ନୂଆ ରୂପ ପାଇବ ପୁରୀ ବେଳାଭୂମି

ପୁରୀ,୧୭ା୭(ଅଜିତ ମହାନ୍ତି): ରାଜ୍ୟର ପ୍ରମୁଖ ପର୍ଯ୍ୟଟନସ୍ଥଳ ମଧ୍ୟରୁ ଶ୍ରୀକ୍ଷେତ୍ର ଅନ୍ୟତମ। ପ୍ରତିିଦିନ ଲକ୍ଷାଧିକ ପର୍ଯ୍ୟଟକ ଦେଶବିଦେଶରୁ ପୁରୀ ବୁଲିବାକୁ ଆସିଥାନ୍ତି। ସେମାନେ ପୁରୀର ସ୍ବର୍ଣ୍ଣାଭ ବେଳାଭୂମିରେ କିଛି ସମୟ ବିତାଇଥାନ୍ତି। ଯେପରି ଅଧିକରୁ ଅଧିକ ପର୍ଯ୍ୟଟକ ପୁରୀ ଆସିବେ ଓ ସୁଖଦ ଅନୁଭବ ନେଇ ଫେରିବେ ସେଥିପାଇଁ ପ୍ରଶାସନ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ କରାଯାଉଛି। ଏହି କ୍ରମରେ ପୁରୀ ବିଚ୍‌ ଡେଭଲପ୍‌ମେଣ୍ଟ ପ୍ରୋଜେକ୍ଟ ହାତକୁ ନିଆଯାଇଛି। ଏହି ପ୍ରୋଜେକ୍ଟରେ ଓଡ଼ିଶା ସେତୁ ନିର୍ମାଣ ନିଗମ ପକ୍ଷରୁ ପୁରୀ ବେଳାଭୂମିର ସୌନ୍ଦର୍ଯ୍ୟକରଣ ଓ ଉନ୍ନତିମୂଳକ କାର୍ଯ୍ୟ କରାଯାଉଛି। ଏଥିପାଇଁ ୧୦୨ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ଆସନ୍ତା ୨୦୨୪ ଜୁନ୍‌ ସୁଦ୍ଧା କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। ସେହିପରି ପୂର୍ବରୁ ପର୍ଯ୍ୟଟକଙ୍କ ଗାଡ଼ି ପାର୍କିଂ ସୁବିଧା ନ ଥିଲା। ଅନେକ ସମୟରେ ଗାଡ଼ିଗଡ଼ିକୁ ବେଳାଭୂମି ରାସ୍ତା ପାଶ୍ୱରେ ପର୍ଯ୍ୟଟକମାନେ ରଖୁଥିଲେ। ଫଳରେ ଟ୍ରାଫିକ ସମସ୍ୟା ଉପୁଜୁଥିଲା। ଏହାକୁ ଦୃଷ୍ଟିରେ ରଖି ଦିଗବାରେଣୀ ଛକ, ସିପସରୁବାଲି ଅଞ୍ଚଳ ଏବଂ ଯାତ୍ରିକା ନିକଟରେ ପାର୍କିଂ ବ୍ୟବସ୍ଥା କରାଯାଉଛି। ବେଳାଭୂମିକୁ ସବୁଜ ସୁନ୍ଦର କରିବା ପାଇଁ ବିଭିନ୍ନ ପ୍ରକାର ଚାରା ରୋପଣ କରାଯିବ। ପର୍ଯ୍ୟଟକଙ୍କ ଚାଲିବା ପାଇଁ ଫୁଟ୍‌ପାଥ୍‌ ନିର୍ମାଣ କରାଯିବ। ୱାଚ ଟାୱାର ନିର୍ମାଣ କରାଯିବ, ଯେଉଁଠାରେ ପର୍ଯ୍ୟଟକଙ୍କ ଉପରେ ସୁରକ୍ଷିତ ସ୍ନାନ ନେଇ ନଜର ରଖାଯାଇପାରିବ। ସରକାରଙ୍କ ପକ୍ଷରୁ ଚାଲିଥିବା ବେଳାଭୂମି ଉନ୍ନତୀକରଣକୁ ଅନେକ ପର୍ଯ୍ୟଟକ ସ୍ବାଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri