପାଇଁ ପ୍ରଶାସନ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ କରାଯାଉଛି। ଏହି କ୍ରମରେ ପୁରୀ ବିଚ୍‌ ଡେଭଲପ୍‌ମେଣ୍ଟ ପ୍ରୋଜେକ୍ଟ ହାତକୁ ନିଆଯାଇଛି। ଏହି ପ୍ରୋଜେକ୍ଟରେ ଓଡ଼ିଶା ସେତୁ ନିର୍ମାଣ ନିଗମ ପକ୍ଷରୁ ପୁରୀ ବେଳାଭୂମିର ସୌନ୍ଦର୍ଯ୍ୟକରଣ ଓ ଉନ୍ନତିମୂଳକ କାର୍ଯ୍ୟ କରାଯାଉଛି। ଏଥିପାଇଁ ୧୦୨ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ଆସନ୍ତା ୨୦୨୪ ଜୁନ୍‌ ସୁଦ୍ଧା କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। ସେହିପରି ପୂର୍ବରୁ ପର୍ଯ୍ୟଟକଙ୍କ ଗାଡ଼ି ପାର୍କିଂ ସୁବିଧା ନ ଥିଲା। ଅନେକ ସମୟରେ ଗାଡ଼ିଗଡ଼ିକୁ ବେଳାଭୂମି ରାସ୍ତା ପାଶ୍ୱରେ ପର୍ଯ୍ୟଟକମାନେ ରଖୁଥିଲେ। ଫଳରେ ଟ୍ରାଫିକ ସମସ୍ୟା ଉପୁଜୁଥିଲା। ଏହାକୁ ଦୃଷ୍ଟିରେ ରଖି ଦିଗବାରେଣୀ ଛକ, ସିପସରୁବାଲି ଅଞ୍ଚଳ ଏବଂ ଯାତ୍ରିକା ନିକଟରେ ପାର୍କିଂ ବ୍ୟବସ୍ଥା କରାଯାଉଛି। ବେଳାଭୂମିକୁ ସବୁଜ ସୁନ୍ଦର କରିବା ପାଇଁ ବିଭିନ୍ନ ପ୍ରକାର ଚାରା ରୋପଣ କରାଯିବ। ପର୍ଯ୍ୟଟକଙ୍କ ଚାଲିବା ପାଇଁ ଫୁଟ୍‌ପାଥ୍‌ ନିର୍ମାଣ କରାଯିବ। ୱାଚ ଟାୱାର ନିର୍ମାଣ କରାଯିବ, ଯେଉଁଠାରେ ପର୍ଯ୍ୟଟକଙ୍କ ଉପରେ ସୁରକ୍ଷିତ ସ୍ନାନ ନେଇ ନଜର ରଖାଯାଇପାରିବ। ସରକାରଙ୍କ ପକ୍ଷରୁ ଚାଲିଥିବା ବେଳାଭୂମି ଉନ୍ନତୀକରଣକୁ ଅନେକ ପର୍ଯ୍ୟଟକ ସ୍ବାଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri